ଅନୁପମ ଭାରତ ର ୨୯ ତମ ସ୍ୱ- ନକ୍ଷତ୍ର ଦିବସ ପାଳନ

ବ୍ରହ୍ମପୁର: ଦୈନିକ ଖବର କାଗଜ ଅନୁପମ ଭାରତ ର ୨୯ ତମ ସ୍ଵ ନକ୍ଷ୍ ତ୍ର ଦିବସ ଶିଳ୍ପାଞ୍ଚଳ ସ୍ଥିତ ଅନୁପମ ଭାରତ କାର୍ଯ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ରୂପେ ବରିଷ୍ଠ ଲେଖିକ ହୟଗ୍ରୀବ ତ୍ରିପାଠୀ , ମୁଖ୍ୟବକ୍ତା ଭାବେ ସ୍ତମ୍ଭକାର ସତ୍ୟ ନାରାୟଣ ପାଣିଗ୍ରାହୀ, ପ୍ରମୁଖ ଯୋଗ ଦେଇଥିଲେ । ସ୍ଵତନ୍ତ୍ର ପ୍ରତିନିଧି ଏଲ୍.ସୁଦାମ ଦାସ କାର୍ଯ୍ୟକ୍ରମ ରେ ସଂଯୋଜନା କରିଥିବା ବେଳେ ପରିଚାଳକ କୁରେଶ ପଣ୍ଡା, ସହ ସମ୍ପାଦକ ହରିଶ ଚନ୍ଦ୍ର ବେହେରା, ପ୍ରମୋଦ କୁମାର ପଣ୍ଡା ପ୍ରମୁଖ ମଞ୍ଚା ସିନ ଥିଲେ। ବରିଷ୍ଠ ସାମ୍ବାଦିକ ସୁଦୀପ କୁମାର୍ ସାହୁ ଏହି ଅବସରରେ ଅନୁପମ ଭାରତ ରେ ନିଜର ଦୀର୍ଘ ଜୀବନ ର କାର୍ଯ୍ୟ ସମ୍ପର୍କରେ ସମ୍ୟକ ସୂଚନା ଦେଇ ଜଗନ୍ନାଥ ଙ୍କ ଏକ ଭଜନ ଗାନ କରି ସଭିଙ୍କୁ ଉତ୍ସାହିତ କରିଥିଲେ । ଏହି ଅବସରରେ ଅନୁପମ ଭାରତ ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।
ବ୍ରହ୍ମପୁର ଇପିଏ ରୁ ନରସିଂହ ଡାକୁଆ ଙ୍କ ରିପୋର୍ଟ
ଇପିଏ ନିଉଜ