August 21, 2026
Home » ସାଇବର ଅପରାଧ ଓ ଶିଶୁ ଯୌନ ନିର୍ଯ୍ୟାତନା ନିରୋଧ ଆଇନ ସମର୍କିତ ସଚେତନତା ଶିବିର

ସାଇବର ଅପରାଧ ଓ ଶିଶୁ ଯୌନ ନିର୍ଯ୍ୟାତନା ନିରୋଧ ଆଇନ ସମର୍କିତ ସଚେତନତା ଶିବିର

0
WhatsApp Image 2026-02-07 at 5.52.30 PM

 

ଭୁବନେଶ୍ୱର:ଶିଶୁଙ୍କ କ୍ଷେତ୍ରରେ ଯୌନ ଶୋଷଣ, ବାଲ୍ୟ ବିବାହ ତଥା ସାଇବର ଅପରାଧ ଦିନକୁ ଦିନ ବଢୁଥିବା କାରଣକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଖୋର୍ଦ୍ଧାଙ୍କ ନିର୍ଦ୍ଧେଶ କ୍ରମେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ଖୋର୍ଦ୍ଧା ଆନୁକୁଲ୍ୟରେ ଆଜି ୟୁନିଟ -୨ ସ୍ଥିତ ସରକାରୀ ବାଳିକା ଉଚ୍ଛ ବିଦ୍ୟାଳୟରେ ସାଇବର ଅପରାଧ ଓ ଶିଶୁ ଯୌନ ନିର୍ଯ୍ୟାତନା ନିରୋଧ ଆଇନ ସମର୍କିତ ସଚେତନତା ଶିବିର ଅନୁଷ୍ଠିତ ହୋଇଛି।
ଏହି ଶିବିରକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସବିତା କୁମାରୀ ପରିଡ଼ା ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।

ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀମତୀ ବାଣୀଶ୍ରୀ ପଟ୍ଟନାୟକ ଉକ୍ତ ଶିବିରର ନିଜର ଆଭିମୁଖ୍ୟ ପ୍ରଦାନ କରିବା ସହିତ ୧୪ ରୁ ୧୮ ବର୍ଷ ର ପିଲା ମାନେ କିପରି ଯୌନ ଶୋଷଣର ଶିକାର ହେଉଛନ୍ତି ଏବଂ ଏହାକୁ ରୋକିବ ପାଇଁ ପୋକ୍ସୋ ଆଇନ ଥିଲେ ମଧ୍ଯ ପିଲା ମାନଙ୍କ ମଧ୍ୟରେ ସଚେତନତା ଅଭାବରୁ ବହୁତ ପିଲାମାନେ ଏହାର ଶିକାର ହେଉଛନ୍ତି ବୋଲି କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଳା ଶିଶୁ ସୁରକ୍ଷା ୟୁନିଟର ପ୍ରୋବସନ ଅଧିକାରୀ ସୌମେନ୍ଦ୍ର ନାୟକ ସାଇବର ଅପରାଧ କବଳରୁ ପିଲା ମାନେ କିପରି ନିବୃତ୍ତ ହେବେ ଏହା ଉପରେ ସଚେତନ କରାଇଥିଲେ ।ଏହି ଶିବିରରେ ବିଦ୍ୟାଳୟର ନବମ ଶ୍ରେଣୀରୁ ୬୦ରୁ ଉର୍ଦ୍ଧ୍ବ ପିଲାମାନେ ଅଂଶଗ୍ରହଣ କରିଥିବା ବେଳେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସାମାଜିକ କର୍ମୀ ତଥା ଏସଜେପିୟୁର ସଭ୍ୟ ରଞ୍ଜନ କୁମାର ଗୋଛାୟତ, ବିଜ୍ଞାନ ଶିକ୍ଷକ ଗିରିଜା ଶଙ୍କର କୁଣ୍ଡ ଏବଂ ଶିକ୍ଷୟତ୍ରୀ ସ୍ମିତା ମହାନ୍ତି ଓ କଲ୍ୟାଣୀ ମିଶ୍ର ପ୍ରମୁଖ ଶିବିର ପରିଚାଳନା କରିଥିଲେ।

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।