August 21, 2026
Home » ବିଦ୍ୟୁତ ସଂସ୍ପର୍ଶ ରେ ଆସି ପୁଣି ଜଣକର ମୃତ୍ୟୁ

ବିଦ୍ୟୁତ ସଂସ୍ପର୍ଶ ରେ ଆସି ପୁଣି ଜଣକର ମୃତ୍ୟୁ

0
WhatsApp Image 2025-08-23 at 3.21.36 PM 3456

କଳାହାଣ୍ଡି ଜିଲ୍ଲା ଧର୍ମଗଡ ଥାନା କଦଳୀମୁଣ୍ଡା ଗାଁ ରେ ବିଦ୍ୟୁତ ସଂସ୍ପର୍ଶ ରେ ଗତ ରବିବାର ଦିନ ଜଣେ ଯୁବତୀ ଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଣି ଆଜି ଜଣେ ଯୁବକର ମୃତ୍ୟୁ ହୋଇଛି।ମୃତ ଯୁବକ ଜଣକ ହେଲେ ଉକ୍ତ ଗାଁ ର ଦୀନେଶ ମାଝୀ (୨୫) । ଆଜି ସନ୍ଧ୍ୟା ସମୟରେ ନିଜ ଆଜବେଷ୍ଟ ଘରେ ହୋଲଡର ରେ ବିଦ୍ୟୁତ ବଳ ଲଗାଉଥିବା ବେଳେ ନିଜ ଅସାବଧାନତା ଯୋଗୁଁ ବିଦ୍ୟୁତ ସଂସ୍ପର୍ଶ ରେ ଆସି ଅଚେତ ହୋଇଥିବା ବେଳେ ପରିବାର ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପର୍ଲା ଡାକ୍ତରଖାନା କୁ ନେଇ ଥିଲେ ସେଠାରେ ଡାକ୍ତର ମୃତ ଘୋଷଣା କରିଥିବା ଜଣାଯାଇଛି।

କଳାହାଣ୍ଡି ଇପିଏ ରୁ ବିଦ୍ୟାଧର ସାହୁ ଙ୍କ ରିପୋର୍ଟ
ଇପିଏ ନିଉଜ

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।