November 28, 2026
Home » ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ଅଭିଯାନର ଶୁଭାରମ୍ଭ ଓ ସଚେତନତା ରାଲି

ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ଅଭିଯାନର ଶୁଭାରମ୍ଭ ଓ ସଚେତନତା ରାଲି

0
1001412504
।
ନୟାଗଡ଼  ( ଇପିଏ ) ନୟାଗଡ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନ ଅବସରରେ ଆଜି ସକାଳ ୮ ଘଟିକା ସମୟରେ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଜିଲ୍ଲାସ୍ତରୀୟ ଶୁଭାରମ୍ଭ କାର୍ଯ୍ୟକ୍ରମ ଓ ସଚେତନତା ରାଲି ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟ, ଜିଲ୍ଲା ମହିଳା ସଶକ୍ତିକରଣଙ୍କ ମିଳିତ ଉଦ୍ୟମରେ ସଫଳତାର ସହ ଆୟୋଜିତ ହୋଇଥିଲା।
ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସ, ଉପଜିଲ୍ଲାପାଳ ଶ୍ରୀ କିଶୋର କୁମାର ପଣ୍ଡା , ଡେପୁଟି କଲେକ୍ଟର ତପତି ରାଜ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁବାଷ ଚନ୍ଦ୍ର ପଣ୍ଡା, ଜିଲ୍ଲା ମଙ୍ଗଳ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ତଥା ବିଭିନ୍ନ ଲାଇନ୍ ବିଭାଗର ଅଧିକାରୀ ଓ କର୍ମଚାରୀ ଯୋଗଦେଇଥିଲେ। ଏଥିରେ ପ୍ରାୟ ୪୦୦ ଜଣ ଅଂଶଗ୍ରହଣକାରୀ, ଯେଉଁଥିରେ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା, ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ସାମିଲ ହୋଇଥିଲେ।ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରୁ ଆରମ୍ଭ ହୋଇଥିବା ସଚେତନତା ରାଲି ଶ୍ରୀ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଯାଇ ପୁନର୍ବାର କାର୍ଯ୍ୟାଳୟକୁ ଫେରିଥିଲା। ଏହି ରାଲି ମାଧ୍ୟମରେ ମହିଳା ଓ ବାଳିକାଙ୍କ ସୁରକ୍ଷା, ସମାନ ଅଧିକାର, ସମ୍ମାନ ଏବଂ ଲିଙ୍ଗଭିତ୍ତିକ ହିଂସାର ନିରାକରଣ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଯାଇଥିଲା।ମହିଳା ଓ ବାଳିକାଙ୍କ ପାଇଁ ଏକ ସୁରକ୍ଷିତ, ସମ୍ମାନଜନକ ଓ ହିଂସାମୁକ୍ତ ସମାଜ ଗଠନ କରିବା ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ଥିଲା।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

Leave a Reply

Your email address will not be published. Required fields are marked *