May 25, 2026
Home » ଅତିରିକ୍ତ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ଅତିରିକ୍ତ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

0
WhatsApp Image 2026-05-25 at 5.24.55 PM
ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁଙ୍କ ବ୍ୟତୀତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ବରଗଡ଼ ଉପଜିଲ୍ଲାପାଳ ଶ୍ରୀ ପ୍ରସନ୍ନ କୁମାର ପାଣ୍ଡେ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶ୍ରୀ କୁବେର ମହନ୍ତ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୬୬ ଗୋଟି  ଅଭିଯୋଗ ମଧ୍ୟରୁ ୪୨ ଗୋଟି ବ୍ୟକ୍ତିଗତ ଏବଂ ୨୪ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଅତିରିକ୍ତ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
 ଇପିଏରୁ ବରଗଡ଼ ଜିଲ୍ଲା ପ୍ରତିନିଧି କ୍ଷମାନି ଧି ବଣ୍ଡୁକିଙ୍କ ରିପୋର୍ଟ.

Leave a Reply

Your email address will not be published. Required fields are marked *