August 18, 2026
Home » ବାଲିପାଟଣା ବ୍ଲକରେ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ବାଲିପାଟଣା ବ୍ଲକରେ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

0
WhatsApp Image 2026-08-17 at 9.32.03 PM

 

ଭୁବନେଶ୍ୱର:ବାଲିପାଟଣା ବ୍ଲକ କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟକ୍ଷ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଖୋରଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଆୟୋଜିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଜିଲ୍ଲାସ୍ତରୀୟ ବରିଷ୍ଠ ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧା ପ୍ରମୁଖ ଉପସ୍ଥିତ ଥିଲେ । ଜଣାଶୁଣାଣିକୁ ଆସିଥୁବା ଜନସାଧାରଣମାନଙ୍କ ନିମନ୍ତେ ଆନୁସଙ୍ଗିକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା I

ଆଜି ମୋଟ ୫୭ଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା I ସେଥି ମଧ୍ୟରୁ ୨୭ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ ୩୦ଟି ଗୋଷ୍ଠୀଗତ ଅଭିଯୋଗ ଥିଲା । ସେଥି ମଧ୍ୟରୁ ୭ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଥିଲା । ଜଣଙ୍କ ଆବେଦନକୁ ବିଚାରକୁ ନିଆଯାଇ ଜିଲ୍ଲା ରେଡ଼କ୍ରସ ପାଣ୍ଠିରୁ ୧୫ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଏତଦବ୍ୟତୀତ ସମସ୍ତ ଅଭିଯୋଗଗୁଡିକୁ ବିଚାରକୁ ନେଇ ତ୍ଵରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧୁକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜନସାଧାରଣଙ୍କୁ ସେବା ଯୋଗାଇ ଦେବା ଉପରେ ଅଧିକାରୀମାନେ ଗୁରୁତ୍ୱରୋପ କରିଥିଲେ।

ଆଜିର ଶୁଣାଣି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ଉପଜିଲ୍ଲାପାଳ ଡଃ ମନୋରଞ୍ଜନ ସାହୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ସାହୁ, ବାଲିପାଟଣା ବିଡିଓ ଶ୍ରୀ ଶୁଭ୍ରାଂଶୁ ଶେଖର ପାଢ଼ୀ, ତହସିଲଦାର କଳ୍ପନା ଦାସ,ଜିଲ୍ଲା ସାଧାରଣ ଅଭିଯୋଗ ଆସିଷ୍ଟାନ୍ତ କଲେକ୍ଟର ଭୁବନେଶ୍ଵରୀ କହଁର, ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ, ସ୍ଥାନୀୟ ଜନ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *