May 28, 2026
Home » ରାମନାଗୁଡା ପଞ୍ଚାୟତ ସମିତି ସାଧାରଣ ବୈଠକ ଅନୁଷ୍ଠିତ

ରାମନାଗୁଡା ପଞ୍ଚାୟତ ସମିତି ସାଧାରଣ ବୈଠକ ଅନୁଷ୍ଠିତ

0
WhatsApp Image 2024-11-22 at 6.38.06 PM

ରାମନାଗୁଡ଼ା:ୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ ପଞ୍ଚାୟତ ସମିତି ସଭାଗୃହ ଠାରେ ସାଧାରଣ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଥିଲା ।ପଞ୍ଚାୟତ ସମିତି ଅଧ୍ୟକ୍ଷ ରବି ଶଙ୍କର ଗମାଙ୍ଗ ସଭାପତିତ୍ୱରେ ଆୟୋଜିତ ବୈଠକରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ, ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ, ଶିଶୁ ବିକାଶ ଯୋଜନା ଅଧିକାରୀ ଅଞ୍ଜଳି ମହାପାତ୍ର,ଗୁଣୁପୁର ବିଧାୟକ ପ୍ରତିନିଧି ବାଞ୍ଛାନିଧି ବେହେରା ,ସାଂସଦ ପ୍ରତିନିଧି ଗର୍ଜନା ପ୍ରସାଦ ରାଓ, ଉପାଧ୍ୟକ୍ଷା ଜାନକୀ ନିମାଲା , ଜିଲ୍ଲା ପରିଷଦ ସଭ୍ୟ(କ)ତାଙ୍ଗୁଡୁ ଶ୍ରୀଧର, ସହକାରୀ ନିର୍ବାହୀ ଯନ୍ତ୍ରୀ ଏ ସାନମୁଖା ପାତ୍ର ପ୍ରମୁଖ ମଞ୍ଚାସୀନ ରହିଥିଲେ। ସହକାରୀ ଯନ୍ତ୍ରୀ ପ୍ରତାପ ଚନ୍ଦ୍ର ମିଶ୍ର ସମସ୍ତ ଅଧିକାରୀ ଓ ଲୋକ ପ୍ରତିନିଧି ସ୍ୱାଗତ କରିବା ପରେ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା।ଏହା ପରେ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ଗୋପାଳ ଚନ୍ଦ୍ର ମିଶ୍ର ଙ୍କ ଦ୍ଵାରା ପୂର୍ବ ବୈଠକର ବିବରଣୀ ପାଠ କରାଯାଇଥିଲା ।ବୈଠକ ପ୍ରାରମ୍ଭରେ ତହସିଲଦାର ଶ୍ରୀ ପାଣିଗ୍ରାହୀ ବର୍ତ୍ତମାନ ରାଜ୍ୟ ସରକାରଙ୍କ ପକ୍ଷରୁ ଭୂମିହୀନ ମାନଙ୍କୁ ଘର ନିର୍ମାଣ କରିବା ପାଇଁ ଦୁଇ ଡେଶିମିଲ ଜାଗା ପ୍ରଦାନ କରିବା ପାଇଁ ରାଜସ୍ୱ ନିରୀକ୍ଷକ ମାନଙ୍କ ଦ୍ଵାରା ସର୍ଭେ କାର୍ଯ୍ୟ ଚାଲୁ ରହିଛି l

ବ୍ଲକ ର କୌଣସି ଲୋକ ଯେମିତି ଏଥିରୁ ବଞ୍ଚିତ ନହୁଅନ୍ତୁ ସେଥି ପ୍ରତି ଧ୍ୟାନ ଦେବା ସହ ଉପସ୍ଥିତ ଥିବା ସମସ୍ତ ରାମନାଗୁଡା ବ୍ଲକ ର ସରପଞ୍ଚ, ସମିତି ସଭ୍ୟ ସଭ୍ୟା ମାନଙ୍କୁ ସହଯୋଗ କରିବା ନିମନ୍ତେ କହିଥିବା ବେଳେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆୟୁଷ ଡାକ୍ତର ଭାଗବତ ପ୍ରସାଦ ପାଢ଼ୀ ନିମୋନିଆ ସଚେତନତା,ମଶାରୀ ବଣ୍ଟନ,ବିସିଜି ଟିକା ସଚେତନତା ଉପରେ ଗୁରୁତ୍ବ ଆରୋପ କରିଥିଲେ । ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମଣ୍ଡଳ ଉଚ୍ଚ ମାନର‌ ଶସ୍ୟ ଉତ୍ପାଦନ ଅଙ୍ଗନବାଡି କେନ୍ଦ୍ର, ବିଦ୍ୟାଳୟ ସମ୍ପୂର୍ଣ୍ଣ କରିବା ତଥା ସୌନ୍ଦର୍ଯ୍ୟ କରଣ,ଉତ୍ପାଦନକ୍ଷମ ଯୋଜନା ଉପରେ ଗୁରୁତ୍ବ‌ ଆରୋପ କରିଥିଲେ ।ଉକ୍ତ ବୈଠକରେ ପାରୀକ୍ଷିତି ସମିତି ସଭ୍ୟା ଲକ୍ଷ୍ମୀ କାଡ୍ରାକା ପାରୀକ୍ଷିତି ପଞ୍ଚାୟତ କୁ ସମ୍ପୂର୍ଣ୍ଣ ମଦମୁକ୍ତ ପଞ୍ଚାୟତ ଗଠନ କରିବା ସହିତ ଗୁରୁତର ପରିସ୍ଥିତି ରେ ରାମନାଗୁଡା ମେଡ଼ିକାଲ କୁ ଆସୁଥିବା ରୋଗୀ ଙ୍କୁ ସେବାରେ ପ୍ରାଥମିକତା ଦେବା ପାଇଁ ଆହୁ୍ରି ତତ୍ପରତା ପ୍ରକାଶ ପାଇଁ ସୁଣ୍ଡିଧାମୁଣି ସମିତି ସଭ୍ୟ କମଳ ଲୋଚନ ମୁଟିକା, ପାରୀକ୍ଷିତି ସମିତି ସଭ୍ୟା ଶ୍ରୀମତୀ କାଡ୍ରାକା ଅନୁରୋଧ କରିଥିଲେ ଏବଂ କୁଜେନ୍ଦ୍ରୀ ସରପଞ୍ଚ ରମେଶ ଶବର ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ମାଧ୍ୟମରେ କାମ ତ୍ବରାନ୍ବିତ କରିବାକୁ ଅନୁରୋଧ କରିଥିଲେ।ସେହିପରି ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଜନ ମଲ୍ଲିକ ଶିକ୍ଷା ବିଭାଗ ଦ୍ଵାରା ପୋଷାକ ବଣ୍ଟନ ଓ ପୁସ୍ତକ ବଣ୍ଟନ କାର୍ଯ୍ୟକ୍ରମ ଚାଲିଥିବା‌ କଥା କହିଥିବା ବେଳେ ରାମନାଗୁଡା ପ୍ରାଣୀ ଚିକିତ୍ସକ କୃଷ୍ନାନନ୍ଦ ବେହେରା ପଶୁପାଳନ ଓ ଉତ୍ତମ ମାନର ପ୍ରଜନନ ସମ୍ବନ୍ଧରେ ଯୋଜନା ଓ ଆବଶ୍ଯକ ଯୋଗ୍ଯତା ସମ୍ବନ୍ଧରେ ଅବଗତ କରିଥିଲେ। ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ ନିଜ ବିଭାଗ ଦ୍ଵାରା ଜାରି ରହିଥିବା ରାସ୍ତା ନିର୍ମାଣ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ ଓ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ କନିଷ୍ଠ ଯନ୍ତ୍ରୀ ସଞ୍ଜୟ ମେହେର ମେଘା ପ୍ରଜେକ୍ଟ ମାଧ୍ୟମରେ ଚାଲୁ ରହିଥିବା ଓଭରହେଡ ପାଣି ଟାଙ୍କି ,ପାଇପ ବିଛା କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବୋଲି କହିବା ସହ ୨୦୨୫ ସୁଦ୍ଧା ପ୍ରାୟ କାମ ସରିଯିବ ବୋଲି ମତ ଦେଇଥିଲେ।ଯୋଜନା ପ୍ରସ୍ତୁତିରେ ଜିଲ୍ଲା ପରିଷଦ, ସମିତି ଓ ପଞ୍ଚାୟତ ମଧ୍ଯରେ ସମନ୍ନୟତା ପୂର୍ବକ ବଡ ତଥା ଜନହୀତକର ଯୋଜନା ପ୍ରସ୍ତୁତ କଲେ ଏହା କଲ୍ୟାଣକାରୀ ହେବା ସହ ଆଦର୍ଶ ହେବ ବୋଲି ସମସ୍ତେ ମତ ଦେଇଥିଲେ।।ପଞ୍ଚାୟତ ସମିତି ସାଧାରଣ ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ ମାନେ ନିଜ ବିଭାଗର ଅଧିକାରୀ ମାନେ କାର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ବୈଠକରେ ରାମନାଗୁଡା ବ୍ଲକର ୧୨ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ,ସଭ୍ୟା, ରାଜସ୍ୱ ବିଭାଗ, ସ୍ୱାସ୍ଥ୍ୟ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ଶିକ୍ଷା ବିଭାଗ, ଗ୍ରାମ୍ୟ ଜଳ ଯୋଗାଣ ବିଭାଗ, ଉଦ୍ୟାନ ବିଭାଗ, ପ୍ରାଣୀ ସମ୍ପଦ ବିଭାଗ, ଶକ୍ତି ବିଭାଗ, ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିବା ବେଳେ ଅନ୍ୟାନ୍ୟ ବିଭାଗର ଅଧିକାରୀ ମାନଙ୍କୁ ଏହି ବୈଠକରେ ଉପସ୍ଥିତ ଥିବା ଦେଖିବାକୁ ମିଳିନଥିଲା । ଏହି ସମସ୍ତ କାର୍ଯ୍ୟକ୍ରମ କୁ ସହକାରୀ ଯନ୍ତ୍ରୀ ପ୍ରତାପ କୁମାର ମିଶ୍ର ପରିଚାଳନା କରିଥିବା ବେଳେ ସଭା ଶେଷରେ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ଗୋପାଳ ଚନ୍ଦ୍ର ମିଶ୍ର ଧନ୍ୟବାଦ ଅର୍ପଣ କରିଥିବା ବେଳେ ସଭାପତିଙ୍କ ଅନୁମତି କ୍ରମେ ପରିସମାପ୍ତି ଘୋଷଣା କରିଥିଲେ।

ରାମନାଗୁଡା ରୁ ନରସିଂହ ପରିଛା ଙ୍କ ରିପୋର୍ଟ ଇପିଏ ଉଇକ୍କି ଖବର।

ଆଗାମୀ ରଥଯାତ୍ରା ରେ ଶ୍ରଦ୍ଧାଳୁ ଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏ ନେଇ ଏକ ସମୀକ୍ଷା ବୈଠକ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩୦ ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ୮ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅତିରିକ୍ତ ବ୍ୟବସ୍ଥା କରାଯାଉଛି। ଏଥି ସହିତ ୧୦ ଶଯ୍ୟା ବିଶିଷ୍ଟ ୮ ଟି ଅତିରିକ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ। ଏଥିରେ ଅତିରିକ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ବଡଦାଣ୍ଡ ସମେତ ପୁରୀ ସହର ର ପ୍ରମୁଖ ସ୍ଥାନ ଗୁଡିକରେ ଆଶୁ ଚିକିତ୍ସା କେନ୍ଦ୍ର ଖୋଲାଯିବ।୫୦ ରୁ ଅଧିକ ଆମ୍ବୁଲାନ୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବ। ବିଭିନ୍ନ ସ୍ୱେଚ୍ଛାସେବି ସଂଗଠନ ଙ୍କ ସହାୟତା ନିଆଯିବ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାର ତଦାରଖ କରିବେ। ଆଇ ସି ୟୁ, ଟ୍ରମା କେୟାର କେନ୍ଦ୍ର ପ୍ରସ୍ତୁତ କରି ରଖାଯିବ। ପୁରୀ ରେ ଥିବା ସବୁ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରସ୍ତୁତ ରଖାଯିବ। ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ। ଗୁରୁତର ରୋଗୀ ଙ୍କୁ କଟକ, ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଆମ୍ବୁଲାନ୍ସ ଗୁଡ଼ିକ ଯେଭଳି ସୁରୁଖୁରୁରେ ଯାତାୟାତ କରିପାରିବ ସେ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ରଥଯାତ୍ରା ସମୟରେ ଲୋକ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୨ ଶହ ଡାକ୍ତର ଙ୍କୁ ନିୟୋଜିତ କରାଯିବ। ଅପମିଶ୍ରିତ ଓ ବାସୀ ଖାଦ୍ୟ ବିକ୍ରି ବନ୍ଦ ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ମାନେ ଯାଞ୍ଜ କରିବେ। ରଥଯାତ୍ରା ସ୍ୱାସ୍ଥ୍ୟ ସେବାକୁ ଶୃଙ୍ଖଳିତ କରିବା ପାଇଁ ଅନୁଷ୍ଠିତ ହୋଇଥିବା ବୈଠକ ରେ ପୁରୀ ମହାନଗର ନିଗମ ର କମିଶନର, ଅତିରିକ୍ତ ଜିଲ୍ଲାପାଳ, ଏସପି, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ରଥଯାତ୍ରା ର ଭକ୍ତ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱେଚ୍ଛାସେବୀ ଦେବାଶିଶ ମିଶ୍ର କୁହନ୍ତି, ରଥଯାତ୍ରା ଭିଡ଼ରେ ବଡ ଆମ୍ବୁଲାନ୍ସ ଯାତାୟାତ ରେ ବହୁତ୍ ସମସ୍ୟା ସୃଷ୍ଟି କରୁଛି। ଏଣୁ ଆମେ ଜିଲାପାଳ ଙ୍କୁ ପ୍ରସ୍ତାବ ଦେଲୁ କିଛି ଛୋଟ ଆମ୍ବୁଲାନ୍ସ ନିୟୋଜିତ କରାଯାଉ। ଏହା ଦ୍ଵାରା ଆମ୍ବୁଲାନ୍ସ ଯାତାୟାତ ରେ ସୁବିଧା ହେବା ସହ ଲୋକ ମାନେ ତ୍ୱରିତ ଚିକିତ୍ସା ସେବା ପାଇପାରିବେ। ଆଉ ଏକ ପ୍ରସ୍ତାବ ରହିଚି ବଡ ଦାଣ୍ଡ ରେ ଅଧିକ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଉ। ଏହା ଦ୍ଵାରା ଅଯଥା ରେ ଲୋକ ଙ୍କୁ ମୁଖ୍ୟ ଚିକିତ୍ସାଳୟ କୁ ନିଆନଯାଇ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ । ଆମେ ଜିଲାପାଳ ଙ୍କୁ ଅନୁରୋଧ କରିଛୁ ଗୁଣ୍ଡିଚା ମନ୍ଦିର ନିକଟ ରେ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବା ନେଇ ଅନୁମତି ଦିଆଯାଉ। ଏହା ହେଲେ ମନ୍ଦିର ଭିତରେ ଅବା ବାହାରେ କିଛି ଅଘଟଣ ଘଟିଲେ ସଙ୍ଗେ ସଙ୍ଗେ ଚିକିତ୍ସା ସେବା ଲୋକ ଙ୍କୁ ଓ ସେବାୟତ ଙ୍କୁ ଚିକିତ୍ସା ସେବା ଦେଇହେବ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଚଳିତ ରଥଯାତ୍ରା ରେ ଲୋକ ଙ୍କୁ କିଭଳି ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ ସେ ନେଇ ଏକ ମାର୍ଗଦର୍ଶିକା କରାଯାଇଛି। ବଡଦାଣ୍ଡ ସମେତ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ୮ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ । ମୋଟ ୮୦ ବେଡ ବିଶିଷ୍ଟ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସବୁ ପ୍ରକାର ଚିକିତ୍ସା ସେବା ବ୍ୟବସ୍ଥା ରହିବ। ସବୁ ପ୍ରକାର ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଉପକରଣ ଓ ସ୍ପେଶଲିଷ୍ଟ ଡାକ୍ତର ରହିବେ। ଏ ନେଇ ଆଜିର ବୈଠକ ରେ ଆଲୋଚୋନା ହେଲା। ଆମ୍ବୁଲାନ୍ସ କିଭଳି ଯାତାୟାତ କରିବ, ସ୍ୱେଚ୍ଛାସେବୀ ଙ୍କୁ ତାଲିମ ପ୍ରଦାନ ସେ ନେଇ ସବିଶେଷ ଆଲୋଚନା ହୋଇଛି। ମାର୍ଗଦର୍ଶିକା ଅନୁଯାୟୀ ରଥଯାତ୍ରା, ସୁନାବେଶ, ବାହୁଡ଼ା ରେ ସ୍ୱାସ୍ଥ୍ୟ ସେବା ଲୋକ ଙ୍କୁ ଯୋଗାଇ ଦିଆଯିବ। ଆଗାମୀ ଜୁନ ୨୯ ରେ ମହାପ୍ରଭୁ ଙ୍କ ସ୍ନାନଯାତ୍ରା ଓ ଜୁଲାଇ ୧୬ ରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ଦୁଇ ଯାତ୍ରାରେ ଦଇତାପତି ସେବକ ଙ୍କ ଗୁରୁ ଦାୟିତ୍ୱ ରହିଛି । ଦଇତାପତି ସେବକମାନେ ମହାପ୍ରଭୁ ଙ୍କୁ ସ୍ନାନଯାତ୍ରାରେ ରତ୍ନସିଂହାସନ ରୁ ପହଣ୍ଡି ରେ ଆଣି ସ୍ନାନ ବେଦୀ କୁ ଆଣିବେ। ସେହିପରି ଆଗାମୀ ରଥଯାତ୍ରାରେ ମଧ୍ୟ ଦଇତାପତି ସେବକ ମାନେ ମହାପ୍ରଭୁ ଙ୍କୁ ପହଣ୍ଡି ଆଣି ରଥ ଉପରେ ଠାକୁର ଙ୍କୁ ବିରାଜମାନ କରାଇବେ। ତେବେ ଠାକୁର ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଢଙ୍ଗରେ ହୋଇ ପାରିବ ସେ ନେଇ ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟପ୍ରଶାସକ ଦିବ୍ୟଜ୍ୟୋତି ପରିଡା। ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବୈଠକ ରେ ଶ୍ରୀମନ୍ଦିର ଦଇତାପତି ନିଯୋଗ ର କର୍ମକର୍ତ୍ତା ଯୋଗ ଦେଇଥିଲେ।୨୦୨୪ ରଥଯାତ୍ରା ରେ ଆଡ଼ପ ମଣ୍ଡପ ବିଜେ ବେଳେ ବଡ ଠାକୁର ଶ୍ରୀବଳଭଦ୍ର ରଥ ରୁ ଚାରମାଳ କୁ ଖସି ପଡ଼ିଥିଲେ। ଏଣୁ ଏଭଳି ଅଘଟଣ କିଭଳି ଆଗାମୀ ଦିନରେ ହେବ ନାହିଁ ଏବଂ ଶୃଙ୍ଖଳିତ ଢଙ୍ଗରେ ପହଣ୍ଡି କାର୍ଯ୍ୟ ସମାପନ ହେବ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଥିଲେ। ପହଣ୍ଡି ପାଇଁ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସଂଖ୍ୟାରୁ ଯେଭଳି ଅଧିକ ସେବକ ନ ରହିବେ ସେ ନେଇ ଆଲୋଚନା ହୋଇଥିଲା। ସେହିପରି ନିର୍ଦ୍ଧାରିତ ସମୟ ଅନୁସାରେ ସମସ୍ତ ନୀତି ଯେଭଳି ପାଳନ ହେବ ସେ ନେଇ ମଧ୍ୟ ଆଲୋଚାନା ହୋଇଛି। ତେବେ ମହାପ୍ରଭୁ ସ୍ନାନଯାତ୍ରା, ଅଣସର, ନବଯୌବନ, ନେତ୍ରୋତ୍ସବ ସମସ୍ତ ନୀତି ଶୃଙ୍ଖଳିତ କରିବାକୁ ବାଡଗ୍ରାହୀ ସେବକ ମତ ରଖିଛନ୍ତି। ଦଇତାପତି ସେବକ ଭବାନୀ ଦାସ ମହାପାତ୍ର ନିଜ ପ୍ରତିକ୍ରିୟାରେ କୁହନ୍ତି, ଆଗାମୀ ରଥଯାତ୍ରା ରେ କିଭଳି ମହାପ୍ରଭୁ ଙ୍କ ସମସ୍ତ ନିତିକାନ୍ତି, ଭକ୍ତ ଙ୍କ ଦର୍ଶନ ସୁରୁଖୁରୁରେ ଶୃଙ୍ଖଳିତ ଭାବରେ ହୋଇପାରିବ ସେ ନେଇ ଜିଲ୍ଲାପାଳ ଙ୍କ ସହ ଆଲୋଚନା ହୋଇଛି। ସେବାୟତ ଙ୍କ ମଧ୍ୟରେ ଯେଭଳି ଏକ ସମନ୍ଵୟ ରହିବ ସେ ନେଇ ଆଲୋଚନା ହୋଇଥିଲା। ମହାପ୍ରଭୂ ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ତେବେ ମହାପ୍ରଭୁ ଙ୍କ କାର୍ଯ୍ଯ କୁ ଶୃଙ୍ଖଳିତ ଭାବରେ କରିବା ପାଇଁ ଦଇତାପତି ସେବକ ସମ୍ପୂର୍ଣ ପ୍ରସ୍ତୁତ ରହିଚନ୍ତି। ଏହି ଭରସା ଆମେ ପ୍ରଶାସନ କୁ ଦେଇଛୁ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ଆୟୋଜନ ନେଇ ସବୁ ସେବାୟତ ବିଯୋଗ ସହ ଆଲୋଚନା କରାଯାଉଛି। ମହାପ୍ରଭୁ ଙ୍କ ଶୃଙ୍ଖଳିତ ନୀତି କାନ୍ତି ଓ ପହଣ୍ଡି ପ୍ରସଙ୍ଗ ରେ ମଧ୍ୟ ଦଇତାପତି ସେବକ ଙ୍କ ସହ ଆଲୋଚନା ହୋଇଛି। ଆମର ଆଶା ରହିଛି ମହାପ୍ରଭୁ ଙ୍କ କୃପାରୁ ରଥଯାତ୍ରା ସୁରୁଖୁରୁରେ ସମାପନ ହେବ।

Leave a Reply

Your email address will not be published. Required fields are marked *

You may have missed