ବିନିକା ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବିନିକା ପଞ୍ଚାୟତ ସମିତି ଅନ୍ତର୍ଗତ ଶଙ୍କରା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୮୭ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୧୬୭ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୨୦ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିନିକା ବିଡ଼ିଓ ମଣ୍ଟ ଖମାରୀ ଓ ସରପଞ୍ଚ, ଶଙ୍କରା ଗ୍ରାମ ପଞ୍ଚାୟତ ଅଶୋକ କୁମାର ପୃଷ୍ଟିଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ , ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ ) ଅଞଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ଭାରପ୍ରାପ୍ତ ଉପ – ଜିଲ୍ଲାପାଳ, ସୋନପୁର ତଥା ଡେପୁଟି କଲେକ୍ଟର ସତ୍ୟ ସୁନ୍ଦର ରାଉତଙ୍କ ସମେତ ତହସିଲଦାର, ବିନିକା, ସୁଶ୍ରୀ ରସନା ଭୋଇ ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…
