November 28, 2026
Home » ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ

0
WhatsApp Image 2026-11-27 at 1.11.35 PM

ସୁବର୍ଣ୍ଣପୁର —ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ଭାରତର ପ୍ରଥମ ସମ୍ବିଧାନ ପ୍ରଣୟନ ଅବସରରେ ଜାତୀୟ ସମ୍ବିଧାନ ଦିବସ ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନଙ୍କ ସଭାପତିତ୍ବରେ ପାଳିତ ହୋଇଯାଇଛି। ବାଙ୍କିଘିର୍ଡି ଉଚ୍ଚ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଜଗନ୍ନାଥ ପାଢ଼ୀ ମୁଖ୍ୟଅତିଥି ଭାବରେ ଯୋଗଦେଇ ଆଧୁନିକ ଭାରତ ଗଠନରେ ଡ. ଭୀମରାଓ ଆମ୍ବେଦରଙ୍କ ଯୋଗଦାନ ଅବିସ୍ମରଣୀୟ ବୋଲି ମତ ପ୍ରକାଶ କରିଥିଲେ। ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ତଥା ଅତିଥି ଶିକ୍ଷକ ସମ୍ପଦ ଖମାରୀ, ଶିକ୍ଷକ ମନୋଜ କୁମାର ପୂଜାରୀ ମଞ୍ଚାସିନ ହୋଇ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ। ଅତିଥିମାନେ ଡ. ଆମ୍ବେଦକରଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ। ଶିକ୍ଷକ କିରଣ କୁମାର ପୁଟେଲ୍ ସଭା ସଂଯୋଜନା କରିଥିବା ବେଳେ ଛାତ୍ରୀ ଶ୍ରିମୟୀ, ସ୍ନେହଞ୍ଜଳି , ପ୍ରଭାସିନୀ , ଶ୍ରୁତି,ମାନସୀ, ତୁଳସୀ, ଅମୃତା ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ। ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ସମବେତ ଛାତ୍ର ଛାତ୍ରୀଙ୍କୁ ଭାରତୀୟ ସମ୍ବିଧାନର ପ୍ରସ୍ତାବନା ପାଠ କରାଇଥିଲେ। ଏହି ଅବସରରେ ଛାତ୍ରୀ ଡଲି ସାହୁ , ଟିକେଶ୍ଵରି ପଧାନ,ଜୁବିଲି ନାୟକଙ୍କୁ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ଚିନାଯୁରି ଠାରେ ଅନୁଷ୍ଠିତ ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀରେ ଶକ୍ତି ପ୍ରକଲ୍କ ପ୍ରଦର୍ଶନ,ବାଳବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ କୁଇଜ ପ୍ରତିଯୋଗୀତାରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଜିଲ୍ଲା ସ୍ତରକୁ ମନୋନୀତ ହୋଇଥିବାରୁ ପୁଷ୍ପ ଗୁଚ୍ଛ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ଶେଷରେ ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ଧନ୍ୟବାଦ ପ୍ରଦାନ କରିଥିବା ବେଳେ ଶିକ୍ଷୟିତ୍ରୀ ଲିପି ପ୍ରଧାନ କର୍ମଚାରୀ ସଞ୍ଜୀବ ପୂଜାରୀ ,ବିଭୀଷଣ ଖମାରୀ, ମିନିକେତନ ଦାସ , ସୁରଜ୍ ଖମାରୀ, ସମୀର କଠ।ର କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ।

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *