May 27, 2026
Home » ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ରୋଗି କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ।

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ରୋଗି କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ।

0
WhatsApp Image 2024-10-01 at 2.03.54 PM (1)

 

ଛତ୍ରପୁର: ଛତ୍ରପୁର ବ୍ଲକ ଅଧିନରେ ଥ‌ିବା ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ଆଜି ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକ ରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଅଧ୍ଯକ୍ଷତା କରିଥିଲେ । ପ୍ରାରମ୍ଭେ ମୁନିସିପେଣ୍ଠର ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ଅଧ୍ୟକ୍ଷ ସୌମ୍ୟକାନ୍ତ ମହାପାତ୍ରଙ୍କ ଉପସ୍ଥିତରେ ସ୍ୱାସ୍ଥ୍ୟ କେନ୍ଦ୍ର କର୍ମଚାରୀ ବୃନ୍ଦ ଅତିଥି ମାନଙ୍କୁ ପୁଷ୍ପ ଗୁଚ୍ଛ ଦେଇ ସ୍ବାଗତ ଜଣାଇଥିଲେ । ପରେ ବିଧାୟକ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିବା ସହିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ବିଧାୟକ କୃଷ୍ଣଚନ୍ଦ୍ର ନାୟକ , ବ୍ଲକ୍ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ବରାଳ ଓ ସ୍ଥାନୀୟ ସରପଞ୍ଚ ନିରଞ୍ଜନ ପ୍ରଧାନ ଆସନ ଗ୍ରହଣ କରିଥଲେ । ପରେ ସଭା ଗୃହରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ଜନସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରି ବରୁଣ ପାଣିଗ୍ରାହି, ସମସ୍ତ ଅତିଥି ମାନଙ୍କୁ ପରିଚିତ କରାଇବା ସହ ରୋଗୀ କଲ୍ୟାଣ ସମିତି ର ସଦସ୍ୟ ମାନଙ୍କୁ ସ୍ୱାଗତ କରିଥିଲେ । ଏହି ବୈଠକରେ ୨୦ଜଣ ଟିବି ରୋଗୀ ମାନଙ୍କୁ ପୃଷ୍ଟିକର୍ ଖାଦ୍ୟ ପକେଟ୍ ବିଧାୟକଙ୍କ ଦ୍ଵାରା ବଣ୍ଟନ କରା ଯାଇଥିଲା ଏବଂ ବ୍ଲକ୍ ପ୍ରୋଗ୍ରାମ ମେନେଜର ସିମାଞ୍ଚଳ ପ୍ରଧାନ ଏବର୍ଷ ଆର୍ଥିକ ବର୍ଷରେ ଯେଉଁ ସବୁ ଉନ୍ନୟନ ମୂଳକ କାର୍ଯ୍ୟ ସି.ଏଚ.ସି ରେ କରାଯିବ ତାର ତାଲିକା ପ୍ରସ୍ତୁତି କରି ଉପସ୍ଥାପନା କରିଥିଲେ ।
ପୂର୍ବ ବର୍ଷରେ ହୋଇଥିବା ବୈଠକ ବିଷୟରେ ଆଲୋଚନା କରିବା ସହ ସ୍ୱାସ୍ଥ୍ୟ କେନ୍ଦ୍ରର ଭିତ୍ତିଭୂମି ଓ ରୋଗୀମାନଙ୍କୁ କିଭଳି ଉତ୍ତମ ଚିକିତ୍ସା ଯୋଗାଇ ପାରିବା ତାକୁ ନେଇ ଆଲୋଚନା କରାଯାଇଥିଲା । ବିଧାୟକ ଛତ୍ରପୁର ରୋଗୀ କଲ୍ୟାଣ ସମିତିକୁ ପରାମର୍ଶ ଦେଇ କହିଥିଲେ ଲୋକଙ୍କୁ ରୋଗ ବିଷୟରେ ଅଧିକ ସଚେତନ କରାନ୍ତୁ । ବର୍ତ୍ତମାନ ସାପ କାମୁଡାରେ ଅଧିକ ଲୋକ ମୃତ୍ୟୁ ବରଣ କରୁଛନ୍ତି । ତାହାକୁ ଆଖିରେ ରଖି ସ୍ଵାସ୍ଥ୍ୟ ବିଭାଗ କତୃପକ୍ଷ ସଜାଗ ରୁହନ୍ତୁ ଯେଭଳି ଆମେ ରୋଗୀଙ୍କୁ ଉତ୍ତମ ସେବା ଯୋଗାଇ ପାରିବା । ସ୍ଵାସ୍ଥ୍ୟ କେନ୍ଦ୍ର ର ଅନେକ ଅସୁବିଧା ରହିଛି ଯେଭଳି ଆମେ ସମୟ ଅନୁଯାୟୀ ଏହାକୁ ସମାଧାନ କରିପାରିବା ତାହା ପାଇଁ ତାଲିକା ପ୍ରସ୍ତୁତ କରନ୍ତୁ । ସ୍ଵାସ୍ଥ୍ୟ କେନ୍ଦ୍ର ଅଧିକାରି ସୌମ୍ୟକାନ୍ତ ମହାପାତ୍ର କହିଛନ୍ତି କର୍ମଚାରୀ ଅଭାବରୁ କିଛି କିଛି ସମସ୍ୟା ରହିଛି ତାହାକୁ ଆମେ ଯଥା ଶୀଘ୍ର ସମାଧାନ କରିବା ପାଇଁ ଚେଷ୍ଟା କରିବୁ । ଉକ୍ତ ବୈଠକରେ ବିଡ଼ିଓ ଛତ୍ରପୁର ସୁଶାନ୍ତ ବରାଳ, ବ୍ଲକ୍ ଶିକ୍ଷା ବିଭାଗ ପ୍ରତିନିଧି ରଘୁନାଥ ପ୍ରଧାନ , ବରିଷ୍ଟ ଯକ୍ଷ୍ମା ନିରୀକ୍ଷକ ପ୍ରଭାତ କୁମାର ସାହୁ ଏବଂ ଟିବି ଚମ୍ପିୟାନ ଓ ସମସ୍ତ ପଞ୍ଚାୟତ ରାଜ ବିଭାଗର ସମସ୍ତ ଅଧିକାରୀଙ୍କ ସହ ଆର୍ କେ ଏସ୍ ମେମ୍ବର ଟୁଲୁ ସାହୁ ,ରବୀନ୍ଦ୍ର ନାହାକ ଙ୍କ ସମେତ ବନୋଜ କୁମାର ନାହାକ, ଦୃଜ୍ୟଧନ ରେଡ୍ଡୀ, ଦୂର୍ଯ୍ୟ ପରିଡ଼ା , ଗୋପାଳ ପ୍ରହରାଜ,ପଦ୍ମ ପରିଡ଼ା, ବୃନ୍ଦାବନ ସେନାପତି, ରାଜେନ୍ଦ୍ର ନାହାକ,ଙ୍କ ସମେତ ଅଞ୍ଚଳର ବହୁ ବରିଷ୍ଠ ବ୍ୟକ୍ତି ମାନେ ଉପସ୍ଥିତ ରହିଥିଲେ ।

Leave a Reply

Your email address will not be published. Required fields are marked *

You may have missed

ଆଗାମୀ ରଥଯାତ୍ରା ରେ ଶ୍ରଦ୍ଧାଳୁ ଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏ ନେଇ ଏକ ସମୀକ୍ଷା ବୈଠକ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩୦ ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ୮ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅତିରିକ୍ତ ବ୍ୟବସ୍ଥା କରାଯାଉଛି। ଏଥି ସହିତ ୧୦ ଶଯ୍ୟା ବିଶିଷ୍ଟ ୮ ଟି ଅତିରିକ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ। ଏଥିରେ ଅତିରିକ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ବଡଦାଣ୍ଡ ସମେତ ପୁରୀ ସହର ର ପ୍ରମୁଖ ସ୍ଥାନ ଗୁଡିକରେ ଆଶୁ ଚିକିତ୍ସା କେନ୍ଦ୍ର ଖୋଲାଯିବ।୫୦ ରୁ ଅଧିକ ଆମ୍ବୁଲାନ୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବ। ବିଭିନ୍ନ ସ୍ୱେଚ୍ଛାସେବି ସଂଗଠନ ଙ୍କ ସହାୟତା ନିଆଯିବ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାର ତଦାରଖ କରିବେ। ଆଇ ସି ୟୁ, ଟ୍ରମା କେୟାର କେନ୍ଦ୍ର ପ୍ରସ୍ତୁତ କରି ରଖାଯିବ। ପୁରୀ ରେ ଥିବା ସବୁ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରସ୍ତୁତ ରଖାଯିବ। ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ। ଗୁରୁତର ରୋଗୀ ଙ୍କୁ କଟକ, ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଆମ୍ବୁଲାନ୍ସ ଗୁଡ଼ିକ ଯେଭଳି ସୁରୁଖୁରୁରେ ଯାତାୟାତ କରିପାରିବ ସେ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ରଥଯାତ୍ରା ସମୟରେ ଲୋକ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୨ ଶହ ଡାକ୍ତର ଙ୍କୁ ନିୟୋଜିତ କରାଯିବ। ଅପମିଶ୍ରିତ ଓ ବାସୀ ଖାଦ୍ୟ ବିକ୍ରି ବନ୍ଦ ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ମାନେ ଯାଞ୍ଜ କରିବେ। ରଥଯାତ୍ରା ସ୍ୱାସ୍ଥ୍ୟ ସେବାକୁ ଶୃଙ୍ଖଳିତ କରିବା ପାଇଁ ଅନୁଷ୍ଠିତ ହୋଇଥିବା ବୈଠକ ରେ ପୁରୀ ମହାନଗର ନିଗମ ର କମିଶନର, ଅତିରିକ୍ତ ଜିଲ୍ଲାପାଳ, ଏସପି, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ରଥଯାତ୍ରା ର ଭକ୍ତ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱେଚ୍ଛାସେବୀ ଦେବାଶିଶ ମିଶ୍ର କୁହନ୍ତି, ରଥଯାତ୍ରା ଭିଡ଼ରେ ବଡ ଆମ୍ବୁଲାନ୍ସ ଯାତାୟାତ ରେ ବହୁତ୍ ସମସ୍ୟା ସୃଷ୍ଟି କରୁଛି। ଏଣୁ ଆମେ ଜିଲାପାଳ ଙ୍କୁ ପ୍ରସ୍ତାବ ଦେଲୁ କିଛି ଛୋଟ ଆମ୍ବୁଲାନ୍ସ ନିୟୋଜିତ କରାଯାଉ। ଏହା ଦ୍ଵାରା ଆମ୍ବୁଲାନ୍ସ ଯାତାୟାତ ରେ ସୁବିଧା ହେବା ସହ ଲୋକ ମାନେ ତ୍ୱରିତ ଚିକିତ୍ସା ସେବା ପାଇପାରିବେ। ଆଉ ଏକ ପ୍ରସ୍ତାବ ରହିଚି ବଡ ଦାଣ୍ଡ ରେ ଅଧିକ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଉ। ଏହା ଦ୍ଵାରା ଅଯଥା ରେ ଲୋକ ଙ୍କୁ ମୁଖ୍ୟ ଚିକିତ୍ସାଳୟ କୁ ନିଆନଯାଇ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ । ଆମେ ଜିଲାପାଳ ଙ୍କୁ ଅନୁରୋଧ କରିଛୁ ଗୁଣ୍ଡିଚା ମନ୍ଦିର ନିକଟ ରେ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବା ନେଇ ଅନୁମତି ଦିଆଯାଉ। ଏହା ହେଲେ ମନ୍ଦିର ଭିତରେ ଅବା ବାହାରେ କିଛି ଅଘଟଣ ଘଟିଲେ ସଙ୍ଗେ ସଙ୍ଗେ ଚିକିତ୍ସା ସେବା ଲୋକ ଙ୍କୁ ଓ ସେବାୟତ ଙ୍କୁ ଚିକିତ୍ସା ସେବା ଦେଇହେବ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଚଳିତ ରଥଯାତ୍ରା ରେ ଲୋକ ଙ୍କୁ କିଭଳି ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ ସେ ନେଇ ଏକ ମାର୍ଗଦର୍ଶିକା କରାଯାଇଛି। ବଡଦାଣ୍ଡ ସମେତ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ୮ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ । ମୋଟ ୮୦ ବେଡ ବିଶିଷ୍ଟ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସବୁ ପ୍ରକାର ଚିକିତ୍ସା ସେବା ବ୍ୟବସ୍ଥା ରହିବ। ସବୁ ପ୍ରକାର ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଉପକରଣ ଓ ସ୍ପେଶଲିଷ୍ଟ ଡାକ୍ତର ରହିବେ। ଏ ନେଇ ଆଜିର ବୈଠକ ରେ ଆଲୋଚୋନା ହେଲା। ଆମ୍ବୁଲାନ୍ସ କିଭଳି ଯାତାୟାତ କରିବ, ସ୍ୱେଚ୍ଛାସେବୀ ଙ୍କୁ ତାଲିମ ପ୍ରଦାନ ସେ ନେଇ ସବିଶେଷ ଆଲୋଚନା ହୋଇଛି। ମାର୍ଗଦର୍ଶିକା ଅନୁଯାୟୀ ରଥଯାତ୍ରା, ସୁନାବେଶ, ବାହୁଡ଼ା ରେ ସ୍ୱାସ୍ଥ୍ୟ ସେବା ଲୋକ ଙ୍କୁ ଯୋଗାଇ ଦିଆଯିବ। ଆଗାମୀ ଜୁନ ୨୯ ରେ ମହାପ୍ରଭୁ ଙ୍କ ସ୍ନାନଯାତ୍ରା ଓ ଜୁଲାଇ ୧୬ ରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ଦୁଇ ଯାତ୍ରାରେ ଦଇତାପତି ସେବକ ଙ୍କ ଗୁରୁ ଦାୟିତ୍ୱ ରହିଛି । ଦଇତାପତି ସେବକମାନେ ମହାପ୍ରଭୁ ଙ୍କୁ ସ୍ନାନଯାତ୍ରାରେ ରତ୍ନସିଂହାସନ ରୁ ପହଣ୍ଡି ରେ ଆଣି ସ୍ନାନ ବେଦୀ କୁ ଆଣିବେ। ସେହିପରି ଆଗାମୀ ରଥଯାତ୍ରାରେ ମଧ୍ୟ ଦଇତାପତି ସେବକ ମାନେ ମହାପ୍ରଭୁ ଙ୍କୁ ପହଣ୍ଡି ଆଣି ରଥ ଉପରେ ଠାକୁର ଙ୍କୁ ବିରାଜମାନ କରାଇବେ। ତେବେ ଠାକୁର ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଢଙ୍ଗରେ ହୋଇ ପାରିବ ସେ ନେଇ ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟପ୍ରଶାସକ ଦିବ୍ୟଜ୍ୟୋତି ପରିଡା। ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବୈଠକ ରେ ଶ୍ରୀମନ୍ଦିର ଦଇତାପତି ନିଯୋଗ ର କର୍ମକର୍ତ୍ତା ଯୋଗ ଦେଇଥିଲେ।୨୦୨୪ ରଥଯାତ୍ରା ରେ ଆଡ଼ପ ମଣ୍ଡପ ବିଜେ ବେଳେ ବଡ ଠାକୁର ଶ୍ରୀବଳଭଦ୍ର ରଥ ରୁ ଚାରମାଳ କୁ ଖସି ପଡ଼ିଥିଲେ। ଏଣୁ ଏଭଳି ଅଘଟଣ କିଭଳି ଆଗାମୀ ଦିନରେ ହେବ ନାହିଁ ଏବଂ ଶୃଙ୍ଖଳିତ ଢଙ୍ଗରେ ପହଣ୍ଡି କାର୍ଯ୍ୟ ସମାପନ ହେବ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଥିଲେ। ପହଣ୍ଡି ପାଇଁ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସଂଖ୍ୟାରୁ ଯେଭଳି ଅଧିକ ସେବକ ନ ରହିବେ ସେ ନେଇ ଆଲୋଚନା ହୋଇଥିଲା। ସେହିପରି ନିର୍ଦ୍ଧାରିତ ସମୟ ଅନୁସାରେ ସମସ୍ତ ନୀତି ଯେଭଳି ପାଳନ ହେବ ସେ ନେଇ ମଧ୍ୟ ଆଲୋଚାନା ହୋଇଛି। ତେବେ ମହାପ୍ରଭୁ ସ୍ନାନଯାତ୍ରା, ଅଣସର, ନବଯୌବନ, ନେତ୍ରୋତ୍ସବ ସମସ୍ତ ନୀତି ଶୃଙ୍ଖଳିତ କରିବାକୁ ବାଡଗ୍ରାହୀ ସେବକ ମତ ରଖିଛନ୍ତି। ଦଇତାପତି ସେବକ ଭବାନୀ ଦାସ ମହାପାତ୍ର ନିଜ ପ୍ରତିକ୍ରିୟାରେ କୁହନ୍ତି, ଆଗାମୀ ରଥଯାତ୍ରା ରେ କିଭଳି ମହାପ୍ରଭୁ ଙ୍କ ସମସ୍ତ ନିତିକାନ୍ତି, ଭକ୍ତ ଙ୍କ ଦର୍ଶନ ସୁରୁଖୁରୁରେ ଶୃଙ୍ଖଳିତ ଭାବରେ ହୋଇପାରିବ ସେ ନେଇ ଜିଲ୍ଲାପାଳ ଙ୍କ ସହ ଆଲୋଚନା ହୋଇଛି। ସେବାୟତ ଙ୍କ ମଧ୍ୟରେ ଯେଭଳି ଏକ ସମନ୍ଵୟ ରହିବ ସେ ନେଇ ଆଲୋଚନା ହୋଇଥିଲା। ମହାପ୍ରଭୂ ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ତେବେ ମହାପ୍ରଭୁ ଙ୍କ କାର୍ଯ୍ଯ କୁ ଶୃଙ୍ଖଳିତ ଭାବରେ କରିବା ପାଇଁ ଦଇତାପତି ସେବକ ସମ୍ପୂର୍ଣ ପ୍ରସ୍ତୁତ ରହିଚନ୍ତି। ଏହି ଭରସା ଆମେ ପ୍ରଶାସନ କୁ ଦେଇଛୁ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ଆୟୋଜନ ନେଇ ସବୁ ସେବାୟତ ବିଯୋଗ ସହ ଆଲୋଚନା କରାଯାଉଛି। ମହାପ୍ରଭୁ ଙ୍କ ଶୃଙ୍ଖଳିତ ନୀତି କାନ୍ତି ଓ ପହଣ୍ଡି ପ୍ରସଙ୍ଗ ରେ ମଧ୍ୟ ଦଇତାପତି ସେବକ ଙ୍କ ସହ ଆଲୋଚନା ହୋଇଛି। ଆମର ଆଶା ରହିଛି ମହାପ୍ରଭୁ ଙ୍କ କୃପାରୁ ରଥଯାତ୍ରା ସୁରୁଖୁରୁରେ ସମାପନ ହେବ।