December 22, 2025
Home » ଅଜଣା ଗାଡି ଧକ୍କାରେ ୨ ବାଇକ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ କଲେ ଉତ୍ୟକ୍ତ ଲୋକେ l

ଅଜଣା ଗାଡି ଧକ୍କାରେ ୨ ବାଇକ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ କଲେ ଉତ୍ୟକ୍ତ ଲୋକେ l

0
WhatsApp Image 2025-12-22 at 11.30.32 AM

ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି । ଅଜଣା ଗାଡ଼ି ଧକ୍କାରେ ୨ ବାଇକ ଆରୋହିଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ସୋନପୁର ଥାନା ଅନ୍ତର୍ଗତ ଗତରକେଲା ଗ୍ରାମର ଗଙ୍ଗାଧର ବେହେରା(୩୦) ଓ ଜୟ ବେହେରା(୩୬) । ସୂଚନା ଅନୁସାରେ, କୌଣସି କାମରେ ବଲାଙ୍ଗୀର ଯାଇଥିବା ଦୁଇ ଯୁବକ ବାଇକ ନଂ ଓଡି ୩୧-ଏଚ୮୩୫୦ ରେ ଘରକୁ ଫେରୁଥିବା ବେଳେ ଏକ ଦ୍ରୁତଗାମୀ ଅଜଣା ଗାଡ଼ି ଧକ୍କା ଦେଇଥିଲା। ଫଳରେ ରାସ୍ତା ପାର୍ଶ୍ଵକୁ ଛିଟିକି ପଡ଼ି ଘଟଣା ସ୍ଥଳରେ ଜୟଙ୍କ ମୃତ୍ୟୁ ହୋଇଥିଲା। ଗଙ୍ଗାଧରଙ୍କୁ ଗୁରୁତର ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣା ଯାଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣା ସ୍ଥଳରେ ହରଡ଼ଖୋଲ ଫାଣ୍ଡି ପୋଲିସ ପହଞ୍ଚି ମୃତ ଦେହ ଉଦ୍ଧାର କରିବା ସହିତ ଦୁର୍ଘଟଣା ଗ୍ରସ୍ତ ବାଇକକୁ ଜବତ କରିଛି। ତେବେ କ୍ଷତିପୂରଣ ଦାବିରେ ଅଞ୍ଚଳବାସୀ ହରଡଖୋଲ ଠାରେ ଏନଏଚ ଅବରୋଧ କରିଥିଲେ।

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ..

Leave a Reply

Your email address will not be published. Required fields are marked *