ମମିତା ମେହେର ହତ୍ୟାକାଣ୍ଡ ର ସି ବି ଆଇ ତଦନ୍ତ ଦାବି ସହ ମନ୍ତ୍ରୀ ଙ୍କ ବହିଷ୍କାର ଦାବି କଲା ବିଜେପି

0 4

ମମିତା ମେହେର ହତ୍ୟାକାଣ୍ଡର ସିବି ଆଇ ତଦନ୍ତ ତଥା ଏଥିରେ ସଂପୃକ୍ତ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିସ୍କାର ଦାବି କରି ସୁବର୍ଣ୍ଣପୁର ଜିଲ୍ଲା ବିଜେପି ଯ଼ୁବ ମୋର୍ଚ୍ଚା ପକ୍ଷରୁ ଆଜି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଘେରାଉ କରାଯିବା ସହିତ ଏକ ଦାବି ପତ୍ର ପ୍ରଦାନ କରାଯାଇଛି Iଜିଲ୍ଲା ବିଜେପି ଯ଼ୁବ ମୋର୍ଚ୍ଚା ସଭାପତି ସନ୍ତୋଷ ଭୋଇଙ୍କ ନେତୃତ୍ବରେ ବିଜେପି କର୍ମୀମାନେ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ଼୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ରାଜ୍ୟ ଗୃହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ତୁରନ୍ତ ବରଖାସ୍ତ କରାଯ଼ାଉ ବୋଲି ଦାବି କରିଛନ୍ତି I କଲାହାଣ୍ଡି ମହାଲିଙ୍ଗ କଲେଜର ଅଧ୍ୟକ୍ଷା ମମିତା ମେହେରଙ୍କୁ ନିର୍ମମ ଭାବେ ହତ୍ୟା କରାଯ଼ାଇଥିବା ବେଳେ ପୋଲିସ ମୁଖ୍ୟ ଅଭିଯ଼ୁକ୍ତ ଗୋବିନ୍ଦ ସାହୁକୁ ଗିରଫ କରି ଏଥିରେ ସିଧାସଳଖ ସଂପୃକ୍ତ ଥିବା ମନ୍ତ୍ରୀଙ୍କୁ ଘଣ୍ଟ ଘୋଡାଇବା ପାଇଁ ଚେଷ୍ଟା କରୁଥିବା ଅଭିଯ଼ୋଗ କରି ଏହାର ସିବିଆଇ ତଦନ୍ତ ଦାବି କରିଛି I ଏହି ଆନ୍ଦୋଳନରେ ଜିଲ୍ଲା ସଭାପତି ପ୍ରମୋଦ ମହାପାତ୍ରଙ୍କ ସହି ସମସ୍ତ ନିର୍ବାଚିତ ପ୍ରତିନିଧି ତଥା ବିଜେପି କର୍ମୀମାନେ ଯ଼ୋଗଦେଇ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ଏକ ଦାବି ପତ୍ର ପ୍ରଦାନ କରିଛନ୍ତି I ମନ୍ତ୍ରୀଙ୍କୁ ତୁରନ୍ତ ବରଖାସ୍ତ କରିବା ସହିତ ଗିରଫ କରା ନ ଗଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର ହେବ ବୋଲି ଚେତାବନୀ ଦେଇଛନ୍ତି I

ସୁବର୍ଣ୍ଣପୁର ଇପିଏରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି

Leave A Reply

Your email address will not be published.