ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ
ନୟାଗଡ଼ : ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଂକ ୧୫୦ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ନୟାଗଡ ଜିଲ୍ଲା ପ୍ରଶାସନ ତରଫରୁ ଏକତା ଗଣ ଦୌଡ କାର୍ଯ୍ୟକ୍ରମ ଆୟୋଜନ କରଯାଇଥିଲା| ଏହି କାର୍ଯ୍ୟକ୍ରମରେ ଅରିତିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ ଓ ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦାର ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ | ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନାୟକ ଓ ଶ୍ରୀ ସମାଦାର ପଟେଲଙ୍କ ଜନ୍ମଜୟନ୍ତୀରେ ଦେଶ ପ୍ରତି ତାଙ୍କର ଉଲ୍ଲେଖନୀୟ କାର୍ଯ୍ୟାବଳି ସମ୍ବନ୍ଧରେ ନିଜ ନିଜର ମତ ରଖିଥିଲେ |

ଏହି ମହାମାନବ ଦେଶର ଅଖଣ୍ଡତା ଏବଂ ସାର୍ବଭୌମିତ୍ଵକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ଯେଉଁ ବଳିଷ୍ଠ ପଦକ୍ଷେପ ଗ୍ରହଣ କରିଥିଲେ ସେ ବିଷୟରେ ବକ୍ତା ମାନେ ଆଲୋକପାତ କରିଥିଲେ | ପ୍ରାୟ ୫୬୦ରୁ ଉର୍ଦ୍ଧ ଗଡଜାତୀୟ ରାଜ୍ୟକୁ ଭାରତରେ ମିଶ୍ରଣ କରିବାରେ ତାଙ୍କର ବଳିଷ୍ଠ ଅବଦାନ ରହିଥିଲା|ଏହି ସମାରୋହରେ ଛାତ୍ରଛାତ୍ରୀ, ଅଭିଭାବକ, ବରିଷ୍ଠ ନାଗରିକ, ସାମ୍ବାଦିକ ଏବଂ ସମାଜର ବିଭିନ୍ନ ବର୍ଗର ଜନସାଧାରଣ ଯୋଗ ଦେଇ କାର୍ଯ୍ୟକ୍ରମଟିକୁ ସାଫଲ୍ୟ ମଣ୍ଡିତ କରିଥିଲେ | ଏହି ଏକତା ଦୌଡ କାର୍ଯ୍ୟକ୍ରମଟି ଜଗନ୍ନାଥ ମନ୍ଦିରରୁ ଆରମ୍ଭ ହୋଇ ମହର୍ଷି ବିଦ୍ୟାଳୟ, ଜିଲ୍ଲାପାଳ ଓ ଏସ ପି ବାସଭବନ ଓ ଜିଲ୍ଲାପରିଷଦ ରାସ୍ତା ଦେଇ ନୟାଗଡ଼ ଷ୍ଟାଡିୟମ ଠାରେ ପହଞ୍ଚି ସମାପନ ହୋଇଥିଲା ।ଏହି କାର୍ଯ୍ୟକ୍ରମଟିକୁ ନୟାଗଡ଼ ଜିଲ୍ଲା କ୍ରୀଡା ଅଧିକାରୀ ସୁଜାତା କୁମାରୀ ସାହୁ ପରିଚାଳନା କରିଥିଲେ ।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।
