March 17, 2025
Home » ଶ୍ରୀପଞ୍ଚମୀରେ ଅନୁକୂଳ ହୋଇଚି ରଥ କାଠ

ଶ୍ରୀପଞ୍ଚମୀରେ ଅନୁକୂଳ ହୋଇଚି ରଥ କାଠ

0

ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହୋଇଚି ରଥ କାଠ। ପରମ୍ପରା ଅନୁଯାୟୀ ଶ୍ରୀପଞ୍ଚମୀ ଅବସରରେ ଚଳିତ ବର୍ଷ ୨୦୨୫ ରଥଯାତ୍ରା ପାଇଁ ରଥକାଠ ହୋଇଚି ଅନୁକୂଳ। ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଥିବା ରଥଖଳାରେ ୩ଟି ଧଉରା କାଠ ରଖାଯାଇ ପୂଜାର୍ଚ୍ଚନା କରାଯାଇଚି।ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମା ସରସ୍ୱତୀଙ୍କ ପୂଜା ପରେ ଏହି କାଠ ଗୁଡ଼ିକ ସଂସ୍କାର ଓ ପୂଜାର୍ଚ୍ଚନା ସହ ରଥକାଠ ଅନୁକୂଳ ଆରମ୍ଭ ହେଇଥିଲା।
ବିଶ୍ୱପ୍ରସିଦ୍ଧ ରଥଯାତ୍ରା ୨୦୨୫ ପାଇଁ ପରମ୍ପରା ଅନୁଯାୟୀ ଶ୍ରୀପଞ୍ଚମୀରେ ରଥକାଠ ପୂଜା ହୋଇଚି। ତିନିରଥ ପାଇଁ ତିନିଖଣ୍ତ ଧଉରା କାଠ ଗଜପତି ମହାରାଜାଙ୍କ ରାଜଗୁରୁ ଓ ପୁରୋହିତଙ୍କ ଦ୍ୱାରା ପୂଜାର୍ଚ୍ଚନା କରିଥଲେ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଚୁନପାଣି ପଡ଼ି ପବିତ୍ର କରାଯିବା ପରେ ତିନୋଟି ଧଉରା କାଠର ମାଜଣା କରାଯାଇଥିଲା। ଏହା ପରେ ରାଜଗୁରୁ ଓ ପୁରୋହିତଙ୍କ ଦ୍ୱାରା କାଠତ୍ରୟର ପୂଜାର୍ଚ୍ଚନା ହୋଇଥଲା। ସେହିପରି ଆସନ୍ତା ରାମନବମୀ ତିଥିରେ ରଥ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବାର ବିଧି ରହିଛି। ଆସନ୍ତା ଅକ୍ଷୟ ତୃତୀୟା ତିଥିରେ ରଥ ଖଳାରେ ରଥ ନିର୍ମାଣ ଅନୁକୂଳ ପରେ ତିନି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ।

ଚଳିତବର୍ଷ ୨୦୨୫ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚି ସାରିଛି ପ୍ରଥମ ପର୍ଯ୍ୟାୟ ରଥକାଠ। ନୟାଗଡ ଦଶପଲ୍ଲା ରେଞ୍ଜରୁ ଆସିଛି ରଥକାଠ। ରଥ ନିର୍ମାଣ ପାଇଁ ସମୁଦାୟ ୮୬୫ ଖଣ୍ଡ କାଠର ଆବଶ୍ୟକତା ରହିଥିବା ବେଳେ ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପାଖରେ ବଳକା ରହିଛି ୫୧ ଖଣ୍ଡ କାଠ। ମୋଟ ୮୧୪ ଖଣ୍ଡ ଅସନ, ଧଉରା ଏବଂ ଫାସୀ କାଠର ଆବଶ୍ୟକତା ରହିଛି। ତେବେ ନୟାଗଡ ଦଶପଲ୍ଲା ରେଞ୍ଜରୁ ତିନୋଟି ଟ୍ରକରେ ପୁରୀରେ ଆସି ପହଞ୍ଚିଛି । ୧୦୧ ଖଣ୍ଡ ଧଉରା ଓ ଅସନ କାଠ ଆସିଚି। ଏଥିରେ ୫୩ ଖଣ୍ଡ ଧଉରା, ୪୮ ଖଣ୍ଡ ଅସନ କାଠ ରହିଛି। ପର୍ଯ୍ୟାୟ କ୍ରମେ ବାକି କାଠ ଆସି ପହଞ୍ଚିବ।

ଆଗାମୀ ଅକ୍ଷୟ ତୃତୀୟା ରେ ରଥ ନିର୍ମାଣ ଅନୁକୂଳ ହୋଇ ତିନି ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ଏକ ସ୍ଵତନ୍ତ୍ର ଟିମ୍ ନୟାଗଡ଼ ଦଶପଲ୍ଲା ଯାଇଥିଲେ। ସେଠାରେ ପରମ୍ପରା ଅନୁଯାୟୀ ବଡରାଉଳ ଠାକୁରାଣୀ ଙ୍କୁ ପୂଜାର୍ଚ୍ଚନା ପରେ ରଥ କାଠ ଚିହ୍ନଟ ହୋଇଥଲା। ଭୋଇ ସର୍ଦ୍ଦାର ରବି ଭୋଇ, ରଥ ଅମିନ ଲକ୍ଷ୍ମଣ ମହାପାତ୍ର, ରଥ ତତ୍ତ୍ଵବଧାରକ ସୁଦର୍ଶନ ମେକାପ ଏହି ଟିମ୍ ରେ ରହି ଗଛ ଚିହ୍ନଟ କରିଥଲେ। ସେପଟେ ବଡ ଦାଣ୍ଡ ରେ ପ୍ରଥମ ପର୍ଯ୍ୟାୟ ରଥ କାଠ ଆସି ପହଞ୍ଚିବା ପରେ ବେଶ୍ ଉତ୍ସାହିତ ହୋଇଛନ୍ତି ସେବକ। ଚଳିତ ବର୍ଷ ରଥ ଯାତ୍ରା କିଭଳି ସୂରୁଖୁରୁ ରେ ହେଉ ସେ ନେଇ ଭୋଇ ସର୍ଦ୍ଦାର ମହାପ୍ରଭୁ ଙ୍କୁ ପ୍ରାର୍ଥନା କରିଛନ୍ତି।

ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *