August 20, 2026
Home » ରାଜ୍ୟ ଆଶା କର୍ମୀଙ୍କ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ଉଦ୍ଦେଶ୍ୟରେ ସାତ ଦଫା ଦାବି ପ୍ରଦାନ

ରାଜ୍ୟ ଆଶା କର୍ମୀଙ୍କ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ଉଦ୍ଦେଶ୍ୟରେ ସାତ ଦଫା ଦାବି ପ୍ରଦାନ

0
WhatsApp Image 2024-10-14 at 5.30.30 PM

  ଭାରତ ମଜଦୁର ସଂଗଠନର ତତ୍ତ୍ୱାବଧାନରେ କେନ୍ଦ୍ର ଏବଂ ରାଜ୍ୟ ଆଶା କର୍ମୀ ସଂଘର ନିଷ୍ପତ୍ତି କ୍ରମେ ରାଜ୍ୟର ସମସ୍ତ ଜିଲ୍ଲାମାନକରେ ଆଶା କର୍ମୀମାନେ ସାତ ଦଫା ଦାବି ପ୍ରଦାନ କରିଛନ୍ତି । ଏହି ଅବସରରେ ସୋମବାର ଦିନ ରାୟଗଡ଼ା ଗାନ୍ଧୀ ପାର୍କ ଠାରୁ ଏକ ବିଶାଳ ରାଲିରେ ବାହାରି ଜିଲ୍ଲାପାଳ କାର୍ଯ୍ୟାଳୟ ପହଞ୍ଚି ସାତ ଦଫା ଦାବି ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ପ୍ରଦାନ କରିଛନ୍ତି।
ସେମାନଙ୍କର ସାତ ଦଫା ଦାବି ମଧ୍ୟରେ ଜାତୀୟ ସ୍ଵାସ୍ଥ୍ୟ ମିଶନକୁ ସ୍ଥାୟୀ କରାଯାଉ , ଆଶା କର୍ମୀ ମାନଙ୍କୁ ସରକାରୀ କର୍ମଚାରୀ ଭାବେ ଘୋଷଣା କରାଯାଉ , ଯେଉଁ ପର୍ଯ୍ୟନ୍ତ ସରକାରୀ ମାନ୍ୟତା ଦିଆଯାଇନାହିଁ ସେମାନଙ୍କୁ ମାସିକ ୧୮ ହଜାର ଟଙ୍କା ପ୍ରଦାନ କରାଯାଉ , ଆଶା କର୍ମୀ ମାନଙ୍କୁ ସାମାଜିକ ସୁରକ୍ଷା ପ୍ରଦାନ କରାଯାଉ , ଆଶା କର୍ମୀ ମାନଙ୍କୁ ଅବସର କାଳୀନ ସମୟରେ ୫ ଲକ୍ଷ୍ୟ ଟଙ୍କା ପ୍ରଦାନ କରିବା ସହ ମାସିକ ୫ ହଜାର ଟଙ୍କା ପେନସନ ଦିଆଯାଉ , ସବୁ ପିହେଚସି/ସିହେଚସିରେ ଆଶା ଗୃହ ନିର୍ମାଣ କରାଯାଉ , ଆଶା କର୍ମୀ ମାନଙ୍କୁ ଯାତାୟାତ ପାଇଁ ବିନା ସୁଧରେ ସ୍କୁଟି ଯୋଗାଇଦେବା ପାଇଁ ଦାବି କରାଯାଇଥିଲା। ଯଦି ସେମାନଙ୍କର ଦାବି ପୂରଣ ନହୁଏ ତେବେ ରାଜ୍ୟବ୍ୟାପୀ ଧର୍ମଘଟ କରିବା ସହ ରାଜରାସ୍ତାକୁ ଓହ୍ଲାଇବା ପାଇଁ ବାଧ୍ୟ ହେବେ ବୋଲି କହିଛନ୍ତି।
ଉକ୍ତ ରାଳୀ କାର୍ଯ୍ୟକ୍ରମରେ ଭାରତୀୟ ମଜଦୂର ସଂଘ ର ରାଜ୍ୟ ଉପସଭାପତି ଶ୍ରୀ ଯୋଗେଶ୍ଵର ଦାସ ନେତୃତ୍ୱରେ ହୋଇଥିବା ବେଳେ ଜିଲ୍ଲା ସ୍ତରୀୟ ସମସ୍ତ ନେତୃତ୍ୱବୃନ୍ଦ ସହ ସମସ୍ତ କର୍ମକର୍ତ୍ତା ଅ°ଶଗ୍ରହଣ କରିଥିଲେ ।

ରାୟଗଡା ଜିଲ୍ଲା ଇପିଏ ରୁ ତିରୁମାଲା ପ୍ରସାଦ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed