December 28, 2025
Home » ସୋନପୁର ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସୋନପୁର ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
WhatsApp Image 2025-11-03 at 2.44.17 PM

 

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୫୯ ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୫୧ ଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୦୮ଟି ସାମୁହିକ ଦରଖାସ୍ତ ଓ ୦୧ ଟି ଚିକିତ୍ସା ପାଇଁ ଆର୍ଥିକ ସହାୟତା ନିମନ୍ତେ ଦରଖାସ୍ତ ଗ୍ରହଣ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ସୋନପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଂଜୀବ କୁମାର ସାହୁଙ୍କ ତତ୍ୱାବଧାନରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ , ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ ) ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ଭାରପ୍ରାପ୍ତ ଉପ – ଜିଲ୍ଲାପାଳ, ସୋନପୁର ତଥା ଡେପୁଟି କଲେକ୍ଟର ସତ୍ୟ ସୁନ୍ଦର ରାଉତଙ୍କ ସମେତ ତହସିଲଦାର, ସୋନପୁର, ଶ୍ରୀମତି ଜି. ରଶ୍ମିରେଖା ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ….

Leave a Reply

Your email address will not be published. Required fields are marked *