August 22, 2026
Home » ମଠକରଗୋଳା ମହାବିଦ୍ୟାଳୟ ର ରାଜନୀତି ବିଜ୍ଞାନ ବିଭାଗ ତରଫରୁ ନବୀନ ବରଣ ଓ ବିଦାୟ କାଳୀନ ଉତ୍ସବ

ମଠକରଗୋଳା ମହାବିଦ୍ୟାଳୟ ର ରାଜନୀତି ବିଜ୍ଞାନ ବିଭାଗ ତରଫରୁ ନବୀନ ବରଣ ଓ ବିଦାୟ କାଳୀନ ଉତ୍ସବ

0
WhatsApp Image 2025-08-24 at 8.25.21 AM

ଭୁବନ ବ୍ଲକ ଅନ୍ତର୍ଗତ ମଠକରଗୋଳା ମହାବିଦ୍ୟାଳୟ ର +୩ ରାଜନୀତି ବିଜ୍ଞାନ ବିଭାଗ ତରଫରୁ ନବୀନ ବରଣ ଉତ୍ସବ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଓ ବିଦାୟୀ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ବିଦାୟ କାଳୀନ ଉତ୍ସବ ଏକା ସାଙ୍ଗରେ ଆଜି ଅନୁଷ୍ଠିତ ହୋଇଛି।ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ଚିତ୍ତରଞ୍ଜନ ଦାଶ ଦ୍ଵୀପ ପ୍ରଜ୍ବଳନ କରି ଉକ୍ତ ଉତ୍ସବ କୁ ଉଦ୍ଘାଟନ କରିଥିଲେ ।ବିଭାଗୀୟ ମୁଖ୍ୟ ଶ୍ରୀଯୁକ୍ତ ପ୍ରବୀର କୁମାର ବିଶ୍ଵାଳ ସ୍ବାଗତ ଭାଷଣ ସହିତ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ।ବାଣିଜ୍ୟ ବିଭାଗ ମୁଖ୍ୟ ପ୍ରଫେସର ସୁଧାଂଶୁ ଶେଖର ପାତ୍ର,ଇତିହାସ ବିଭାଗ ମୁଖ୍ୟ ଶ୍ରୀଯୁକ୍ତ ମଳୟ ରଞ୍ଜନ ପତି,ଇଂରାଜୀ ବିଭାଗ ମୁଖ୍ୟ ସ୍ଵପ୍ନିତା ରାଉତ, ଉଦ୍ଭିଦ ବିଜ୍ଞାନ ବିଭାଗ ର ଅଧ୍ୟାପିକା ଶ୍ରାବଣୀ ସପ୍ତାଶ୍ଚର୍ଜୀ, ରାଜନିତୀ ବିଜ୍ଞାନ ର ଅଧ୍ୟାପିକା ଶ୍ରିଲେଖା ରାୟ,ଅଧ୍ୟାପକ ମାଧୋ ଭୋଏ ନିମନ୍ତ୍ରିତ ଅତିଥି ରୂପେ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଦିଗ୍ ଦର୍ଶନ ଦେଇଥିଲେ।ପ୍ରଥମ ବାର୍ଷିକ ପିଲା ମାନଙ୍କୁ ଉପହାର ପ୍ରଦାନ ପୂର୍ବକ ସ୍ବାଗତ କରାଯାଇଥିଲା,ଓ ଶେଷ ବର୍ଷ ଛାତ୍ର ଛାତ୍ରୀ ମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା।ଅଧ୍ୟକ୍ଷ ଶ୍ରୀଯୁକ୍ତ ଦାଶ ଛାତ୍ର ଛାତ୍ରୀ ମାନଙ୍କୁ ଗୀତା ରୁ ଆନିତ ଶିକ୍ଷଣୀୟ କଥା ବସ୍ତୁ ଉପସ୍ଥାପନ କରି ଜୀବନ କୁ ଶାନ୍ତି, ଆତ୍ମନିର୍ଭରଶୀଳ କରି ନିଜର ଦେଶ ମାତୃକାର ସେବା ରେ ନିଜ କୁ ନିଯୋଗ କରିବା କୁ ଆହ୍ୱାନ କରିଥିଲେ।ଏହି ଅବସର ରେ ଏ ଅଞ୍ଚଳର ବିଶିଷ୍ଟ ସମାଜସେବୀ, ପ୍ରତିଷ୍ଠିତ ସାମ୍ବାଦିକ ଶ୍ରୀଯୁକ୍ତ ପୂର୍ଣ୍ଣ ଚନ୍ଦ୍ର ସାହୁ ଙ୍କୁ ସମ୍ବର୍ଦ୍ଧିତ କରା ଯାଇଥିଲା, ଶେଷ ଭାଗରେ ରଙ୍ଗା ରଙ୍ଗ କାର୍ଯ୍ୟକ୍ରମ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ପରିବେଷଣ କରାଯାଇଥିଲା।ସର୍ବ ଶେଷ ରେ ଅଧ୍ୟାପକ ମାଧୋ ଭୋଏ ଧନ୍ୟବାଦ୍ ଅର୍ପଣ କରିଥିଲେ।

kamkhyanagar epa ru rajkishor rout nka report

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।