ବ୍ଲକ ସ୍ତରୀୟ ପ୍ରଧାନ ଶିକ୍ଷକ ସମ୍ବିଳନୀ ଅନୁଷ୍ଠିତ

ସୁବର୍ଣ୍ଣପୁର:ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ କୁଣ୍ଡାମାଳ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ତ୍ରୟୋଦଶ ତମ ବ୍ଲକ ସ୍ତରୀୟ ପ୍ରଧାନ ଶିକ୍ଷକ ସମ୍ବିଳନୀ ଅନୁଷ୍ଠିତ ହୋଇଯାଇଛି l କୁଣ୍ଡାମାଳ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବଳଭଦ୍ର ବିଶ୍ୱାଳ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି ସମ୍ବିଳନୀ ରେ ମୁଖ୍ୟ ଅତିଥି ଭାବରେ କଣ୍ଟାମାଳ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ସନୋଜ କୁମାର ସେଠୀ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର, ଖାଁ ଏକାଡେମୀ ପ୍ରଭୁତି ବିଷୟ ରେ ଆଲୋଚନା କରିଥିଲେ l ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉଦ୍ଧବ ମହାଲିକ ଯୋଗ ଦେଇ ଉତ୍କର୍ଷ, ଆପାର ଆଇଡି ଏବଂ ୟୁଡାଇସ ପ୍ଲସ ବିଷୟ ରେ ଆଲୋଚନା କରିଥିଲେ l ଶିକ୍ଷକ ପ୍ରଭାତ ଖମାରୀ ସଭାକୁ ପରିଚାଳନା କରିଥିଲେ l ସଭା ପରେ ସମସ୍ତେ ମିଶି ବିଜ୍ଞାନାଗାର, ଇ – ପାଠାଗାର, ଶୌଚାଳୟ, ଶିକ୍ଷକଙ୍କ ଶିକ୍ଷା ପ୍ରଣାଳୀ ଅନୁଧ୍ୟାନ କରିଥିଲେ l ଏହି କାର୍ଯ୍ୟକ୍ରମ ରେ କଣ୍ଟାମାଳ ବ୍ଲକ ର ସମସ୍ତ ହାଇସ୍କୁଲ ର ପ୍ରଧାନ ଶିକ୍ଷକ ଅଂଶ ଗ୍ରହଣ କରିଥିଲେ l ଜିଲ୍ଲା ପର୍ଯ୍ୟବେକ୍ଷକ ଭାବରେ ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟ ର ମୋ ସ୍କୁଲ ଅଭିଯାନ ର ସଂଯୋଜକ ଦେବାଶିଷ ଦ୍ଵାରୀ ଯୋଗ ଦେଇଥିଲେ l ଶେଷରେ ପ୍ରଧାନ ଶିକ୍ଷକ କଷ୍ଟେଶ୍ୱର ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ l
ରିପୋର୍ଟ – ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର