December 14, 2024
Home » ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସଂଜୀବ ଖାନ୍ନା

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସଂଜୀବ ଖାନ୍ନା

0

ନୂଆଦିଲ୍ଲୀ: ଆଜିଦେଶର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସଂଜୀବ ଖାନ୍ନା । ସୁପ୍ରିମକୋର୍ଟର ୫୧ ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ ସଂଜୀବ ଖାନ୍ନା। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଙ୍କୁ ଆଜି ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଜଗଦୀପ ଧନକଡ୍, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ପୂର୍ବତନ ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ, ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁଙ୍କ ସମେତ ଅନ୍ୟ ମାନ୍ୟଗଣ ବ୍ୟକ୍ତିଙ୍କ ଉପସ୍ଥିତିରେ ରାଷ୍ଟ୍ରପତି ଭବନରେ ଦେଶର ନୂଆ ପ୍ରଧାନ ବିଚାର ପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ସଂଜୀବ ଖାନ୍ନା ।

ତେବେ ଜଷ୍ଟିସ ସଂଜୀବ ଖାନ୍ନାଙ୍କ ନାଁ ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ୍ ଡିଓ୍ବାଇ ଚନ୍ଦ୍ରଚୂଡଙ୍କ ଦ୍ବାରା ପ୍ରସ୍ତାବିତ ହୋଇଥିଲା । ଗତ ୧୦ ତାରିଖରେ ୬୫ ବର୍ଷ ବୟସରେ ଅବସର ନେଇଥିଲେ ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ୍ ଡିଓ୍ବାଇ ଚନ୍ଦ୍ରଚୂଡ । ତେବେ ନୂତନ ପ୍ରଧାନ ବିଚାରପତି ଜଷ୍ଟିସ ସଂଜୀବ ଖାନ୍ନାଙ୍କର ଆସନ୍ତା ବର୍ଷ ମେ ୧୩ ଯାଏଁ କାର୍ଯ୍ୟକାଳ ରହିଛି ।

୧୯୬୦ ମସିହା ମେ ୧୪ରେ ନୂଆଦିଲ୍ଲୀରେ ଜନ୍ମଗ୍ରହଣ କରିଥିବା ଜଷ୍ଟିସ୍ ସଂଜୀବ ଖାନ୍ନା, ୧୯୮୩ ମସିହାରେ ଓକିଲ ଭାବେ ପ୍ରଥମେ ଦିଲ୍ଲୀରୁ ନିଜର ଆଇନଜୀବି କ୍ୟାରିୟର ଆରମ୍ଭ କରିଥିଲେ । ୨୦୦୫ରେ ଦିଲ୍ଲୀ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ । ପରେ ୨୦୦୬ରେ ଦିଲ୍ଲୀ ହାଇକୋର୍ଟର ସ୍ଥାୟୀ ବିଚାରପତି, ୨୦୧୯ ଜାନୁୟାରୀ ୧୯ରେ ସୁପ୍ରମିକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ । ତେବେ ଆଜି ସେ ଦେଶର ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ଆଗାମୀ ୬ ମାସ ଯାଏଁ ସେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ କାର୍ଯ୍ୟ କରିବେ । ୨୦୨୫ ମେ ୫ରେ ଅବସର ନେବେ ଜଷ୍ଟିସ୍ ସଂଜୀବ ଖାନ୍ନା ।
ଇପିଏରୁ ବିରଞ୍ଚିନାରାୟଣ ପତ୍ରୀ ଙ୍କ ରିପୋର୍ଟ, ଇଷ୍ଟଣ୍ଣ ପ୍ରେସ ଏଜେନ୍ସି, ଭୁବନେଶ୍ୱର

Leave a Reply

Your email address will not be published. Required fields are marked *