August 20, 2026
Home » ରୌପ୍ୟ ଜୟନ୍ତୀ ସମାରୋହ,ଉଲୁଣ୍ଡା ବ୍ଲକ ରେ ପଏଁରୀ ତିହାରର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ରୌପ୍ୟ ଜୟନ୍ତୀ ସମାରୋହ,ଉଲୁଣ୍ଡା ବ୍ଲକ ରେ ପଏଁରୀ ତିହାରର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

0
WhatsApp Image 2024-12-08 at 4.14.11 PM

ସୁବର୍ଣ୍ଣପୁର –ଆଜି ଉଲୁଣ୍ଡା ବ୍ଲକର ହିକୁଡି ଗ୍ରାମରେ ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ପକ୍ଷରୁ ବ୍ଲକ ସ୍ତରୀୟ ପଏଁରୀ ତିହାର ଧୁମାଧାମରେ ପାଳନ କରାଯାଇଛି । ଉଲୁଣ୍ଡା ବ୍ଲକ କଳା ସଂସ୍କୃତି ସଂଘର ଉପ-ସଭାପତି ଶ୍ରୀ ଶ୍ୟାମ ସୁନ୍ଦର ସୁନା ଙ୍କ ସଭାପତିତ୍ୱରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ସଭା ଅନୁଷ୍ଠିତ ହୋଇଥିଲା ହିକୁଡିଠାରେ । ଗାଁ ଗାଁ ରେ ଲୁକି ଯାଉଥିବା ଲୋକକଳା ଓ କଳାକାର ମାନଙ୍କୁ ଲୋକଲୋଚନକୁ ଆଣିବା ଏବଂ ସେମାନଙ୍କୁ ପଏଁରୀ ତିହାର (ପାରମ୍ପରିକ ଲୋକନୃତ୍ୟ ଓ ସଂଗୀତ ଉତ୍ସବ) ମଂଚରେ ସ୍ଥାନ ଦେଇ ତାଙ୍କର କଳା ପରିବେଷଣ କରି ଉସ୍‌ôାହିତ କରିବା ହେଉଛି ଏହି ତିହାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବୋଲି ଅନୁଷ୍ଠାନର ସଂପାଦକ ତଥା ଲୋକକଳା ଗବେଷକ, ନୃତ୍ୟ ନିର୍ଦ୍ଦେଶକ ଶ୍ରୀ ଚୌଧୁରୀ ବିଭାର ସୂଚନା ପ୍ରଦାନ କରିଥିଲେ ।

ଏହି ସଭାରେ ମୁଖ୍ୟ ଅତିଥି ଶ୍ରୀ ହରିହର କର୍ଣ୍ଣ, ପୂର୍ବତନ ସରପଞ୍ଚ, ସଭାପତି ଶ୍ରୀ ଲଡୁକିଶୋର ମଲ୍ଲିକ,ଶ୍ରୀମତୀ ରଂଜିତା ଭୋଇ, ପୂର୍ବତନ ସରପଞ୍ଚ, ଦଣ୍ଡରତ୍ନ ବିପିନ ଜାଲ, ଶ୍ରୀମତୀ ବାସନ୍ତୀ ମହାନନ୍ଦ, ଆମ୍ବେଦକର ସେବା ସଭ୍ୟ, ଉପ ସଭାପତି ଶ୍ରୀ ପ୍ରଫୁଲ୍ଲ ନାଏକ, ସହ-ସଂପାଦକ ପୃଥିରାଜ ବାଗ, କାର୍ଯ୍ୟକାରୀ ସଭ୍ୟ ସୌମ୍ୟରଞ୍ଜନ ସେଠି, ବରିଷ୍ଟ ସଦସ୍ୟ ଗୋପାଳ ମେହେର ଉପସ୍ଥିତ ଥିଲେ । ଅନୁଷ୍ଠାନର ତରଫରୁ ଶ୍ରୀ ଶ୍ୟାମ ସୁନ୍ଦର ସୁନାଙ୍କୁ “ପଏଁରି କଳା ସମ୍ମାନ”ରେ ସମ୍ମାନିତ କରାଯାଇଥିଲା । ଏହି ଅବସରରେ ଅତିଥି ମାନଙ୍କ ଦ୍ଵାର ପଏଁରୀ ତିହାର ର ପୋଷ୍ଟର ଉନ୍ମୋଚନ କରାଯାଇଥିଲା l ଏହି ତିହାରରେ ବ୍ଲକ ର ଶତାଧିକ କଳାକାର ସାମିଲ ହେଇ ଲୁକି ଯାଇଥିବା କଳା ଶୋଳ ସୁଆଙ୍ଗ ଦଣ୍ଡ ନୃତ୍ୟ , ସଂଚାର, ସଂମ୍ରଦା, ଖଜନୀ, କରମସାନି, ପ୍ରଭା ନୃତ୍ୟ, ନଚନିଆଁ, ଶବର ଶବରନି, ପତର ସଉରା, ଝୁମେର, ରାସରକେଳି, କୀର୍ତ୍ତନ ନୃତ୍ୟ ଆଦି ସୁନ୍ଦର ଭାବରେ ପରିବେଷଣ କରିଥିଲେ । ପ୍ରଥମେ ବିକେଏସଏସ ର ଉପ-ସଭାପତି ଶ୍ରୀ ସୁନା ସ୍ୱାଗତ ଭାଷଣ ଦେଇଥିବା ବେଳେ ସହ ସଂପାଦକ ପୃଥିରାଜ ବାଗ ଧନ୍ୟବାଦ୍ ଅର୍ପଣ କରିଥିଲେ । ଅନୁଷ୍ଠାନ ର ଅମିତ ସାହୁ, ଶଙ୍କର ମେହେର, ଭୂଷଣ ଦେହୁରୀ, ବୈରାଗୀ ବାଘ ସହଯୋଗ କରିଥିଲେ l ତିହାରରେ ଶତାଧିକ ଦର୍ଶକ ଉପସ୍ଥିତ ରହି କଳାକାର ମାନଙ୍କୁ ଉତ୍ସାହିତ କରିଥିଲେ ଏବଂ ଭରପୁର ମଜା ନେଇଥିଲେ l

ରିପୋର୍ଟ – ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed