ରେଗୁଲାର ହୋଇନଥିବା କୁବେର କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଟିମ୍‌:ମାତ୍ର ୬ ବର୍ଷ ଚାକିରିରେ ୬୦ ପ୍ଲଟ୍

0 17

ନବୀନ ସରକାରଙ୍କ ୨୦ ବର୍ଷର ଉର୍ଦ୍ଧ ଶାସନ କାଳରେ ରାଜ୍ୟରେ ସରକାରୀ କର୍ମଚାରୀ ମାନେ ସବୁ ଅସମ୍ଭବ କାର୍ଯ୍ୟକୁ ସମ୍ଭବ କରି ଅସତ୍ ଉପାୟରେ ଅର୍ଥ ଉପାର୍ଜନ କରିବା ଦୈନଦିନ ଗଣମାଧ୍ୟମରେ ପ୍ରକାଶ ପାଇଥିବା ଦେଖିବାକୁ ମିଳିଛି । କିନ୍ତୁ ଏପରି କାର୍ଯ୍ୟରୁ ସରକାରୀ ବାବୁ ମାନେ କିପରି ମୁକ୍ତି ପାଇବେ ତାହା ଆଜି ପ୍ରଶ୍ନବାଚୀ ସୃଷ୍ଟି କରିଛି ।ମାତ୍ର ୫ ବର୍ଷ ୧୦ ମାସର ଚାକିରି କାଳ ମଧ୍ୟରେ କନିଷ୍ଠ ଯନ୍ତ୍ରୀ ପାଲଟିଛନ୍ତି କୁବେର । ରେଗୁଲାର ହୋଇ ନ ଥିବା ବେଳେ ଠୁଳ କରିଛନ୍ତି ଅଚାଳଚଳ ସମ୍ପତ୍ତି । କେବଳ ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ରହିଛି ୬୦ଟି ପ୍ଲଟ। ଚାକିରି ଜୀବନର ପ୍ରଥମ ପାହାଚରେ ପାଦ ଦେଉ ଦେଉ ଏପରି ଅମାପ ସମ୍ପତ୍ତିର ମାଲିକ ହେବାରେ ସକ୍ଷମ ହୋଇଛନ୍ତି ଦେବଗଡ଼ ଜିଲ୍ଲା ତିଳେଇବଣି ବ୍ଳକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ବିକାଶ ବେହେରା । ବିକାଶଙ୍କ ନାଁରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ବରୁ ଅଭିଯୋଗ ହୋଇଥିବା ବେଳେ ଆଜି ଚଢ଼ାଉ ବେଳେ ଭିଜିଲାନ୍ସ ଅଧିକାରୀଙ୍କ ଆଖି ଖୋସି ହୋଇଯାଇଛି ।
ଭୋର ପ୍ରାୟ ୫ଟା ସମୟରେ ବିକାଶଙ୍କ ବଳମସ୍ଥିତ ବାସଭବନ ଏବଂ କଣ୍ଢଳ ସ୍ଥିତ ଶ୍ୱଶୁର ଘରେ ଆଜି ସକାଳୁ ଭିଜିଲାନ୍ସ ଟିମ୍ ଚଢ଼ଉ କରିଛି। ଭିଜିଲାନ୍ସ ଡିଏସପି ବିରେନ୍ଦ୍ର ନାୟକଙ୍କ ନେତୃତ୍ୱରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ରାଉକେଲା ଓ ଦେବଗଡ଼ ଜିଲ୍ଲାର ଭିଜିଲାନ୍ସ ଟିମ୍ ଏହି ଚଢ଼ଉରେ ସାମିଲ ହୋଇଛନ୍ତି। ଚଢ଼ଉ ବେଳେ ତାଙ୍କ ଘରୁ କିଛି ଜମିଜମା କାଗଜପତ୍ର ଓ ନଗଦ ୪ ଲକ୍ଷ ଟଙ୍କା ଓ ସୁନାଗହଣା ଜବତ କରାଯାଇଛି। ଏହାସହ ତାଙ୍କ ଘରୁ ଏକ ବୋଲେରୋ ଓ ବୁଲେଟ ଗାଡ଼ି ଜବତ ହୋଇଛି । ବିକାଶଙ୍କର ବଳମରେ ଦୁଇ ମହଲା କୋଠା ରହିଛି।

ବିକାଶ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ପୂର୍ବରୁ ହୋଇଥିବା ଅଭିଯୋଗ ଆଧାରରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ଉ କରାଯାଇଛି।

ଇପିଏରୁ ବିରଞ୍ଚି ନାରାୟଣ ପତ୍ରୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.