May 13, 2025
Home » ବ୍ଲକ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ଅନୁଷ୍ଠିତ

ବ୍ଲକ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ଅନୁଷ୍ଠିତ

0
WhatsApp Image 2024-09-18 at 12.59.12 PM

ବ୍ଲକ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର କଣ୍ଟାମାଳ ସରକାରୀ ଉଚ୍ଚ ବିଦ୍ୟାଳୟ,କଣ୍ଟାମାଳ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରକାଶ କୁମାର ପ୍ରଧାନ ସଭାପତିତ୍ବ କରିଥିଲାବେଳେ,ମୁଖ୍ୟ ଅତିଥି ଭାବରେ କଣ୍ଟାମାଳ ବ୍ଲକ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦୁର୍ଗାଚରଣ ପ୍ରଧାନ ଓ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉଦ୍ଧବ ମହାଲିକ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ସର୍ବପ୍ରଥମେ ବିଦ୍ୟାଳୟର ଜୁନିଅର ରେଡ଼କ୍ରସ୍ ସ୍ଵେଚ୍ଛାସେବୀ ମାନଙ୍କ ଦ୍ବାରା ଛାତ୍ରଛାତ୍ରୀ ଓ ଶିକ୍ଷକ ମାନଙ୍କୁ ଫୁଲ ଓ ଚନ୍ଦନ ଦେଇ ସ୍ବାଗତ କରାଯାଇଥିଲା। କାର୍ଯ୍ୟକ୍ରମରେ ବିଚାରକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଗୋଛାପଡ଼ାର ବିଜ୍ଞାନ ଶିକ୍ଷକ ପ୍ରଶାନ୍ତ କୁମାର ପ୍ରଧାନ ଓ ସରକାରୀ ଉଚ୍ଚ ବିଦ୍ୟାଳୟ ଦହ୍ୟାର ବିଜ୍ଞାନ ଶିକ୍ଷକ ସଞ୍ଜୟ କୁମାର ବିଶ୍ବାଳ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ଉପସ୍ଥାପନ କରାଯାଉଥିବା ବିଜ୍ଞାନ ତଥ୍ୟକୁ ସଠିକ୍ ଭାବରେ ବିଚାର କରିଥିଲେ।ଏହି ଅବସରରେ କଣ୍ଟାମାଳ ବ୍ଲକ ଅନ୍ତର୍ଗତ ୨୨ ଟି ଉଚ୍ଚ ବିଦ୍ୟାଳୟ ଓ ୬ଟି ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ମନୋରଂଜନ ପ୍ରଧାନ ପରିଚାଳନା କରିଥିବା ବେଳେ, ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହଯୋଗରେ କାର୍ଯ୍ୟକ୍ରମ ସାଫଲ୍ୟ ମଣ୍ଡିତ ହୋଇଥିଲା ।ପରିଶେଷରେ ବିଜ୍ଞାନ ଶିକ୍ଷୟିତ୍ରୀ ହେମବନ୍ତି ବାଘ ଧନ୍ୟବାଦ୍ ଅର୍ପଣ କରିଥିଲେ l

ରିପୋର୍ଟ – ଉଗ୍ରସେନ କର୍ମୀ, ବୌଦ୍ଧ

Leave a Reply

Your email address will not be published. Required fields are marked *