ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ର ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ୱରୀ ଆଶ୍ୱିନ ମାସରେ ବିଭିନ୍ନ ବେଶରେ ଭକ୍ତ ଙ୍କୁ ଦର୍ଶନ ଦେଇଥାନ୍ତି l ଶକ୍ତିସ୍ୱରୂପା ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ୱରୀ ପବିତ୍ର ଆଶ୍ୱିନ ମାସ ର ପ୍ରତିପଦା ଠାରୁ ଦଶହରା ପର୍ଯ୍ୟନ୍ତ ବିଭିନ୍ନ ବେଶରେ ଭକ୍ତ ଙ୍କୁ ଦର୍ଶନ ଦେଇଥିବାର ପରମ୍ପରା ମତେ ଆଜି ମା ସୁରେଶ୍ୱରୀ ମହିଷାମର୍ଦ୍ଦିନୀ ବେଶରେ ଭକ୍ତ ଙ୍କୁ ଦର୍ଶନ ଦେଇଛନ୍ତି l ଭକ୍ତଙ୍କର ଶୃ୍ଖଳିତ ଦର୍ଶନ ପାଇଁ ସୁବର୍ଣ୍ଣପୁର ଜିଲ୍ଲା ଦେବୋତ୍ତର ବିଭାଗ ଓ ମନ୍ଦିର ପରିଚାଳନା କମିଟି ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି l କିଛି ନିର୍ଦ୍ଧିଷ୍ଟ ସେବାୟତ ଓ ପୂଜକଙ୍କ ଦ୍ୱାରା ବିଭିନ୍ନ ନୀତିକାନ୍ତି ଅନୁଷ୍ଠିତ ହେଉଥିବା ବେଳେ ମା ଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରାଯାଉଛି l କୋଭିଡ କଟକଣାକୁ ଦୃଷ୍ଟିରେ ରଖି ଦର୍ଶନ ବ୍ୟବସ୍ଥା କରାଯାଇଥିବା ହେତୁ ବିଭିନ୍ନ ସ୍ଥାନରୁ ଆସୁଥିବା ଭକ୍ତ ଶୃଙ୍ଖଳିତ ଭାବରେ ମା ସୁରେଶ୍ୱରୀ ଙ୍କ ଦର୍ଶନ କରୁଥିବା ବେଳେ ଭକ୍ତ ମଧ୍ୟ ମା ଙ୍କର ଏ ବିରଳ ମହିଷାମର୍ଦ୍ଦିନୀ ବେଶ ଦର୍ଶନ ଲାଭ କରି ନିଜକୁ ଧନ୍ୟ ମନେକରୁଥିବା ଦେଖାଯାଇଛି l
ସୁବର୍ଣ୍ଣପୁର ଇପିଏ ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )