August 21, 2026
Home » ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ବୌଦ୍ଧ ଏବଂ କନ୍ଧମାଳ ଜିଲ୍ଲା ଗସ୍ତ

ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ବୌଦ୍ଧ ଏବଂ କନ୍ଧମାଳ ଜିଲ୍ଲା ଗସ୍ତ

0
WhatsApp Image 2024-10-18 at 7.50.03 PM

କଟକ:ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ବୌଦ୍ଧ ଏବଂ କନ୍ଧମାଳ ଜିଲ୍ଲା ଗସ୍ତରେ ଯାଇ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗ ଦେଇଥିଲେ । ଉଭୟ ଜିଲ୍ଲାରେ ଆଇନ ଓ ଶୃଙ୍ଖଳା ପରିସ୍ଥିତି, ମାଓବାଦୀ ସମସ୍ଯା, ଗଞ୍ଜେଇ ଚାଷ ଓ ଚୋରାଚାଲାଣ, ଜିଲ୍ଲାରେ କର୍ମଚାରୀଙ୍କ ସଂଖ୍ୟା ବୃଦ୍ଧି, ଅତୀତରେ ପୋଲିସ ବିଭାଗର ସଫଳତା ଏବଂ ଆଗାମୀ ଦିନରେ ଅପରାଧୀ ତଥା ମାଓବାଦୀଙ୍କ ବିରୋଧରେ ସ୍ଵତନ୍ତ୍ର ରଣନୀତି ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି ।

ଆଜି ପୂର୍ବାହ୍ନରେ ବୌଦ୍ଧ ଜିଲ୍ଲା ପୋଲିସ ମୁଖ୍ୟାଳୟ ପରିସରରେ ଡିଜିପି ଶ୍ରୀ ଖୁରାନିଆଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ଅପରାଧ ସ୍ଥିତି ଏବଂ ନିୟନ୍ତ୍ରଣ ସମ୍ପର୍କରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଜିଲ୍ଲାର ଥାନାଧିକାରୀଙ୍କଠାରୁ ଆରମ୍ଭ କରି ଏସଡିପିଓ, ଅତିରିକ୍ତ ଏସପି ଏବଂ ମୁଖ୍ୟାଳୟ ପରିସରରେ ଥିବା ବିଭିନ୍ନ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ I ଡିଜିପି ସମସ୍ତ ବିଭାଗର ସମୀକ୍ଷା କରିବା ସହ ଜିଲ୍ଲାକୁ ନକ୍ସଲ ମୁକ୍ତ ତଥା ଗଞ୍ଜେଇ ମୁକ୍ତ କରିବାକୁ ସମସ୍ତ ଅଧିକାରୀଙ୍କୁ ଆହ୍ଵାନ ଦେଇଥିଲେ । ଅତୀତରେ ମାଓବାଦୀ ମୁକାବିଲା କ୍ଷେତ୍ରରେ ଜିଲ୍ଲା ପୋଲିସ ସକ୍ରିୟ ଭୁମିକା ଗ୍ରହଣ କରିଥିଲା। ଆଗାମୀ ଦିନରେ ଏହାକୁ ଆହୁରି ଅଧିକ ତ୍ୱରାନ୍ୱିତ କରାଯିବ ବୋଲି ଡିଜିପି ମତବ୍ୟକ୍ତ କରିଥିଲେ। ଏତଦବ୍ଯତୀତ ଜିଲ୍ଲାରେ ନକ୍ସଲ ସମସ୍ୟାକୁ ପ୍ରତିହତ କରିବାକୁ ସ୍ଵତନ୍ତ୍ର ରଣନୀତି ପ୍ରସ୍ତୁତ କରିବାକୁ ବରିଷ୍ଠ ପୋଲିସ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହାସହ ଜିଲ୍ଲାରେ ଗଞ୍ଜେଇ ଚାଷ ହେଉଥିବା ଅଞ୍ଚଳକୁ ଚିହ୍ନଟ କରି ସମ୍ପୃକ୍ତ ଅଞ୍ଚଳକୁ ସଂପୂର୍ଣ୍ଣ ନଷ୍ଟ କରିବା ଉପରେ ଡିଜିପି ଗୁରୁତ୍ଵାରୋପ କରିଥିଲେ । ଏହି ଅବସରରେ ଜିଲ୍ଲାରେ ଗଞ୍ଜେଇ ଚୋରା ଚାଲାଣ ଉପରେ ରୋକ ଲଗାଇବାକୁ ସ୍ଵତନ୍ତ୍ର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବାକୁ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
ଏହି ଅବସରରେ ସେ ଏସଓଜି ଟିମ ଲିଡର, ଡିଭିଏଫ ଯବାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ଏଠାରେ ଉଲ୍ଲେଖଯୋଗ୍ୟ ଯେ ଗତକାଲି ଡିଜିପି ଶ୍ରୀ ଖୁରାନିଆ ଘଣ୍ଟପଡା ଥାନା ପରିଦର୍ଶନରେ ଯାଇଥିଲେ । ସେଠାରେ ଅବସ୍ଥାପିତ ଥିବା ବିଏସଏଫ ଯବାନ ମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
ସୂଚନାଯୋଗ୍ୟ ଯେ, ପୂର୍ବରୁ ଡିଜିପି ଶ୍ରୀ ଖୁରାନିଆ କନ୍ଧମାଳ ଜିଲ୍ଲା ଗସ୍ତରେ ଯାଇଥିଲେ । ସେଠାରେ ବରଖମାସ୍ଥିତ ବିଏସଫ କ୍ୟାମ୍ପ ଏବଂ ସିନ୍ଧିପୋଙ୍କେଲସ୍ଥିତ ସିଆରପିଏଫ କ୍ୟାମ୍ପକୁ ପରିଦର୍ଶନ କରିବା ସହ ପରବର୍ତ୍ତୀ ସମୟରେ ଜିଲ୍ଲା ମୁଖ୍ୟାଳୟରେ ଏକ ସମୀକ୍ଷା ବୈଠକରେ ସାମିଲ ହୋଇଥିଲେ ।
ଡିଜିପିଙ୍କ ଏହି ଗସ୍ତ ସମୟରେ ଆଇଜି (ଅପରେସନ) ଶ୍ରୀ ଜୟନାରାୟଣ ପଙ୍କଜ, ଡିଆଇଜି (ଦକ୍ଷିଣାଞ୍ଚଳ) ଡଃ ସାର୍ଥକ ଷଡଙ୍ଗୀ, ଡିଆଇଜି (ଏସଆଇଡବ୍ଲୁ) ଡଃ କନୱାର ବିଶାଲ ସିଂ, ଏସପି କଳାହାଣ୍ଡି ଶ୍ରୀ ଅବିଲାଶ ଜି., ଏସପି (ବୌଦ୍ଧ) ଶ୍ରୀ ନାଗରାଜ ଦେବରକୋଣ୍ଡା, ଏସପି (କନ୍ଧମାଳ) ଶ୍ରୀ ହରିଶ ବି. ସି. ପ୍ରମୁଖ ଉପସ୍ଥିତ ଥିଲେ ।

ଇପିଏରୁ ବିରଞ୍ଚିନାରାୟଣ ପତ୍ରୀ ଙ୍କ ରିପୋର୍ଟ, ଇଷ୍ଟଣ୍ଣ ପ୍ରେସ ଏଜେନ୍ସି, ଭୁବନେଶ୍ୱର

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed