ମା’ ବିମଳାଙ୍କ ପୀଠରେ ଷୋଡଶ ଦିନାତ୍ମକ ପୂଜା ଆରମ୍ଭ ହୋଇଯାଇଛି

0 13

ଶ୍ରୀକ୍ଷେତ୍ରର ଅଧିଷ୍ଠାତ୍ରୀ ମା’ ବିମଳାଙ୍କ ପୀଠରେ ଆରମ୍ଭ ହୋଇଛି ଷୋଡଶ ଦିନାତ୍ମକ ପୂଜା। ଏହି ଅବସରରେ ଗଜପତିଙ୍କ ଶ୍ରୀନଅରରେ ଶ୍ରୋତ୍ରୀୟ ବ୍ରାହ୍ମଣଙ୍କୁ ବରଣ କରା ଯାଇ, ରାଜଗୁରୁ ପୁରୋହିତଙ୍କୁ ଗଜପତି ମହାରାଜାଙ୍କ ଶ୍ରୀହସ୍ତ ଛୁଆଁ ଗୁଆ ନଡିଆ ପ୍ରଦାନ କରାଯାଇଛି । ଗଜପତିଙ୍କ ପ୍ରତିନିଧି ଭାବେ ରାଜଗୁରୁ ଏହି ଗୁଆ ନଡ଼ିଆ ବ୍ରାହ୍ମଣ ମାନଙ୍କୁ ଦେଇ ବରଣ କରିଛନ୍ତି ।
ମା’ ବିମଳାଙ୍କ ପୀଠ ନିମନ୍ତେ ପୂଜକ, ଜଣେ ପରୀଚ୍ଛା,ଚଣ୍ଡୀପାଠ,ମନ୍ତ୍ରଯାପକ,ସହସ୍ରନାମ ପାଠକଙ୍କୁ ବରଣ କରାଯାଇଛି । ଏଥିସହ ଶ୍ରୀମନ୍ଦିର ଭିତର ବେଢା ପରିସରରେ ମା ଭୁବନେଶ୍ୱରୀ,ମା ବାଟମଙ୍ଗଳା,ଓ ମା ଉତ୍ତରାୟଣୀ ପୀଠ ଲାଗି ପୂଜକ ଏବଂ ଚଣ୍ଡୀପାଠକ ବରଣ ହେଉଛି । ଶ୍ରୀକ୍ଷେତ୍ର ମଧ୍ୟରେ ଥିବା ବିଭିନ୍ନ ଶକ୍ତୀପୀଠ ଯଥା ଦକ୍ଷିଣକାଳୀ, ଆଲମଚଣ୍ଡୀ ଓ କପିଳେଷ୍ୱର ଶାସନର ପଞ୍ଚମୁଖୀ ଠାକୁରାଣୀଙ୍କ ପୀଠରେ ଷୋଳପୂଜା ପାଇଁ ପୂଜକ,ଚଣ୍ଡୀପାଠକ ମାନଙ୍କୁ ମଧ୍ୟ ବରଣ କରାଯିବାର ପରମ୍ପରା ଜାରି ରହିଛି ।

ଇପିଏ ରୁ ବିରଞ୍ଚିନାରାୟଣ ପତ୍ରୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.