November 28, 2025
Home » ବିଶିଷ୍ଟ ଓଡ଼ିଶୀ ନୃତ୍ୟଗୁରୁ ମାୟାଧର ରାଉତଙ୍କ ୯୫ ବର୍ଷ ବୟସରେ ପରଲୋକ

ବିଶିଷ୍ଟ ଓଡ଼ିଶୀ ନୃତ୍ୟଗୁରୁ ମାୟାଧର ରାଉତଙ୍କ ୯୫ ବର୍ଷ ବୟସରେ ପରଲୋକ

0
WhatsApp Image 2025-02-22 at 4.56.21 PM

ମାୟାଧର ରାଉତ କଟକ ଜିଲ୍ଲାରେ ୧୯୩୦ ମସିହା ଜୁଲାଇ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ। ବଡ଼ଭାଇ ହରିହର ରାଉତଙ୍କ ପ୍ରଭାବରେ ସେ ପିଲାବେଳୁ ନାଟକ ଓ ନୃତ୍ୟ ସହିତ ଜଡ଼ିତ ହୋଇଥିଲେ। ନାଟ୍ୟଗୁରୁ କାଳୀଚରଣ ପଟ୍ଟନାୟକ, ଦୁର୍ଲଭ ସିଂ, ପଙ୍କଜ ଚରଣ ଦାସ, ମୋହନ ମହାପାତ୍ର, ଯୁଧିଷ୍ଠିର ମହାମାତ୍ର, ମୋହନ ସୁନ୍ଦର ଦେବ ଗୋସ୍ୱାମୀ ଓ ଦୟାଲ ଶର୍ମା ଆଦିଙ୍କଠାରୁ ସେ ନୃତ୍ୟ, ଅଭିନୟ ଓ ମଞ୍ଚକଳା ଶିକ୍ଷା କରିଥିଲେ। ରାମ ଗୋପାଳ ମିଶ୍ରଙ୍କଠାରୁ ସେ କଥକ ନୃତ୍ୟ ଶିକ୍ଷା କରିଥିଲେ। ୧୯୫୧ ମସିହାରେ ସେ ଏକ ବୃତ୍ତିଲାଭ କରି କଳାକ୍ଷେତ୍ରକୁ ଯାଇଥିଲେ। ସେଠାରେ ସେ ରୁକ୍ମଣୀ ଦେବୀ ଅରୁଣ୍ଡଲେଙ୍କଠାରୁ ଭରତନାଟ୍ୟମ ଓଟି କେ ଚନ୍ଦୁ ପାଣିକରଙ୍କଠାରୁ କଥକଳୀ ନୃତ୍ୟ ଶିକ୍ଷା କରିଥିଲେ।

ଓଡିଶୀ ନୃତ୍ୟ ପ୍ରତି ଅବଦାନ ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଏଥି ସହିତ ତାଙ୍କୁ କେନ୍ଦ୍ର ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାରରେ ମଧ୍ୟ ସମ୍ମାନିତ କରାଯାଇଥିଲା। ଓଡ଼ିଶୀ ନୃତ୍ୟକୁ ଶାସ୍ତ୍ରୀୟ ମାନ୍ୟତା ମିଳିବା ଦିଗରେ ମାୟାଧର ପ୍ରୟାସ କରିଥିଲେ।

ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *