February 5, 2026
Home » ରାମନାଗୁଡା ବ୍ଲକ ପରିସରରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ରାମନାଗୁଡା ବ୍ଲକ ପରିସରରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

0
WhatsApp Image 2026-01-12 at 3.58.57 PM

ରାମନଗୁଡା ବ୍ଲକ ସଭାଗୃହଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନିର୍ଦ୍ଦେଶକ୍ରମେ ଅନୁଷ୍ଠିତ ଏହି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକ, ଖଣ୍ଡିୟ ବନ ଅଧିକାରୀ ସଚିନ ଆନ୍ନାସାହେବ ଓହୋଲ, ଉପ ଆରକ୍ଷୀ ଅଧିକାରୀ ଅମ୍ୟୁଲ କୁମାର ଧର, ଅତିରିକ୍ତ ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ମନୀଷା ଦାସ, ଗୁଣପୁର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଆଜି ମୋଟ ୮୯ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୭୪ଟି ବ୍ୟକ୍ତିଗତ ୧୫ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା ।


ସମସ୍ତ ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିବା ପରେ ଅଭିଯୋଗ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଲିମାପଦର ଗ୍ରାମର ଗୌରାଙ୍ଗ ପଣ୍ଡାଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା ।

ଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ରାମ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଅତିରିକ୍ତ ଜିଲ୍ଲା ଯୋଗାଣ ଅଧିକାରୀ ଲଳିତ ମୋହନ ପଟ୍ଟନାୟକ, ଅବକାରୀ ନିରୀକ୍ଷକ ସନ୍ତୋଷ କୁମାର ଧଳ ସାମନ୍ତ, ଗ୍ରାମ୍ୟ ଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ ଲୋକନାଥ ଯାଦବ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀ, ରାମନଗୁଡା ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ, ରାମନଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଧବେଇ ନାୟକ, ଜିଲ୍ଲା ଅଭିଯୋଗ ଶୁଣାଣି ଅଧିକାରୀ ଶିବ ପ୍ରସାଦ ସାହୁଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ଶିବିର ପରିଚାଳନା କରିଥିଲେ ।

ରିପୋର୍ଟ: ରାୟଗଡ଼ା ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *