ମାୟାବର୍ହା ଉଚ୍ଚ ବିଦ୍ୟାଳୟ ଠାରେ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ l
ସୁବର୍ଣ୍ଣପୁର –ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ଛାତ୍ରଛାତ୍ରୀମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର “ରାଷ୍ଟ୍ରୀୟ ବାଳ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ” ଯୋଜନା ତରଫରୁ ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଆୟୁଷ ଡାକ୍ତର ଡ଼ା. ଆଶିଷ କୁମାର ଗୋଏଲ ଏବଂ ଡା. ସୁଶ୍ରୀ ପତି ଯୋଗଦାନ କରି ବିଦ୍ୟାଳୟର ୧୨୦ ଜଣ ଛାତ୍ର ଛାତ୍ରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ପରିଚାଳନା କରିଥିଲେ । ନର୍ସ ଅନିତା ସାହୁ,ଶିକ୍ଷକ ନନ୍ଦିଘୋଷ ବାରିକ, ରାଜୁ ମେହେର, ଚିନ୍ମୟ ଦାସ, କିରନ କୁମାର ପଟେଲ, ସଞ୍ଜୀବ କୁମାର ପୂଜାରୀ, କର୍ମଚାରୀ ସୁରଜ୍ ଖମାରୀ, ସମୀର କଠାର,ବିଭୀଷଣ ଖମାରୀ ସହଯୋଗ କରିଥିଲେ l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…
