ସୋନପୁର ବ୍ଲକ ରେଡ଼କ୍ରସ ପରାମର୍ଶଦାତା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ
l ସୁବର୍ଣ୍ଣପୁର– ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ଶୁଭେଶ୍ଵର ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ହରଡଖୋଲ ଠାରେ ବ୍ଲକସ୍ତରୀୟ ଜୁନିଅର ରେଡ଼କ୍ରସ ପରାମର୍ଶଦାତା ମାନଙ୍କ ଏକ ଦିବସିୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି I ଏହି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ରମେଶ ଚନ୍ଦ୍ର ଦାସ ସଭାପତିତ୍ୱ କରିଥିଲେ I ଉଦଘାଟନୀ ଉତ୍ସବରେ ସୋନପୁର ବ୍ଲକ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୃଷ୍ଣ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ରେଡ଼କ୍ରସ ପତାକା ଉତ୍ତୋଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ l ହରଡ଼ଖୋଲ ଗ୍ରାମ ପଞ୍ଚାୟତର ସରପଞ୍ଚ ମୋହନ କର୍ମୀ ସମ୍ମାନୀତ ଅତିଥି ଭାବରେ ଯୋଗଦେଇଥିଲେ l କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲାର ଜୁନିଅର ରେଡ଼କ୍ରସ ଅଫିସର ରବିଚନ୍ଦ୍ର ପଶାୟତ ପ୍ରଶିକ୍ଷଣ ଶିବିରର ପରିଚାଳନା କରିବା ସହିତ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ I ସାଧନ କର୍ମୀ ଚନ୍ଦ୍ରମଣୀ ବାଘ ସଭାକାର୍ଯ୍ୟ ପରିଚାଳନା କରିଥିବା ବେଳେ ସୋନପୁର ବ୍ଲକ ବିସିସି ଗୋପେଶ ପଣ୍ଡା ଅତିଥି ପରିଚୟ ପ୍ରଦାନ କରିଥିଲେ । ସ୍ୱତନ୍ତ୍ର ଅତିଥି ଭାବରେ ବରିଷ୍ଟ ସାଧନ କର୍ମୀ ତଥା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଝସକେତନ ମେହେର ରେଡକ୍ରସର ଇତିହାସ ଓ ଭୂମିକା ବିଷୟରେ ଆଲୋଚନା କରିଥିଲେ । ସାଧନକର୍ମୀ ଚନ୍ଦ୍ରଶେଖର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ I ସୋନପୁର ବ୍ଲକର ୨୬ ଟି ବିଦ୍ୟାଳୟରୁ ସମସ୍ତ ରେଡ଼କ୍ରସ କାଉନସିଲର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ I ସାଧନକର୍ମୀମାନେ ରେଡ଼କ୍ରସ ଅଭିଯାନ, ପ୍ରାଥମିକ ଚିକିତ୍ସା, ସଡ଼କ ସୁରକ୍ଷା, ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଉପରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ I ବିଦ୍ୟାଳୟରେ ଜୁନିଅର ରେଡ଼କ୍ରସ ସମ୍ବନ୍ଧୀୟ ବିଭିନ୍ନ କାର୍ଯ୍ୟକ୍ରମ ଓ ସମସ୍ୟା ଉପରେ ଏକ ଖୋଲା ପ୍ରଶ୍ନ ମଞ୍ଚ ର ଆୟୋଜନ କରାଯାଇଥିଲା I କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ପୂର୍ଣ୍ଣ ସହଯୋଗ କରିଥିଲେ
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ..
