August 20, 2026
Home » ବରିଷ୍ଠ ନାଗରିକ ମାନଙ୍କ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

ବରିଷ୍ଠ ନାଗରିକ ମାନଙ୍କ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

0
WhatsApp Image 2026-03-09 at 5.12.40 PM (1)

ଭୁବନେଶ୍ୱର:ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଆଇଆରସି ଭିଲେଜେ ଓ ମହାନଗର ସ୍ୱାସ୍ଥ୍ୟ ସମିତି, ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ୱାସ୍ଥ୍ୟ ଶିବିର ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ୱାର୍ଡ ନଂ–୨୭ ର ମାନନୀୟ କର୍ପୋରେଟର ଓ ଜନ ଆରୋଗ୍ୟ ସମିତିର ଅଧ୍ୟକ୍ଷ ଶ୍ରୀ ଶୁଭ୍ରାଂଶୁ ଶେଖର ପଟ୍ଟନାୟକ ଅଧକ୍ଷତା କରିଥିଲେ ।

କାର୍ଯ୍ୟକ୍ରମରେ ଓଡିଶାର ପୂର୍ବତନ ପ୍ରଶାସକ ଡା. ଅରବିନ୍ଦ ବେହେରା, ପ୍ରସିଦ୍ଧ ସ୍ତ୍ରୀ ଓ ପ୍ରସୂତୀ ରୋଗ ବିଶେଷଜ୍ଞ ଏବଂ ପୂର୍ବତନ ସ୍ୱାସ୍ଥ୍ୟ ନିର୍ଦ୍ଦେଶିକା ଡା. ସେବା ମହାପାତ୍ର, State Council for Senior Citizen ର ସଦସ୍ୟ ଓ Bou Foundation ସଂସ୍ଥାପକ ଶ୍ରୀ ଅତିସ୍ ମହାନ୍ତି, ଅତିରିକ୍ତ ନିର୍ଦ୍ଦେଶିକା- ସହରୀ ସ୍ବାସ୍ଥ‍୍ୟ, ଡା. ପୁସ୍ପିତା ମହାନ୍ତି, SHSRC, NHM Odisha ର Team Leader ଡା. ଦିନବନ୍ଧୁ ସାହୁ ଏବଂ ଜାତୀୟ ସହରାଂଚଳ ସ୍ୱାସ୍ଥ୍ୟ ମିଶନର ରାଜ୍ୟ କାର୍ଯ୍ୟକ୍ରମ ପରିଚାଳକ ଶ୍ରୀ ସୁକାନ୍ତ କୁମାର ମିଶ୍ର ଉପସ୍ଥିତ ଥିଲେ।

ଅତିଥିମାନେ ବରିଷ୍ଠ ନାଗରିକ ମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷା, ସଚେତନତା ଓ ସମୟୋପଯୋଗୀ ଚିକିତ୍ସା ସେବାର ଗୁରୁତ୍ୱ ବିଷୟରେ ଉଦ୍ବୋଧନ ରଖିଥିଲେ। ସେମାନେ ଓଡିଶା ସରକାରଙ୍କ ବାର୍ଦ୍ଧକ୍ୟ ଲୋକ ମାନଙ୍କ ପାଇଁ ସୁସ୍ଥ ଓ ସୁଖମୟ ଜୀବନ ନିମନ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ ବୋଲି ଉଲ୍ଲେଖ କରିଥିଲେ।

ଏହି ସ୍ୱାସ୍ଥ୍ୟ ଶିବିରରେ ୯୧ ଜଣ ବୟୋଜ୍ୟେଷ୍ଠ ନାଗରିକମାନଙ୍କୁ ବିଭିନ୍ନ ସ୍ୱାସ୍ଥ୍ୟ ପରୀକ୍ଷା, ପରାମର୍ଶ ଓ ଚିକିତ୍ସା ସେବା ଯୋଗାଇ ଦିଆଯାଇଥିଲା। ଶେଷରେ ସ୍ବାସ୍ଥ‍୍ୟ ଅଧିକାରୀ ଡା. ଗୁଲନାଜ୍ ଉସ୍ମାନ୍ ତଥା ଆୟୋଜକମାନଙ୍କ ପକ୍ଷରୁ ସମସ୍ତ ଅତିଥି ଓ ଉପସ୍ଥିତ ବୟୋଜ୍ୟେଷ୍ଠ ନାଗରିକମାନଙ୍କୁ ଧନ୍ୟବାଦ ଜଣାଯାଇଥିଲା।

ଏହି କାର୍ଯ୍ୟକ୍ରମ ପ୍ରତି ମାସର ପ୍ରଥମ ଶନିବାର ଦିନ ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକରେ ଆୟୋଜନ କରାଯାଉଛି, ଯାହା ମାଧ୍ୟମରେ ବୟୋଜ୍ୟେଷ୍ଠ ନାଗରିକମାନଙ୍କୁ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା, ପରାମର୍ଶ ଓ ଚିକିତ୍ସା ସେବା ପ୍ରଦାନ କରାଯାଉଛି।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed