August 21, 2026
Home » ସ୍ବର୍ଗତ ଗୋବିନ୍ଦ ଚନ୍ଦ୍ର ପଣ୍ଡା ଙ୍କ ବିୟୋଗରେ ବରିଷ୍ଠ ନାଗରିକ ସଂଗଠନରେ ଶୋକ ସଭା

ସ୍ବର୍ଗତ ଗୋବିନ୍ଦ ଚନ୍ଦ୍ର ପଣ୍ଡା ଙ୍କ ବିୟୋଗରେ ବରିଷ୍ଠ ନାଗରିକ ସଂଗଠନରେ ଶୋକ ସଭା

0
WhatsApp Image 2025-08-23 at 3.07.53 PM

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ପରିସରରେ ଶନିବାର ପୂର୍ବାହ୍ନ ୧୧ଘଣ୍ଟା ସମୟରେ ଅନୁଷ୍ଠାନ ର ସଭାପତି ଡକ୍ଟର ପ୍ରଫୁଲ୍ଲ କୁମାର ରଥଙ୍କ ସଭାପତିତ୍ବରେ ଏକ ଶୋକ ସଭା ଅନୁଷ୍ଠିତ ହୋଇ ଯାଇଛି । ଅନୁଷ୍ଠାନ ର ବରିଷ୍ଠ ସଦସ୍ୟ ସ୍ବର୍ଗତ ଗୋବିନ୍ଦ ଚନ୍ଦ୍ର ପଣ୍ଡାଙ୍କ ବିୟୋଗରେ ତାଙ୍କର ଅମର ଆତ୍ମାର ସଦ୍‌ଗତି କାମନା କରି ଉପସ୍ଥିତ ସମସ୍ତ ସଦସ୍ୟ ଭଗବାନଙ୍କ ଉଦ୍ଦେଶ୍ୟରେ ଏକ ମିନିଟ ନିରବ ପ୍ରାର୍ଥନା କରିଥିଲେ।ପରେ ପରେ ଏକ ସାଧାରଣ ସଭାରେ ତାଙ୍କର ସ୍ମୃତି ଚାରଣ କରା ଯାଇଥିଲା।ଏଥିରେ କୃଷ୍ଣଚନ୍ଦ୍ର ପାଢ଼ୀ,ଭୂଷଣ କୁମାର ପାତ୍ର, ଗୋପୀନାଥ ମହାକୁର,ଡକ୍ଟର ଦ୍ବିତୀକୃଷ୍ଣ ପଣ୍ଡା, ସୌମିତ୍ରୀ ମେହେର,ରାମକୃଷ୍ଣ ହୋତା,ସୁରୁ ସାହୁ, ସନ୍ତୋଷ ଷଡ଼ଙ୍ଗୀ ଏବଂ ଡକ୍ଟର ପ୍ରଫୁଲ୍ଲ କୁମାର ରଥ ପ୍ରମୁଖ ଗଭୀର ଶ୍ରଦ୍ଧାଂଜଳି ଅର୍ପଣ କରିବା ସଙ୍ଗେ ସଙ୍ଗେ ତାଙ୍କ ସହିତ ବିତାଇଥିବା ସମୟ ଓ ସ୍ମୃତିକୁ ପରିପ୍ରକାଶ କରିଥିଲେ। ଶୋକସଭାରେ ଶ୍ୟାମସୁନ୍ଦର ସେଠୀ,ଚମରା ମହାକୁର, ଅକ୍ଷୟ କୁମାର ମିଶ୍ର, ବଳରାମ କାଣ୍ଡ,ଅକ୍ରୂର ଚରଣ ଦନ୍ତା, ଦିଲ୍ଲିପ ମିଶ୍ର, ଦିଲ୍ଲିପ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ..

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।