August 21, 2026
Home » ବରିଷ୍ଠ ଙ୍କ ଉଦ୍ୟମ, ତ୍ୟାଗ ଓ ଆଦର୍ଶ କୁ ସମ୍ମାନ ଦେବାପାଇଁ ପାଳିତ ହୁଏ ବିଶ୍ବ ବରିଷ୍ଠ ନାଗରିକ ଦିବସ

ବରିଷ୍ଠ ଙ୍କ ଉଦ୍ୟମ, ତ୍ୟାଗ ଓ ଆଦର୍ଶ କୁ ସମ୍ମାନ ଦେବାପାଇଁ ପାଳିତ ହୁଏ ବିଶ୍ବ ବରିଷ୍ଠ ନାଗରିକ ଦିବସ

0
WhatsApp Image 2025-08-21 at 5.27.07 PM

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସଦର ମହକୁମା ସ୍ଥିତ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ରେ ଗୁରୁବାର ବିଶ୍ଵ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ଅନୁଷ୍ଠାନ ର ସଭାପତି ଡକ୍ଟର ପ୍ରଫୁଲ୍ଲ କୁମାର ରଥଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ସୁରେନ୍ଦ୍ର ମେହେର, ଉପଜିଲ୍ଲାପାଳ ବୀରମହାରାଜପୁର ମୁଖ୍ୟ ଅତିଥି, ଦୀନବନ୍ଧୁ ମେହେର, ପ୍ରାକ୍ତନ ଅଧ୍ୟକ୍ଷ, ବୀରମହାରାଜପୁର ମହାବିଦ୍ୟାଳୟ ମୁଖ୍ୟ ବକ୍ତା ଭାବରେ ଯୋଗଦାନ କରି ବରିଷ୍ଠ ନାଗରିକ ମାନଙ୍କ ଉଦ୍ୟମ, ତ୍ୟାଗ ଓ ଆଦର୍ଶ କୁ ସମ୍ମାନ ଜଣାଇବା ପାଇଁ ବିଶ୍ଵ ବରିଷ୍ଠ ନାଗରିକ ଦିବସ ପାଳନ କରାଯାଏ ବୋଲି ମତ ରଖିଥିଲେ।ଏହି ଅବସରରେ କଳା କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ନବୀନ ଚନ୍ଦ୍ର ଦାସ,ଗୋକୁଳ ଭୋଇଙ୍କୁ ଏବଂ ସ୍ବେଛାସେବୀ ଚମରା ମହାକୁର ଙ୍କୁ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ଡକ୍ଟର ଦ୍ବିତୀକୃଷ୍ଣ ପଣ୍ଡା ସଭା ସଂଯୋଜନା କରିଥିବାବେଳେ ସୌମିତ୍ରୀ ମେହେର ସ୍ବାଗତ ଓ ଦୟାନିଧି ହୋତା ଧନ୍ୟବାଦ ଅର୍ପଣ କରିଥିଲେ।ବୈଠକରେ କୃଷ୍ଣଚନ୍ଦ୍ର ପାଢ଼ୀ, ବାସୁଦେବ ପଣ୍ଡା, ଭୂଷଣ କୁମାର ପାତ୍ର , ଦିଲ୍ଲିପ ମିଶ୍ର, ସନ୍ତୋଷ ଷଡ଼ଙ୍ଗୀ, ଶ୍ୟାମସୁନ୍ଦର ସେଠୀ,ସୂର୍ଯ୍ୟ ନାରାୟଣ ପାଣିଗ୍ରାହୀ, ସୁରୁ ସାହୁ, ନାରାୟଣ ପ୍ରସାଦ ନାୟକ, ଜୟଦେବ ସାହୁ,ରବି ନାରାୟଣ ବେହେରା,ସତ୍ୟ ଦାଶ, ରାଧେଶ୍ୟାମ ପୁରୋହିତ ,ଅକ୍ରୃର ଚରଣ ଦନ୍ତା, ଜ୍ଞାନେନ୍ଦ୍ର ତ୍ରିପାଠୀ, ଅକ୍ଷୟ ମିଶ୍ର, ଶ୍ୟାମସୁନ୍ଦର ସେଠୀ, ବଳରାମ କାଣ୍ଡ, ଜମ୍ବେଶ୍ଵର ପ୍ରଧାନ, ପୀତବାସ ପଣ୍ଡାସୁଦାମ ସେଠୀ ପ୍ରମୁଖ ଅଂଶଗ୍ରହଣ କରିଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ..

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed