December 3, 2025
Home » ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

0
WhatsApp Image 2025-12-03 at 3.41.19 PM

 

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସୁବଳୟା ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ରେ ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ତରଫରୁ ଆଜି ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି l ମୁଖ୍ୟ ଅତିଥିଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଜୟ ଲୁହା ଯୋଗ ଦେଇ ଉଦଘାଟନ କରିଥିଲେ l ମୁଖ୍ୟ ବକ୍ତା ଭାବରେ ରେଆର ସାଧାରଣ ସମ୍ପାଦକ ଅନଙ୍ଗ ନେଗୀ ଯୋଗ ଦେଇ ଭିନ୍ନକ୍ଷମ ମାନଙ୍କ ଅଧିକାର ବିଷୟରେ ଆଲୋଚନା କରିଥିଲେ l ଅନ୍ୟତମ ଅତିଥିଭାବେ ସ୍ଥାନୀୟ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ସ୍ଵର୍ଣ୍ଣଲତା ବେହେରା, ସୁବଳୟା ସି ଆର ସି ସି ମୋନାଲିସା ନନ୍ଦ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମ କୁ ସି ଆର ସି ସି ବିନୟ ବିଶ୍ୱାଳ ସଂଯୋଜନା କରିଥିଲେ l ଏଥିରେ ଭିନ୍ନକ୍ଷମ ଶିଶୁ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରାଯାଇ ପୁରସ୍କୃତ କରାଯାଇଥିଲା l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ

Leave a Reply

Your email address will not be published. Required fields are marked *