ମହାପ୍ରଭୁ ଙ୍କ ତିନି ରଥର ଚାରି ନାହାକା କାର୍ଯ୍ୟ ଶେଷ ହୋଇଚି

ମହାପ୍ରଭୁ ଙ୍କ ତିନି ରଥର ଆଜି ଚାରି ନାହାକା କାର୍ଯ୍ୟ ଶେଷ ହୋଇଚି। ସ୍ନାନ ପୂର୍ଣ୍ଣିମା ଯଥେଷ୍ଟ ପୁର୍ବରୁ ଏହି କାର୍ଯ୍ୟ ଶେଷ ହୋଇଚି। ତେବେ ମୁଖ୍ୟ ମହାରଣାଙ୍କ ପରାମର୍ଶ କ୍ରମେ ଭୋଇ ସର୍ଦ୍ଦାର ରବି ଭୋଇଙ୍କ ତତ୍ତ୍ଵାବଧାନରେ ଭୋଇ ସେବକ ମାନେ ତିନିରଥ ର ପାଞ୍ଚ ଦଣ୍ଡା ଉପରକୁ ଦୁଇଟି ଲେଖାଏଁ ଗରଗରା ଉଠାଇବା ପରେ ତିନିରଥ ମହାରଣା ସେବକ ମାନେ ମାପ ପ୍ରକାରେ ଗରଗରା ପଛ ଭାଗକୁ ଅର୍ଦ୍ଧ ଚନ୍ଦ୍ର।କାର କାପ ଖୋଦେଇ ସହ ବିନ୍ଧ କାଲାପରେ ତିନିରଥ ର ଓଝା ସେବକ ମାନେ ଗରଗରାରେ କଣ୍ଟା ବାଡ଼ିଆ କାର୍ଯ୍ୟ ସମ୍ପନ୍ନ କରିଥିଲେ। ତିନି ରଥର ପାଞ୍ଚ ଦଣ୍ଡା ଉଭୟ ପାର୍ଶ୍ଵରେ ଗୋଟିଏ ଗୋଟିଏ ପୋଲ ଗୟଳ ଆଗ ଏବଂ ପଛ ନିରାଡି ସହ ସଂଯୁକ୍ତ ହୋଇଛି ବା ମୋଡ଼ାଯାଇଛି।
ପୋଲ ଗୟଳ କୁ ମୁଣ୍ଡାଇ ରଖିବା ପାଇଁ ସାତ ଗୋଟି ଟାଣ ବା ଖମ୍ବି ଉଭୟ ପାର୍ଶ୍ଵ ଦଣ୍ଡାରେ ବିନ୍ଧ କରାଯାଇ ସେଟିଂ କରାଯାଇଛି।ତିନିରଥ ଚାରି ନାହାକା ଉଠିବା ସହଜ ହେବାପାଇଁ ଭୋଇ ସେବକ ମାନେ ପୋଲା ଗୟଳ ଉପରେ ଭାରା ବାନ୍ଧି ଫାଳୀ ବଟନ କାଠ ପକାଇଛନ୍ତି।ତିନିରଥ ର ଗାରେଡ଼ି ଏବଂ ଅଁଳା ନିର୍ମାଣ ପାଇଁ ରଥ ଅମୀନ ତିନି ରଥ ଚାଳି କୁ ୪ ଗୋଟି ଲେଖାଏଁ ୬ ଫୁଟ ଲମ୍ବ କାଠ ଭୋଇ ସେବକଙ୍କ ସହାୟତାରେ ଯୋଗାଇଥିଲେ,ଯାହାକି ତିନିରଥ ମହାରଣା ସେବକ ମାନେ ତାର ଚଉପଟ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଁଚିଛି।
ତିନିରଥ ର ଶେଷ ଦୁଇଟି ଲେଖାଏଁ ଗୟଳ ର ଚଉପଟ କାର୍ଯ୍ୟ ତିନିରଥ ର ମହାରଣା ସେବକ ମାନେ ଶେଷ କରିଛନ୍ତି।ରୂପକାର ସେବକ ମାନେ ତିନିରଥ ର ନାଟ ଗୋଡ଼ରେ ରହୁରୁପ ବା ଗନ୍ଧର୍ବ ରୂପ ଖୋଦେଇ ଜାରୀ ରଖିଛନ୍ତି।
ଦୋଳବେଦୀ ଅସ୍ଥାୟୀ କମାର ଶାଳ ରେ ଓଝା ସେବକ ମାନେ ପୋଟଳ ପାଇଁ ଗୋଡ଼ି ଛାଲ କଣ୍ଟା ଏବଂ ଗୟଳ ପାଇଁ ତାଗ କଣ୍ଟା ନିର୍ମାଣ ଜାରୀ ରଖିଛନ୍ତି।
ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )