ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଜିଲ୍ଲା ଗସ୍ତ

0 6

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ବଲାଙ୍ଗୀର ଜିଲ୍ଲା ଗସ୍ତ ରେ ଆସି ବହୁ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବିଏସକେ ଯୋଜନାର ଶୁଭାରମ୍ଭ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବଲାଙ୍ଗୀର ଜିଲ୍ଲାରେ ୨୩୦.୧୩ କୋଟି ଟଙ୍କାର ପ୍ରକଳ୍ପ କୁ ଲୋକାର୍ପଣ ୫୯୬.୭୧ କୋଟି ଟଙ୍କାର ପ୍ରକଳ୍ପ ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହା ସହ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ରେ ବଲାଙ୍ଗୀର ଜିଲ୍ଲାର ସାଢେ ଚାରି ଲକ୍ଷ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ ଶୁଭାରମ୍ଭ କରିଥିଲେ।
ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ଯମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଙ୍କ ସହ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖା ,ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ଶୁସାନ୍ତ ସିଂ,ମନ୍ତ୍ରୀ ପଦ୍ମନାଭ ବେହେରା,ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର, କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂସାଲୁଜା ଓ ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ ପ୍ରମୁଖ ମଞ୍ଚାସୀନ ଥିଲେ।

ବଲାଙ୍ଗୀର ଇପିଏ ରୁ ନବୀନ ପଶାୟତଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.