August 21, 2026
Home » ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହନ୍ତ

ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହନ୍ତ

0
WhatsApp Image 2024-07-31 at 7.10.22 PM

ଭୁବନେଶ୍ଵର: ରାଜ୍ୟସଭାରୁ ବିଜେଡି ସାଂସଦ ମମତା ମହନ୍ତଙ୍କ ଇସ୍ତଫା । ମମତାଙ୍କ ଇସ୍ତଫା ନେଇ ସୂଚନା ଦେଲେ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକଡ । ୨୦୨୦ରେ ରାଜ୍ୟସଭାକୁ ବିଜେଡି ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ ମମତା । ରାଜ୍ୟସଭା ସାଂସଦ ସହ ବିଜେଡିରୁ ବି ଇସ୍ତଫା ଦେଇଛନ୍ତି ମମତା । ବିଜେଡିରୁ ଇସ୍ତଫା ଦେଇଥିବା ନେଇ ନିଜେ ଏକ୍ସରେ ସୂଚନା ଦେଇଛନ୍ତି ମମତା ।

୨୦୨୪ ନିର୍ବାଚନରେ ଲୋକସଭାରେ ଝଟକା ପାଇବା ପରେ ଏବେ ବିଜେଡିକୁ ରାଜ୍ୟସଭାରେ ବି ଝଟକା ମିଳିଛି । ରାଜ୍ୟସଭା ସାଂସଦ ପଦରୁ ମମତାଙ୍କ ଇସ୍ତଫା ପରେ ଏବେ ରାଜ୍ୟସଭାରେ ବିଜେଡି ସାଂସଦ ସଂଖ୍ୟା ୮କୁ ଖସିଛି । କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ହେଉଛନ୍ତି ମମତା ମହନ୍ତ । ମମତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ସେ ଇସ୍ତଫା ଦେଇଛନ୍ତି।

ସେପଟେ ବିଜେଡିରୁ ଇସ୍ତଫା ଦେବା ପରେ ମମତା କହିଛନ୍ତି ଯେ,”ମୁଁ ଆଜି ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛି । ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ମଧ୍ୟ ଇସ୍ତଫା ପତ୍ର ପଠାଇଛି। ମୋତେ ଜିଲ୍ଲା ପରିଷଦର ସଦସ୍ୟ ଓ ରାଜ୍ୟ ସଭାର ସଦସ୍ୟ ଭାବେ ସେ ମନୋନୀତ କରି ମୋର ଜିଲ୍ଲା ମୟୂରଭଞ୍ଜ ଓ ରାଜ୍ୟର ସେବା କରିବା ପାଇଁ ସୁଯୋଗ ଦେଇଥିଲେ । ଆଜି ମୋର ସେବାର ଆବଶ୍ୟକତା ସେ ଦଳ ଅନୁଭବ କରୁନାହିଁ। ମୁଁ ଯେହେତୁ ଲୋକଙ୍କ ନେତା ଏବଂ ସେମାନଙ୍କ ସେବା ହିଁ ମୋର ମୁଖ୍ୟ ଧ୍ୟେୟ, ସେଥିପାଇଁ ମୁଁ ସେ ଦଳରେ ରହିବାର ଆବଶ୍ୟକତା ଅନୁଭବ କଲି ନାହିଁ । ସେଥିପାଇଁ ମୁଁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟତା ଏବଂ ରାଜ୍ୟ ସଭା ସଭ୍ୟ ପଦରୁ ଇସ୍ତଫା ଦେଲି।”

ସୂଚନାଯୋଗ୍ୟ ଯେ, ମୟୂରଭଞ୍ଜର ଆଦିବାସୀ ନେତ୍ରୀ ମମତା ମହନ୍ତଙ୍କୁ ବିଜେଡି ଗତ ୨୦୨୦ ମାର୍ଚ୍ଚ ମାସରେ ରାଜ୍ୟସଭାକୁ ପଠାଇଥିଲା। ତାଙ୍କର କାର୍ଯ୍ୟକାଳ ୨୦୨୬ ମସିହା ପର୍ଯ୍ୟନ୍ତ ରହିଛି। ତେବେ କାର୍ଯ୍ୟକାଳ ସରିବାର ୨୧ ମାସ ପୂର୍ବରୁ ସେ ପଦରୁ ଇସ୍ତଫା ଦେଇଛନ୍ତି ।
ଇପିଏ ରୁ ବିରଞ୍ଚିନାରାୟଣ ପତ୍ରୀ ଙ୍କ ରିପୋର୍ଟ,
ଇଷ୍ଟଣ୍ଣ ପ୍ରେସ ଏଜେନ୍ସି, ଭୁବନେଶ୍ୱର

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed