May 27, 2026
Home » ସୁବର୍ଣ୍ଣପୁର ଜିଲାରେ ‘ହର୍ ଘର୍ ତ୍ରିରଙ୍ଗା’ ଅଭିଯାନ

ସୁବର୍ଣ୍ଣପୁର ଜିଲାରେ ‘ହର୍ ଘର୍ ତ୍ରିରଙ୍ଗା’ ଅଭିଯାନ

0
WhatsApp Image 2024-08-12 at 4.21.04 PM

ଚଳିତବର୍ଷ ସ୍ଵାଧୀନତା ଦିବସ ଉପଲକ୍ଷେ ଜିଲ୍ଲାରେ ଅଗଷ୍ଟ ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ‘ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଆୟୋଜିତ କରାଯିବ। ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କୁ ଲୋକାଭିମୁଖୀ ତଥା ସବୁବର୍ଗର ଜନସାଧାରଣ ଙ୍କୁ ଏହି ମହତ ତଥା ଜାତୀୟ ପର୍ବରେ ସାମିଲ ପୂର୍ବକ ଜାତୀୟତାବୋଧ ରେ ଉଦବୁଦ୍ଧ କରାଯାଇପାରିବ ସେଥିପାଇଁ ଜିଲ୍ଲାପାଳ ସୁବର୍ଣ୍ଣପୁର ଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା l ବୈଠକରେ ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ,ବିଡ଼ିଓ, ସଂସ୍କୃତି ଅଧିକାରୀ, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ନିର୍ବାହୀ ଅଧିକାରୀ ପୌର ପରିଷଦ, ଡି ପି ସି ମିଶନ ଶକ୍ତି ପ୍ରମୁଖ ଉପସ୍ଥିତ ରହିଥିଲେ l ବୈଠକରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ମେହେର ଘରେ ଘରେ ତ୍ରିରଙ୍ଗା କାର୍ଯ୍ୟକ୍ରମର ଆବଶ୍ୟକ ସୂଚନା ପ୍ରଦାନ କରିଥିଲେ। ଏହି ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଅଗଷ୍ଟ ୧୩ ତାରିଖ ଦିନ ସକାଳ ୮ଟାରେ ରୋୟାଲ ପଡିଆ ଠାରୁ ଆମ୍ବେଦକର ଛକ ପର୍ଯ୍ୟନ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ,ଶିକ୍ଷକ ଶିକ୍ଷୟତ୍ରୀ, ଅଧ୍ୟାପକ ଅଧ୍ୟlପିକା ପ୍ରମୁଖଙ୍କ ଦ୍ୱାରା ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ କରାଯିବ। ଅଗଷ୍ଟ ୧୪ ତାରିଖରେ ଜିଲ୍ଲା ସ୍ତର, ବ୍ଲକସ୍ତର,ଓ ପଂଚାୟତ ସ୍ତରରେ ମିଶନ ଶକ୍ତି ମାଁ ମାନଙ୍କ ଦ୍ୱାରା ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହେବ l ତତ ସହ ଜିଲ୍ଲା ସ୍ତରରେ ସମସ୍ତ ଜିଲ୍ଲା କାର୍ଯ୍ୟାଳୟ ଅଧିକାରୀ କର୍ମଚାରୀ ସହ ବିଭିନ୍ନ ସାମାଜିକ, କ୍ରୀଡା ଅନୁଷ୍ଠାନ, ସଂସ୍କୃତି ଅନୁଷ୍ଠାନ ର କର୍ମକର୍ତ୍ତା ଙ୍କୁ ନେଇ ଶୋଭାଯାତ୍ରା ଅନୁଷ୍ଠିତ ହେବ। ଅଗଷ୍ଟ ୧୫ ତାରିଖ ଦିନ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ଅବସର ରେ ଜିଲ୍ଲା ମୁଖ୍ୟାଳୟ ସ୍ଥିତ ରାମେଶ୍ୱର ଷ୍ଟାଡିୟମ ଠାରେ ଜିଲ୍ଲାର ଛାତ୍ର ଛାତ୍ରୀ,ଅଧିକାରୀ,ଜନସାଧାରଣ ନିମନ୍ତ୍ରିତ ଅତିଥି ବୃନ୍ଦ ହର ଘର ତ୍ରିରଙ୍ଗା କାନଭାସ୍‌ରେ ଜୟ ହିନ୍ଦ/ ହର ଘର ତ୍ରିରଙ୍ଗା ଲେଖିବା ସହ ପ୍ରସ୍ତୁତ ସେଲ୍ଫି ପଏଣ୍ଟ ରେ ଜାତୀୟ ପତାକା ସହ ସେଲ୍ଫି ଉଠାଇ ନିଜର ସେଲ୍ଫି ଫୋଟୋ www.harghartriranga.com ରେ ଅପଲୋଡ଼ କରିବେ ଓ ସମସ୍ତେ ପଡିଆ ଠାରୁ ସୁରେଶ୍ୱରୀ ମନ୍ଦିର ପର୍ଯ୍ୟନ୍ତ ଅନୁଷ୍ଠିତ ତ୍ରିରଙ୍ଗା ଯାତ୍ରା ରେ ସାମିଲ ହେବେ । ମିଶନ ଶକ୍ତି ବିଭାଗର ବ୍ଲକ ଫେଡେରେସନ ଙ୍କ ଦ୍ୱାରା ଜିଲ୍ଲାର ପ୍ରତି ଘରକୁ ୧୨ ତାରଖ ରୁ ତ୍ରିରଙ୍ଗା ପତାକା ବଣ୍ଟନ କରିବେ, ଯାହା କି ଜନସାଧାରଣ ନିଜ ଘରେ ଜାତୀୟ ପତାକାକୁ ଲଗାଇବା ସହ ଫୋଟୋ /ସେଲ୍ଫି ଉଦ୍ଧିଷ୍ଟ ସାଇଟ ରେ ଉପଲୋଡ କରିବେ l ପୁନଶ୍ଚ ଅଗଷ୍ଟ ୧୫ ତାରିଖ ଜିଲାସ୍ତରୀୟ କାର୍ଯ୍ୟକ୍ରମରେ ଜିଲ୍ଲା ସ୍ଵାଧୀନତା ସଂଗ୍ରାମୀ/ ଜିଲ୍ଲାର ପଦ୍ମ ପୁରସ୍କାର / ଜାତୀୟ ପୁରସ୍କାର ପ୍ରାପ୍ତ ବିଶିଷ୍ଟ ବ୍ୟକ୍ତି ବିଶେଷ ଙ୍କୁ ଦିବସର ମୁଖ୍ୟଅତିଥି ପେରେଡ ପଡିଆରେ ସମ୍ବର୍ଦ୍ଧିତ କରିବେ। ଅଗଷ୍ଟ ୧୫ ତାରିଖ ସନ୍ଧ୍ୟାରେ ସୋନପୁର ନୂତନ ଟାଉନ ହଲ ପରିସରରେ ଜିଲ୍ଲା ସ୍ତରୀୟ ଦେଶାତ୍ମବୋଧକ ସାଂସ୍କୃତିକ ବିଚିତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯିବ l କାର୍ଯ୍ୟକ୍ରମରେ ସ୍ଥାନୀୟ ସାଂସ୍କୃତିକ ଦଳ, ବିଦ୍ୟାଳୟ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ତ୍ରିରଙ୍ଗା ଜନ୍‌ସଟ ଆୟୋଜନ କରାଯିବ। ଉକ୍ତ ଦିନ ସକାଳେ ପେରେଡ ପଡିଆରେ ଓ ସନ୍ଧ୍ୟାରେ ଟାଉନ ହଲ ଠାରେ ବରପୁତ୍ର ମାନଙ୍କୁ ଆମର ଉତ୍ତରପୀଢ଼ି ଯେପରି ଜାଣିବେ ସେଥିପାଇଁ ସଂକ୍ଷିପ୍ତ ତଥ୍ୟ ସହ ବରପୁତ୍ର ଙ୍କ ଫୋଟୋ ଲଗାଯିବ। ସେହିପରି ବ୍ଲକ ସ୍ତରରେ ମଧ୍ୟ ସମସ୍ତ ବିଡିଓମାନେ ଏ ସମ୍ପର୍କରେ ବ୍ଲକ ସ୍ତର ସହ ପଂଚାୟତ ସ୍ତରୀୟ କର୍ମଚାରୀ ମାନଙ୍କ ଦ୍ୱାରା ସ୍ଥାନୀୟ ଜନସାଧାରଣଙ୍କୁ ମାଇକ, ବ୍ୟାନର, ଷ୍ଟାଣ୍ଡି ପ୍ରଦର୍ଶନ ମାଧମରେ ପ୍ରତ୍ୟେକ ପଞ୍ଚାୟତରେ ସଚେତନ କରାଇବା ସହ ସମସ୍ତଙ୍କୁ ସାମିଲ କରି ନିଜ ନିଜ ସ୍ତରରେ ଆବଶ୍ୟକ ତ୍ରିରଙ୍ଗା ରାଲି, ତ୍ରିରଙ୍ଗା ଯାତ୍ରା, ତ୍ରିରଙ୍ଗା କନ୍ସର୍ଟ ପ୍ରଭୁତି ଅନୁଷ୍ଠିତ କରିବେ ଓ ସମସ୍ତ କାର୍ଯ୍ୟକ୍ରମର ଫୋଟୋ ଓ ଭିଡିଓ ଉଦ୍ଧିଷ୍ଟ ୱେବ ସାଇଟ ରେ ଅପଲୋଡ଼ କରିବାକୁ ନିର୍ଦେଶ ଦିଆଯାଇଛି । ପୁନଶ୍ଚ ବ୍ଲକ ଓ ସହରାଞ୍ଚଳରେ ସମ୍ପୃକ୍ତ ବିଡ଼ିଓ ଏବଂ ନିର୍ବାହୀ ଅଧିକାରୀ ଅଗଷ୍ଟ ୧୫ ଭୋର ୪. ୩୦ ରୁ ସକାଳ ୬ ଘଣ୍ଟା ପର୍ଯ୍ୟନ୍ତ ନିଜ ନିଜ ଅଂଚଳରେ ମାଇକ ଯୋଗେ ପ୍ରଭାତ ଫେରୀ ଆୟୋଜନ କରିବେ l ଜିଲ୍ଲାର ଘରେ ଘରେ ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ଦ୍ବାରା ଜାତୀୟ ପତାକା ବିତରଣ କରାଯିବ। ଆମ ଜିଲ୍ଲାରେ ୬୬ ହଜାର ତ୍ରିରଙ୍ଗା ପତାକା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଦ୍ବାରା ପ୍ରସ୍ତୁତ କରାଯାଇ ବ୍ଲକ ଅନୁସାରେ ବଣ୍ଟନ କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଏହି କାର୍ଯ୍ୟକ୍ରମ କୁ ଜିଲ୍ଲାର ତରଭା ବ୍ଲକ ଠାରେ ବ୍ଲକ ସ୍ତରୀୟ ତ୍ରିରଙ୍ଗା ପତାକା ଶୁଭ ବଣ୍ଟନର ଶୁଭାରମ୍ଭ ଜିଲ୍ଲାପାଳ ଅନ୍ୟା ଦାସ କରିଥିବାବେଳେ ବ୍ଲକ ମିଶନ ଶକ୍ତି ଫେଡେରେସନ ର ତ୍ରିରଙ୍ଗା ରାଲି ର ଶୁଭାରମ୍ଭ କରିଥିଲେ l କାର୍ଯ୍ୟକ୍ରମ ଅବସରରେ ତ୍ରିରଙ୍ଗା କାନଭାସ ରେ ଜିଲ୍ଲାପାଳ ଶ୍ରୀମତୀ ଦାସ ତଥା ସମସ୍ତ ଜିଲ୍ଲା ଅଧିକାରୀ, ବ୍ଲକ କାର୍ଯ୍ୟକର୍ତ୍ତା , ମିଶନ ଶକ୍ତି ସଦସ୍ୟା ପ୍ରମୁଖ ଘରେ ଘରେ ତ୍ରିରଙ୍ଗା / ଜୟ ହିନ୍ଦ ଲେଖିବା ସହିତ ଦସ୍ତଖତ ପ୍ରଦାନ କରିଥିଲେ l

ରିପୋର୍ଟ – ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

Leave a Reply

Your email address will not be published. Required fields are marked *

You may have missed

ଆଗାମୀ ରଥଯାତ୍ରା ରେ ଶ୍ରଦ୍ଧାଳୁ ଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏ ନେଇ ଏକ ସମୀକ୍ଷା ବୈଠକ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩୦ ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ୮ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅତିରିକ୍ତ ବ୍ୟବସ୍ଥା କରାଯାଉଛି। ଏଥି ସହିତ ୧୦ ଶଯ୍ୟା ବିଶିଷ୍ଟ ୮ ଟି ଅତିରିକ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ। ଏଥିରେ ଅତିରିକ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ବଡଦାଣ୍ଡ ସମେତ ପୁରୀ ସହର ର ପ୍ରମୁଖ ସ୍ଥାନ ଗୁଡିକରେ ଆଶୁ ଚିକିତ୍ସା କେନ୍ଦ୍ର ଖୋଲାଯିବ।୫୦ ରୁ ଅଧିକ ଆମ୍ବୁଲାନ୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବ। ବିଭିନ୍ନ ସ୍ୱେଚ୍ଛାସେବି ସଂଗଠନ ଙ୍କ ସହାୟତା ନିଆଯିବ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାର ତଦାରଖ କରିବେ। ଆଇ ସି ୟୁ, ଟ୍ରମା କେୟାର କେନ୍ଦ୍ର ପ୍ରସ୍ତୁତ କରି ରଖାଯିବ। ପୁରୀ ରେ ଥିବା ସବୁ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରସ୍ତୁତ ରଖାଯିବ। ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ। ଗୁରୁତର ରୋଗୀ ଙ୍କୁ କଟକ, ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଆମ୍ବୁଲାନ୍ସ ଗୁଡ଼ିକ ଯେଭଳି ସୁରୁଖୁରୁରେ ଯାତାୟାତ କରିପାରିବ ସେ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ରଥଯାତ୍ରା ସମୟରେ ଲୋକ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୨ ଶହ ଡାକ୍ତର ଙ୍କୁ ନିୟୋଜିତ କରାଯିବ। ଅପମିଶ୍ରିତ ଓ ବାସୀ ଖାଦ୍ୟ ବିକ୍ରି ବନ୍ଦ ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ମାନେ ଯାଞ୍ଜ କରିବେ। ରଥଯାତ୍ରା ସ୍ୱାସ୍ଥ୍ୟ ସେବାକୁ ଶୃଙ୍ଖଳିତ କରିବା ପାଇଁ ଅନୁଷ୍ଠିତ ହୋଇଥିବା ବୈଠକ ରେ ପୁରୀ ମହାନଗର ନିଗମ ର କମିଶନର, ଅତିରିକ୍ତ ଜିଲ୍ଲାପାଳ, ଏସପି, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ରଥଯାତ୍ରା ର ଭକ୍ତ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱେଚ୍ଛାସେବୀ ଦେବାଶିଶ ମିଶ୍ର କୁହନ୍ତି, ରଥଯାତ୍ରା ଭିଡ଼ରେ ବଡ ଆମ୍ବୁଲାନ୍ସ ଯାତାୟାତ ରେ ବହୁତ୍ ସମସ୍ୟା ସୃଷ୍ଟି କରୁଛି। ଏଣୁ ଆମେ ଜିଲାପାଳ ଙ୍କୁ ପ୍ରସ୍ତାବ ଦେଲୁ କିଛି ଛୋଟ ଆମ୍ବୁଲାନ୍ସ ନିୟୋଜିତ କରାଯାଉ। ଏହା ଦ୍ଵାରା ଆମ୍ବୁଲାନ୍ସ ଯାତାୟାତ ରେ ସୁବିଧା ହେବା ସହ ଲୋକ ମାନେ ତ୍ୱରିତ ଚିକିତ୍ସା ସେବା ପାଇପାରିବେ। ଆଉ ଏକ ପ୍ରସ୍ତାବ ରହିଚି ବଡ ଦାଣ୍ଡ ରେ ଅଧିକ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଉ। ଏହା ଦ୍ଵାରା ଅଯଥା ରେ ଲୋକ ଙ୍କୁ ମୁଖ୍ୟ ଚିକିତ୍ସାଳୟ କୁ ନିଆନଯାଇ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ । ଆମେ ଜିଲାପାଳ ଙ୍କୁ ଅନୁରୋଧ କରିଛୁ ଗୁଣ୍ଡିଚା ମନ୍ଦିର ନିକଟ ରେ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବା ନେଇ ଅନୁମତି ଦିଆଯାଉ। ଏହା ହେଲେ ମନ୍ଦିର ଭିତରେ ଅବା ବାହାରେ କିଛି ଅଘଟଣ ଘଟିଲେ ସଙ୍ଗେ ସଙ୍ଗେ ଚିକିତ୍ସା ସେବା ଲୋକ ଙ୍କୁ ଓ ସେବାୟତ ଙ୍କୁ ଚିକିତ୍ସା ସେବା ଦେଇହେବ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଚଳିତ ରଥଯାତ୍ରା ରେ ଲୋକ ଙ୍କୁ କିଭଳି ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ ସେ ନେଇ ଏକ ମାର୍ଗଦର୍ଶିକା କରାଯାଇଛି। ବଡଦାଣ୍ଡ ସମେତ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ୮ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ । ମୋଟ ୮୦ ବେଡ ବିଶିଷ୍ଟ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସବୁ ପ୍ରକାର ଚିକିତ୍ସା ସେବା ବ୍ୟବସ୍ଥା ରହିବ। ସବୁ ପ୍ରକାର ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଉପକରଣ ଓ ସ୍ପେଶଲିଷ୍ଟ ଡାକ୍ତର ରହିବେ। ଏ ନେଇ ଆଜିର ବୈଠକ ରେ ଆଲୋଚୋନା ହେଲା। ଆମ୍ବୁଲାନ୍ସ କିଭଳି ଯାତାୟାତ କରିବ, ସ୍ୱେଚ୍ଛାସେବୀ ଙ୍କୁ ତାଲିମ ପ୍ରଦାନ ସେ ନେଇ ସବିଶେଷ ଆଲୋଚନା ହୋଇଛି। ମାର୍ଗଦର୍ଶିକା ଅନୁଯାୟୀ ରଥଯାତ୍ରା, ସୁନାବେଶ, ବାହୁଡ଼ା ରେ ସ୍ୱାସ୍ଥ୍ୟ ସେବା ଲୋକ ଙ୍କୁ ଯୋଗାଇ ଦିଆଯିବ। ଆଗାମୀ ଜୁନ ୨୯ ରେ ମହାପ୍ରଭୁ ଙ୍କ ସ୍ନାନଯାତ୍ରା ଓ ଜୁଲାଇ ୧୬ ରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ଦୁଇ ଯାତ୍ରାରେ ଦଇତାପତି ସେବକ ଙ୍କ ଗୁରୁ ଦାୟିତ୍ୱ ରହିଛି । ଦଇତାପତି ସେବକମାନେ ମହାପ୍ରଭୁ ଙ୍କୁ ସ୍ନାନଯାତ୍ରାରେ ରତ୍ନସିଂହାସନ ରୁ ପହଣ୍ଡି ରେ ଆଣି ସ୍ନାନ ବେଦୀ କୁ ଆଣିବେ। ସେହିପରି ଆଗାମୀ ରଥଯାତ୍ରାରେ ମଧ୍ୟ ଦଇତାପତି ସେବକ ମାନେ ମହାପ୍ରଭୁ ଙ୍କୁ ପହଣ୍ଡି ଆଣି ରଥ ଉପରେ ଠାକୁର ଙ୍କୁ ବିରାଜମାନ କରାଇବେ। ତେବେ ଠାକୁର ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଢଙ୍ଗରେ ହୋଇ ପାରିବ ସେ ନେଇ ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟପ୍ରଶାସକ ଦିବ୍ୟଜ୍ୟୋତି ପରିଡା। ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବୈଠକ ରେ ଶ୍ରୀମନ୍ଦିର ଦଇତାପତି ନିଯୋଗ ର କର୍ମକର୍ତ୍ତା ଯୋଗ ଦେଇଥିଲେ।୨୦୨୪ ରଥଯାତ୍ରା ରେ ଆଡ଼ପ ମଣ୍ଡପ ବିଜେ ବେଳେ ବଡ ଠାକୁର ଶ୍ରୀବଳଭଦ୍ର ରଥ ରୁ ଚାରମାଳ କୁ ଖସି ପଡ଼ିଥିଲେ। ଏଣୁ ଏଭଳି ଅଘଟଣ କିଭଳି ଆଗାମୀ ଦିନରେ ହେବ ନାହିଁ ଏବଂ ଶୃଙ୍ଖଳିତ ଢଙ୍ଗରେ ପହଣ୍ଡି କାର୍ଯ୍ୟ ସମାପନ ହେବ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଥିଲେ। ପହଣ୍ଡି ପାଇଁ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସଂଖ୍ୟାରୁ ଯେଭଳି ଅଧିକ ସେବକ ନ ରହିବେ ସେ ନେଇ ଆଲୋଚନା ହୋଇଥିଲା। ସେହିପରି ନିର୍ଦ୍ଧାରିତ ସମୟ ଅନୁସାରେ ସମସ୍ତ ନୀତି ଯେଭଳି ପାଳନ ହେବ ସେ ନେଇ ମଧ୍ୟ ଆଲୋଚାନା ହୋଇଛି। ତେବେ ମହାପ୍ରଭୁ ସ୍ନାନଯାତ୍ରା, ଅଣସର, ନବଯୌବନ, ନେତ୍ରୋତ୍ସବ ସମସ୍ତ ନୀତି ଶୃଙ୍ଖଳିତ କରିବାକୁ ବାଡଗ୍ରାହୀ ସେବକ ମତ ରଖିଛନ୍ତି। ଦଇତାପତି ସେବକ ଭବାନୀ ଦାସ ମହାପାତ୍ର ନିଜ ପ୍ରତିକ୍ରିୟାରେ କୁହନ୍ତି, ଆଗାମୀ ରଥଯାତ୍ରା ରେ କିଭଳି ମହାପ୍ରଭୁ ଙ୍କ ସମସ୍ତ ନିତିକାନ୍ତି, ଭକ୍ତ ଙ୍କ ଦର୍ଶନ ସୁରୁଖୁରୁରେ ଶୃଙ୍ଖଳିତ ଭାବରେ ହୋଇପାରିବ ସେ ନେଇ ଜିଲ୍ଲାପାଳ ଙ୍କ ସହ ଆଲୋଚନା ହୋଇଛି। ସେବାୟତ ଙ୍କ ମଧ୍ୟରେ ଯେଭଳି ଏକ ସମନ୍ଵୟ ରହିବ ସେ ନେଇ ଆଲୋଚନା ହୋଇଥିଲା। ମହାପ୍ରଭୂ ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ତେବେ ମହାପ୍ରଭୁ ଙ୍କ କାର୍ଯ୍ଯ କୁ ଶୃଙ୍ଖଳିତ ଭାବରେ କରିବା ପାଇଁ ଦଇତାପତି ସେବକ ସମ୍ପୂର୍ଣ ପ୍ରସ୍ତୁତ ରହିଚନ୍ତି। ଏହି ଭରସା ଆମେ ପ୍ରଶାସନ କୁ ଦେଇଛୁ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ଆୟୋଜନ ନେଇ ସବୁ ସେବାୟତ ବିଯୋଗ ସହ ଆଲୋଚନା କରାଯାଉଛି। ମହାପ୍ରଭୁ ଙ୍କ ଶୃଙ୍ଖଳିତ ନୀତି କାନ୍ତି ଓ ପହଣ୍ଡି ପ୍ରସଙ୍ଗ ରେ ମଧ୍ୟ ଦଇତାପତି ସେବକ ଙ୍କ ସହ ଆଲୋଚନା ହୋଇଛି। ଆମର ଆଶା ରହିଛି ମହାପ୍ରଭୁ ଙ୍କ କୃପାରୁ ରଥଯାତ୍ରା ସୁରୁଖୁରୁରେ ସମାପନ ହେବ।