August 20, 2026
Home » ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ୪୬ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ

ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ୪୬ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ

0
WhatsApp Image 2026-07-07 at 4.11.50 PM

ପୁରୀ: ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ, ଶ୍ରୀବିହାର, ପୁରୀର ୪୬ତମ ପ୍ରତିଷ୍ଠା ଦିବସ ଆଜି ବିଶ୍ୱବିଦ୍ୟାଳୟ ସଭାଗୃହରେ ମହାସମାରୋହରେ ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ଓଡ଼ିଶାର ମହାମହିମ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଂସ୍କୃତ ଭାଷାର ବିଶ୍ୱବ୍ୟାପୀ ଗୁରୁତ୍ୱ, ଭାରତୀୟ ଜ୍ଞାନପରମ୍ପରାରେ ଏହାର ଅବଦାନ ଓ ସଂସ୍କୃତକୁ ସମସ୍ତ ଭାଷାର ଜନନୀ ବୋଲି କହି ଉଦବୋଧନ ଦେଇଥିଲେ। ସେ ରାମାୟଣ ଓ ମହାଭାରତରେ ବର୍ଣ୍ଣିତ ବ୍ରହ୍ମାସ୍ତ୍ର, ପୁଷ୍ପକ ବିମାନ ଭଳି ବିଭିନ୍ନ ବୈଜ୍ଞାନିକ ଓ ରହସ୍ୟମୟ ଧାରଣା ସଂସ୍କୃତ ସାହିତ୍ୟରେ ନିହିତ ରହିଥିବା ବିଷୟରେ ଆଲୋକପାତ କରିଥିଲେ।ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଭାତ କୁମାର ମହାପାତ୍ର ଅତିଥିମାନଙ୍କୁ ସ୍ୱାଗତ ଜଣାଇବା ସହ ବିଶ୍ୱବିଦ୍ୟାଳୟର ଗୌରବମୟ ପରମ୍ପରା, ଶିକ୍ଷା, ଗବେଷଣା ଓ ସଂସ୍କୃତ ଭାଷାର ପ୍ରସାରରେ ଏହାର ଅବଦାନ ସମ୍ପର୍କରେ ଉପସ୍ଥାପନା କରିଥିଲେ। ବିଶ୍ୱବିଦ୍ୟାଳୟର କୁଳସଚିବ ଶ୍ରୀମତୀ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦା ବାର୍ଷିକ ବିବରଣୀ ଉପସ୍ଥାପନ କରିଥିଲେ।ମଞ୍ଚରେ ସମ୍ମାନିତ ଅତିଥି ଭାବେ ବିଶ୍ୱବିଦ୍ୟାଳୟର ପୂର୍ବତନ କାର୍ଯ୍ୟବାହୀ କୁଳପତି ପ୍ରଫେସର ଦତ୍ତାତ୍ରେୟ ମୂର୍ତ୍ତି ଏବଂ ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ଶତ୍ରୁଘ୍ନ ପାଣିଗ୍ରାହୀ ଉପସ୍ଥିତ ରହି ନିଜ ମତାମତ ପ୍ରକାଶ କରିଥିଲେ।ଏହି ଅବସରରେ ସର୍ବଦର୍ଶନ ବିଭାଗର ଅବସରପ୍ରାପ୍ତ ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ସେହିପରି ଅବସରପ୍ରାପ୍ତ ଅଣଶିକ୍ଷକ କର୍ମଚାରୀ ଶ୍ରୀ ହରିହର ପ୍ରଧାନ, ଶ୍ରୀମତୀ ଶୋଭାବତୀ ମାନସିଂହ, ଶ୍ରୀମତୀ ସୁବର୍ଣ୍ଣା ମାରାଣ୍ଡି, ଶ୍ରୀ ସୁରେନ୍ଦ୍ର ବିଶୋଇ ଏବଂ ଶ୍ରୀ ଜଗନ୍ନାଥ ପାତ୍ରଙ୍କୁ କୁଳାଧିପତି ସମ୍ମାନିତ କରିଥିଲେ।କୁଳାଧିପତିଙ୍କ କରକମଳରେ ବିଶ୍ୱବିଦ୍ୟାଳୟର ମୁଖପତ୍ର ‘ଶ୍ରୀବିହାରଭାରତୀ’ ଏବଂ ଗବେଷଣା ପତ୍ରିକା ‘ଜଗନ୍ନାଥଜ୍ୟୋତିଃ’ ଉନ୍ମୋଚିତ ହୋଇଥିଲା।ଏହି ଅବସରରେ ବିଭିନ୍ନ ବିଭାଗର ମେଧାବୀ ଛାତ୍ରଛାତ୍ରୀଙ୍କୁ ସ୍ୱାମୀ ଚିଦାନନ୍ଦ ସରସ୍ୱତୀ ମେଧାବୀ ଛାତ୍ରବୃତ୍ତି ପ୍ରଦାନ କରାଯାଇଥିଲା। ଜ୍ୟୋତିର୍ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀଙ୍କୁ ପ୍ରଦୀପ କୁମାର ଦାସ ଓ ପ୍ରେମାମଞ୍ଜରୀ ଦେବୀ ଛାତ୍ରବୃତ୍ତି ଏବଂ ନୀଳକଣ୍ଠ ଉଦଗାତା ଛାତ୍ରବୃତ୍ତି ପ୍ରଦାନ କରାଯାଇଥିଲା।ଚଳିତ ବର୍ଷ ବିଶ୍ୱବିଦ୍ୟାଳୟ ପକ୍ଷରୁ ପରିଚାଳିତ ଶାସ୍ତ୍ରୀ (+୩) ପରୀକ୍ଷାରେ ସର୍ବାଧିକ ନମ୍ବର ହାସଲ କରିଥିବା ରାମଚଣ୍ଡୀ ସଂସ୍କୃତ ମହାବିଦ୍ୟାଳୟର ବ୍ୟାକରଣ ବିଭାଗର ଛାତ୍ରୀ ସୁଶ୍ରୀ ମୋନାଲି ଆଚାର୍ଯ୍ୟଙ୍କୁ “ବଂଶୀଧର ଓ ବସନ୍ତମଞ୍ଜରୀ ସମ୍ମାନ” ପ୍ରଦାନ କରାଯାଇଥିଲା। ତତ୍ସହିତ ଶିକ୍ଷାଶାସ୍ତ୍ର ବିଭାଗର ମେଧାବୀ ଛାତ୍ରଛାତ୍ରୀଙ୍କୁ ମଧ୍ୟ ଛାତ୍ରବୃତ୍ତି ପ୍ରଦାନ କରାଯାଇଥିଲା।ଜାତୀୟ ସେବା ଯୋଜନା (ଏନ୍.ଏସ୍.ଏସ୍.) ପକ୍ଷରୁ ଶ୍ରୀ ଅନିଲ କୁମାର ମହାନ୍ତି ଙ୍କୁ ଶ୍ରେଷ୍ଠ ସ୍ୱେଚ୍ଛାସେବକ ଏବଂ ଶ୍ରୀମତୀ ସୁଜାତା ଦାସଙ୍କୁ ଶ୍ରେଷ୍ଠ ଜାତୀୟ ସେବା ଯୋଜନା ଅଧିକାରୀ ଭାବେ ସମ୍ମାନିତ କରାଯାଇଥିଲା।ସମଗ୍ର କାର୍ଯ୍ୟକ୍ରମକୁ ଡ. ରାଧାକାନ୍ତ ପଣ୍ଡା ଏବଂ ଡ. ନିବେଦିତା କର ସଂଯୋଜନା କରିଥିବା ବେଳେ ବିଶ୍ୱବିଦ୍ୟାଳୟର ମିଡିଆ ସେଲ୍‌ର ଡ. ସସ୍ମିତା ବନ୍ଦର ନାୟକ, ଡ. ସୁଶାନ୍ତ ଶତପଥୀଙ୍କ ସମେତ ବିଶ୍ୱବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଣଶିକ୍ଷକ କର୍ମଚାରୀ ଓ ଛାତ୍ରଛାତ୍ରୀମାନେ କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed