September 7, 2024
Home » ବିନିକା ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,ବିଭିନ୍ନ ୬୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ବିନିକା ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,ବିଭିନ୍ନ ୬୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

0

l

ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ୟସ ପ୍ରତାପ ଶ୍ରୀମଲ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୬୦ ଗୋଟି ଗ୍ରହଣ କରାଯାଇଥିବା ବେଳେ ୦୯ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଗୋଟିଏ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ, ବିନିକା ପ୍ରମୋଦ କୁମାର ମେହେର ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ବ୍ଲକ ଅଧ୍ୟକ୍ଷା ଦିପ୍ତୀରେଖା ନନ୍ଦ , ଉପାଧକ୍ଷ୍ୟ ନିର୍ମଳ ସାଣ୍ଢ, ସମେତ ଜିଲ୍ଲାସ୍ତରରୁ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ,ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପ ଜିଲ୍ଲାପାଳ ସୋନପୁର ଶ୍ରୀ ସୂରଜ କୁମାର ପଟ୍ଟନାୟକ , ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର , ଉପ ନିର୍ଦେଶକ ଶ୍ରମ ବିଭାଗ ଡିଲେଶ୍ୱର ଖାକା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ , ନିର୍ବାହୀ ଅଧିକାରୀ ପି ଏଚ ଡି ଏ କେ ମୂର୍ତ୍ତୀ, ଏ ଡି ଏଚ ହୃଷିକେଶ ଦାସ, ଡେପୁଟି କଲେକ୍ଟର (ଅଭିଯୋଗ ) ଶୁଭଶ୍ରୀ ରଥ, ତହସିଲଦାର ବିନିକା ସୀତାରାମ ଭୋଇ , ନିର୍ବାହୀ ଅଧିକାରୀ ବିଜ୍ଞାପିତ ଅଞ୍ଚଳ ବିନିକା ସତ୍ୟ ନାରାୟଣ ପ୍ରଧାନ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

 

ରିପୋର୍ଟ – ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

Leave a Reply

Your email address will not be published. Required fields are marked *