May 27, 2026
Home » ଅନ୍ତର୍ନିହିତ ଲୁକ୍କାୟିତ ପ୍ରତିଭାର ଆତ୍ମ ପ୍ରକାଶ- “ସୁରଭି”.

ଅନ୍ତର୍ନିହିତ ଲୁକ୍କାୟିତ ପ୍ରତିଭାର ଆତ୍ମ ପ୍ରକାଶ- “ସୁରଭି”.

0
WhatsApp Image 2024-10-31 at 4.15.43 PM (1)

ରାଇରଙ୍ଗପୁର : ଆଜି ରାଇରଙ୍ଗପୁର ସ୍ଥିତ ପିସିଏମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ରାଇରଙ୍ଗପୁର ବ୍ଲକ ସ୍ତରୀୟ ଶିଶୁ ମୋହତ୍ସବ “ସୁରଭି” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଇଓ ଶ୍ରୀ ଜଜ୍ଞଶ୍ୱର ଜେନାଙ୍କ ସଭାପତିତ୍ବ ରେ ବିଜାତଳା ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ନେପୁଲ ଚନ୍ଦ୍ର ମୁଣ୍ଡାଙ୍କ ଦ୍ୱାରା କାର୍ଯ୍ୟକ୍ରମ ଉଦଘାଟିତ ହୋଇଥିଲା । ଉକ୍ତ ଶିଶୁ ମହୋତ୍ସବ କାର୍ଯ୍ୟକ୍ରମ ରେ ରାଇରଙ୍ଗପୁର ବ୍ଲକ ଓ ପୌରପାଳିକା ଅନ୍ତର୍ଗତ ୧୩୮ ଟି ଶିକ୍ଷନୁଷ୍ଠାନ ର ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ । ଛାତ୍ର ଛାତ୍ରୀଙ୍କ ଅନ୍ତର୍ନିହିତ ପ୍ରତିଭାର ସାମଗ୍ରିକ ପରିପ୍ରକାଶ ନିମନ୍ତେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
କାର୍ଯ୍ୟକ୍ରମ ର ପ୍ରଥମ ପର୍ଯ୍ୟାୟ ରେ ବାମନଘାଟି ଉପଜିଲ୍ଲାପାଳ ଶ୍ରୀ ସୌମ୍ୟ ରଞ୍ଜନ ପ୍ରଧାନ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କ ସହିତ ସ୍ନେହଭରା ଭାବବିନିମୟ କ୍ରମେ ବିଭିନ୍ନ ଛାତ୍ର ଛାତ୍ରୀଙ୍କୁ ସେମାନଙ୍କ ଜୀବନର ଲକ୍ଷ୍ୟ ବିଷୟ ରେ ଜିଜ୍ଞାସା କରିବା ସହିତ ଲକ୍ଷ୍ୟ ପୂରଣ ପାଇଁ ବର୍ତମାନ ଠାରୁ ନିଜକୁ ପ୍ରସ୍ତୁତ କରିବାକୁ ଉପଦେଶ ଦେଇଥିଲେ । ଏଥି ସହିତ ଜୀବନ ରେ ନିଜ ନିଜ ର ସ୍ୱତନ୍ତ୍ର ପରିଚୟ ସୃଷ୍ଟି ନିମନ୍ତେ ଶିକ୍ଷଣୀୟ ପ୍ରେରଣାଦାୟୀ ଶବ୍ଦ ମାଧ୍ୟ୍ୟମରେ ପିଲାମାନଙ୍କୁ ଉତ୍ସାହିତ କରିଥିଲେ ।

ଏହି ଅବସରରେ ଉପଜିଲ୍ଲାପାଳ ଶ୍ରୀ ପ୍ରଧାନ ଓ ପି ଏସ ସି ଦ୍ୱାରା ପରିଚାଳିତ ଓସିଏସ -୨୦୨୨ ପରୀକ୍ଷା ରେ କୃତକାର୍ଯ୍ୟ ହୋଇଥିବା ବାମନଘାଟି ଉପଖଣ୍ଡ ର ୮ ଜଣ କୃତୀ ଙ୍କୁ ପୁଷ୍ପଗୁଚ୍ଛ ଦେଇ ଅଭିନନ୍ଦନ ଜଣାଇବା ସହ କାର୍ଯ୍ୟକ୍ରମ କୁ ସ୍ୱାଗତ କରିଥିଲେ । ସେମାନେ ମଧ୍ୟ ପିଲାମାନଙ୍କୁ ସେମାନଙ୍କର ସଫଳତା ପଛର କାହାଣୀ ଯଥା କଠିନ ପରିଶ୍ରମ, ନିରନ୍ତର ପ୍ରଚେଷ୍ଟା,ପିତାମାତାଙ୍କ ତ୍ୟାଗ, ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଗାଇଡନ୍ସ ସର୍ବୋପରି ଭଗବାନଙ୍କ କୃପା ବିଷୟରେ କହିଥିଲେ ।

କାର୍ଯ୍ୟକ୍ରମ ର ଦ୍ଵିତୀୟ ଭାଗରେ ବି ଇ ଓ ଶ୍ରୀ ଯଂଜ୍ଞଶ୍ୱର ଜେନା ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଉଦଯାପନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ମୟୁରଭଞ୍ଜ ର ମାନ୍ୟବର ସାଂସଦ ଶ୍ରୀଯୁକ୍ତ ନବ ଚରଣ ମାଝୀ, ସମ୍ମାନିତ ଅତିଥି ଭାବେ ମାନ୍ୟବର ବିଧାୟକ ରାଇରଙ୍ଗପୁର ଶ୍ରୀଯୁକ୍ତ ଜଲେନ ନାୟକ,ମୁଖ୍ୟ ବକ୍ତା ଭାବେ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳାନନ୍ଦ ସାହୁ, ଅନ୍ୟତମ ଅତିଥି ଭାବେ ରାଇରଙ୍ଗପୁର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରିସିପ୍ରଭା ମହାନ୍ତ, ଏବିଇଓ ଶ୍ରୀ ହେମ ମାଝୀ, ଏବିଇଓ ଶ୍ରୀ କାର୍ତ୍ତିକ ଚନ୍ଦ୍ର କରୁଆ ଓ ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀ ନେପାଳ ଚନ୍ଦ୍ର ସାହୁ ପ୍ରମୁଖ ଯୋଗ ଦେଇଥିଲେ।

ମୁଖ୍ୟ ଅଥିତି ତା’ଙ୍କ ବକ୍ତବ୍ୟ ରେ କହିଥିଲେ କି ଅତୀତରେ ବାମନଘାଟିର ସୁନାରାମ ସୋରେନ, ପଣ୍ଡିତ ରଘୁନାଥ ମୁର୍ମୁ ଓ ଜିତେନ ପଟ୍ଟନାୟକ ଭଳି ବହୁ ବ୍ୟକ୍ତି ସେମାନଙ୍କ ପ୍ରତିଭା ର ସୁରଭି ରେ ସୁରଭିତ କରିଯାଇଛନ୍ତି । ତେଣୁ ମା -ମାଟି- ଓ ମାତୃଭାଷା ପ୍ରତି ଶ୍ରଦ୍ଧା ସମ୍ମାନ ରଖି କଠିନ ପରିଶ୍ରମ ଓ ନିରନ୍ତର ପ୍ରଚେଷ୍ଟା ଜାରି ରଖିଲେ ତୁମେମାନେ ବି ତୁମ ପ୍ରତିଭାର ସୁରଭିରେ ସାରା ବିଶ୍ୱକୁ ସୁରଭିତ କରିପାରିବ। ସେହିପରି ସମ୍ମାନିତ ଅତିଥି ଶ୍ରୀଯୁକ୍ତ ଜଲେନ ନାଏକ ମଧ୍ୟ ଏହି କାର୍ଯ୍ୟକ୍ରମ ର ଆଭିମୁଖ୍ୟ ପ୍ରତିପାଦନ କରିବା ସହିତ ପିଲାମାନଙ୍କ ଉନ୍ନତି ପାଇଁ ସେ ସବୁବେଳେ ସେମାନଙ୍କ ସହିତ ଅଛନ୍ତି କହି ଉତ୍ସାହିତ କରିଥିଲେ

ମୁଖ୍ୟ ବକ୍ତା ଶ୍ରୀ ସାହୁ ତାଙ୍କ ଅଭିଭାଷଣ ରେ କହିଥିଲେ କି ଯେମିତି କସ୍ତୁରୀ ମୃଗ ତା’ର ନାଭିରୁ କସ୍ତୁରୀ ର ବାସ୍ନା ଆସୁଛି ବୋଲି ଜାଣି ନପାରି ଏଣେ ତେଣେ ସେଇ ବାସ୍ନା କୁ ଖୋଜୁ ଥାଏ ଠିକ ସେହିପରି ତୁମେମାନେ ଯଦି ତୁମ ଭିତରେ ଥିବା ପ୍ରତିଭାର ସୁରଭି କୁ ଖୋଜି ବାହାରକୁ ପ୍ରସ୍ଫୁଟିତ କରିବ ତେବେ ଆଗାମୀ ସମୟ ରେ ସେଇ ସୁରଭି ଦୁର ଦୁରାନ୍ତକୁ ବ୍ୟାପି ଯିବ।

ଏହି ଅବସରରେ ମୁଖ୍ୟ ଅତିଥି ଓ ଅନ୍ୟାନ୍ୟ ଅତିଥି ମାନେ ବାମନଘାଟି ଉପଖଣ୍ଡ ରେ ଓ ପି ଏସ ସି ରେ କୃତକାଯ୍ୟ ହୋଇଥିବା ଶ୍ରୀ ଅରୁନାନଶୁ ନନ୍ଦ, ମେଘା ଅଗ୍ରୱାଲ, ଶ୍ରୀ ତନ୍ମୟ କୁମାର ବସା, ସୁଇଟି ସୋରେନ, ଶାନ୍ତି ମୁର୍ମୁ, ଶୋଭା ସିନ୍ଦୁରଚୁଳା ମାର୍ଣ୍ଡି, ଗୋବିନ୍ଦ ସୋରେନ ଓ ରବିଶଙ୍କର ହେମ୍ବ୍ରମ ଙ୍କୁ ଉତ୍ତରୀୟ ଓ ପୁଷ୍ପ ଗୁଚ୍ଛ ଦେଇ ସମର୍ଦ୍ଧିତ କରିବା ସହିତ ଭାଲୁବସା ସରକାରୀ ୟୁ ପି ସ୍କୁଲ ର ଶିକ୍ଷୟିତ୍ରୀ ଶ୍ରୀମତୀ ଦୀପ୍ତିରେଖା ମହାନ୍ତି ଙ୍କୁ ବେଷ୍ଟ ଶିକ୍ଷୟିତ୍ରୀ ଓ ଅଜିତ ମଣ୍ଡଳଙ୍କୁ ବେଷ୍ଟ ସିଆରସିସି ଭାବେ ମାନପତ୍ର, ପୁଷ୍ପଗୁଛ ଓ ପୁରସ୍କାର ଦେଇ ପୁରସ୍କୃତ କରିଥିଲେ। ଏଥି ସହିତ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ର କୃତୀ ଛାତ୍ର ଛାତ୍ରୀଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ ପୂର୍ବକ ପୁରସ୍କୃତ କରାଯାଇଥିଲା।

ଅନୁଷ୍ଠିତ କାଯ୍ୟକ୍ରମ ରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ବିକାଶ ରଞ୍ଜନ ମହାନ୍ତି ଉପସ୍ଥିତ ଥିବା ବେଳେ ବିଭିନ୍ନ ଶିକ୍ଷାନୁଷ୍ଠାନ ର ଶିକ୍ଷକ ଶିକ୍ଷୟତ୍ରୀ, ବିଆରସିସି, ସିଆରସିସି ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ ଶିକ୍ଷକ ରଞ୍ଜନ କୁମାର ନନ୍ଦ ମଞ୍ଚ ପରିଚାଳନା କରିଥିବା ବେଳେ ଏବିଇଓ ଶ୍ରୀ କାର୍ତ୍ତିକ ଚନ୍ଦ୍ର କରୁଆ ଧନ୍ୟବାଦ ଅର୍ପଣ କରିଥିଲେ । ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ପ୍ରଚାର ପ୍ରସାର ପାଇଁ ପଦକ୍ଷେପ ନେଇଥିଲେ ।

rairangapur epa ru nigamananda pattanayak nka report
epa news

ଆଗାମୀ ରଥଯାତ୍ରା ରେ ଶ୍ରଦ୍ଧାଳୁ ଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏ ନେଇ ଏକ ସମୀକ୍ଷା ବୈଠକ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩୦ ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ୮ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅତିରିକ୍ତ ବ୍ୟବସ୍ଥା କରାଯାଉଛି। ଏଥି ସହିତ ୧୦ ଶଯ୍ୟା ବିଶିଷ୍ଟ ୮ ଟି ଅତିରିକ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ। ଏଥିରେ ଅତିରିକ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ବଡଦାଣ୍ଡ ସମେତ ପୁରୀ ସହର ର ପ୍ରମୁଖ ସ୍ଥାନ ଗୁଡିକରେ ଆଶୁ ଚିକିତ୍ସା କେନ୍ଦ୍ର ଖୋଲାଯିବ।୫୦ ରୁ ଅଧିକ ଆମ୍ବୁଲାନ୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବ। ବିଭିନ୍ନ ସ୍ୱେଚ୍ଛାସେବି ସଂଗଠନ ଙ୍କ ସହାୟତା ନିଆଯିବ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାର ତଦାରଖ କରିବେ। ଆଇ ସି ୟୁ, ଟ୍ରମା କେୟାର କେନ୍ଦ୍ର ପ୍ରସ୍ତୁତ କରି ରଖାଯିବ। ପୁରୀ ରେ ଥିବା ସବୁ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରସ୍ତୁତ ରଖାଯିବ। ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ। ଗୁରୁତର ରୋଗୀ ଙ୍କୁ କଟକ, ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଆମ୍ବୁଲାନ୍ସ ଗୁଡ଼ିକ ଯେଭଳି ସୁରୁଖୁରୁରେ ଯାତାୟାତ କରିପାରିବ ସେ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ରଥଯାତ୍ରା ସମୟରେ ଲୋକ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୨ ଶହ ଡାକ୍ତର ଙ୍କୁ ନିୟୋଜିତ କରାଯିବ। ଅପମିଶ୍ରିତ ଓ ବାସୀ ଖାଦ୍ୟ ବିକ୍ରି ବନ୍ଦ ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ମାନେ ଯାଞ୍ଜ କରିବେ। ରଥଯାତ୍ରା ସ୍ୱାସ୍ଥ୍ୟ ସେବାକୁ ଶୃଙ୍ଖଳିତ କରିବା ପାଇଁ ଅନୁଷ୍ଠିତ ହୋଇଥିବା ବୈଠକ ରେ ପୁରୀ ମହାନଗର ନିଗମ ର କମିଶନର, ଅତିରିକ୍ତ ଜିଲ୍ଲାପାଳ, ଏସପି, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ରଥଯାତ୍ରା ର ଭକ୍ତ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱେଚ୍ଛାସେବୀ ଦେବାଶିଶ ମିଶ୍ର କୁହନ୍ତି, ରଥଯାତ୍ରା ଭିଡ଼ରେ ବଡ ଆମ୍ବୁଲାନ୍ସ ଯାତାୟାତ ରେ ବହୁତ୍ ସମସ୍ୟା ସୃଷ୍ଟି କରୁଛି। ଏଣୁ ଆମେ ଜିଲାପାଳ ଙ୍କୁ ପ୍ରସ୍ତାବ ଦେଲୁ କିଛି ଛୋଟ ଆମ୍ବୁଲାନ୍ସ ନିୟୋଜିତ କରାଯାଉ। ଏହା ଦ୍ଵାରା ଆମ୍ବୁଲାନ୍ସ ଯାତାୟାତ ରେ ସୁବିଧା ହେବା ସହ ଲୋକ ମାନେ ତ୍ୱରିତ ଚିକିତ୍ସା ସେବା ପାଇପାରିବେ। ଆଉ ଏକ ପ୍ରସ୍ତାବ ରହିଚି ବଡ ଦାଣ୍ଡ ରେ ଅଧିକ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଉ। ଏହା ଦ୍ଵାରା ଅଯଥା ରେ ଲୋକ ଙ୍କୁ ମୁଖ୍ୟ ଚିକିତ୍ସାଳୟ କୁ ନିଆନଯାଇ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ । ଆମେ ଜିଲାପାଳ ଙ୍କୁ ଅନୁରୋଧ କରିଛୁ ଗୁଣ୍ଡିଚା ମନ୍ଦିର ନିକଟ ରେ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବା ନେଇ ଅନୁମତି ଦିଆଯାଉ। ଏହା ହେଲେ ମନ୍ଦିର ଭିତରେ ଅବା ବାହାରେ କିଛି ଅଘଟଣ ଘଟିଲେ ସଙ୍ଗେ ସଙ୍ଗେ ଚିକିତ୍ସା ସେବା ଲୋକ ଙ୍କୁ ଓ ସେବାୟତ ଙ୍କୁ ଚିକିତ୍ସା ସେବା ଦେଇହେବ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଚଳିତ ରଥଯାତ୍ରା ରେ ଲୋକ ଙ୍କୁ କିଭଳି ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ ସେ ନେଇ ଏକ ମାର୍ଗଦର୍ଶିକା କରାଯାଇଛି। ବଡଦାଣ୍ଡ ସମେତ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ୮ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ । ମୋଟ ୮୦ ବେଡ ବିଶିଷ୍ଟ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସବୁ ପ୍ରକାର ଚିକିତ୍ସା ସେବା ବ୍ୟବସ୍ଥା ରହିବ। ସବୁ ପ୍ରକାର ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଉପକରଣ ଓ ସ୍ପେଶଲିଷ୍ଟ ଡାକ୍ତର ରହିବେ। ଏ ନେଇ ଆଜିର ବୈଠକ ରେ ଆଲୋଚୋନା ହେଲା। ଆମ୍ବୁଲାନ୍ସ କିଭଳି ଯାତାୟାତ କରିବ, ସ୍ୱେଚ୍ଛାସେବୀ ଙ୍କୁ ତାଲିମ ପ୍ରଦାନ ସେ ନେଇ ସବିଶେଷ ଆଲୋଚନା ହୋଇଛି। ମାର୍ଗଦର୍ଶିକା ଅନୁଯାୟୀ ରଥଯାତ୍ରା, ସୁନାବେଶ, ବାହୁଡ଼ା ରେ ସ୍ୱାସ୍ଥ୍ୟ ସେବା ଲୋକ ଙ୍କୁ ଯୋଗାଇ ଦିଆଯିବ। ଆଗାମୀ ଜୁନ ୨୯ ରେ ମହାପ୍ରଭୁ ଙ୍କ ସ୍ନାନଯାତ୍ରା ଓ ଜୁଲାଇ ୧୬ ରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ଦୁଇ ଯାତ୍ରାରେ ଦଇତାପତି ସେବକ ଙ୍କ ଗୁରୁ ଦାୟିତ୍ୱ ରହିଛି । ଦଇତାପତି ସେବକମାନେ ମହାପ୍ରଭୁ ଙ୍କୁ ସ୍ନାନଯାତ୍ରାରେ ରତ୍ନସିଂହାସନ ରୁ ପହଣ୍ଡି ରେ ଆଣି ସ୍ନାନ ବେଦୀ କୁ ଆଣିବେ। ସେହିପରି ଆଗାମୀ ରଥଯାତ୍ରାରେ ମଧ୍ୟ ଦଇତାପତି ସେବକ ମାନେ ମହାପ୍ରଭୁ ଙ୍କୁ ପହଣ୍ଡି ଆଣି ରଥ ଉପରେ ଠାକୁର ଙ୍କୁ ବିରାଜମାନ କରାଇବେ। ତେବେ ଠାକୁର ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଢଙ୍ଗରେ ହୋଇ ପାରିବ ସେ ନେଇ ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟପ୍ରଶାସକ ଦିବ୍ୟଜ୍ୟୋତି ପରିଡା। ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବୈଠକ ରେ ଶ୍ରୀମନ୍ଦିର ଦଇତାପତି ନିଯୋଗ ର କର୍ମକର୍ତ୍ତା ଯୋଗ ଦେଇଥିଲେ।୨୦୨୪ ରଥଯାତ୍ରା ରେ ଆଡ଼ପ ମଣ୍ଡପ ବିଜେ ବେଳେ ବଡ ଠାକୁର ଶ୍ରୀବଳଭଦ୍ର ରଥ ରୁ ଚାରମାଳ କୁ ଖସି ପଡ଼ିଥିଲେ। ଏଣୁ ଏଭଳି ଅଘଟଣ କିଭଳି ଆଗାମୀ ଦିନରେ ହେବ ନାହିଁ ଏବଂ ଶୃଙ୍ଖଳିତ ଢଙ୍ଗରେ ପହଣ୍ଡି କାର୍ଯ୍ୟ ସମାପନ ହେବ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଥିଲେ। ପହଣ୍ଡି ପାଇଁ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସଂଖ୍ୟାରୁ ଯେଭଳି ଅଧିକ ସେବକ ନ ରହିବେ ସେ ନେଇ ଆଲୋଚନା ହୋଇଥିଲା। ସେହିପରି ନିର୍ଦ୍ଧାରିତ ସମୟ ଅନୁସାରେ ସମସ୍ତ ନୀତି ଯେଭଳି ପାଳନ ହେବ ସେ ନେଇ ମଧ୍ୟ ଆଲୋଚାନା ହୋଇଛି। ତେବେ ମହାପ୍ରଭୁ ସ୍ନାନଯାତ୍ରା, ଅଣସର, ନବଯୌବନ, ନେତ୍ରୋତ୍ସବ ସମସ୍ତ ନୀତି ଶୃଙ୍ଖଳିତ କରିବାକୁ ବାଡଗ୍ରାହୀ ସେବକ ମତ ରଖିଛନ୍ତି। ଦଇତାପତି ସେବକ ଭବାନୀ ଦାସ ମହାପାତ୍ର ନିଜ ପ୍ରତିକ୍ରିୟାରେ କୁହନ୍ତି, ଆଗାମୀ ରଥଯାତ୍ରା ରେ କିଭଳି ମହାପ୍ରଭୁ ଙ୍କ ସମସ୍ତ ନିତିକାନ୍ତି, ଭକ୍ତ ଙ୍କ ଦର୍ଶନ ସୁରୁଖୁରୁରେ ଶୃଙ୍ଖଳିତ ଭାବରେ ହୋଇପାରିବ ସେ ନେଇ ଜିଲ୍ଲାପାଳ ଙ୍କ ସହ ଆଲୋଚନା ହୋଇଛି। ସେବାୟତ ଙ୍କ ମଧ୍ୟରେ ଯେଭଳି ଏକ ସମନ୍ଵୟ ରହିବ ସେ ନେଇ ଆଲୋଚନା ହୋଇଥିଲା। ମହାପ୍ରଭୂ ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ତେବେ ମହାପ୍ରଭୁ ଙ୍କ କାର୍ଯ୍ଯ କୁ ଶୃଙ୍ଖଳିତ ଭାବରେ କରିବା ପାଇଁ ଦଇତାପତି ସେବକ ସମ୍ପୂର୍ଣ ପ୍ରସ୍ତୁତ ରହିଚନ୍ତି। ଏହି ଭରସା ଆମେ ପ୍ରଶାସନ କୁ ଦେଇଛୁ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ଆୟୋଜନ ନେଇ ସବୁ ସେବାୟତ ବିଯୋଗ ସହ ଆଲୋଚନା କରାଯାଉଛି। ମହାପ୍ରଭୁ ଙ୍କ ଶୃଙ୍ଖଳିତ ନୀତି କାନ୍ତି ଓ ପହଣ୍ଡି ପ୍ରସଙ୍ଗ ରେ ମଧ୍ୟ ଦଇତାପତି ସେବକ ଙ୍କ ସହ ଆଲୋଚନା ହୋଇଛି। ଆମର ଆଶା ରହିଛି ମହାପ୍ରଭୁ ଙ୍କ କୃପାରୁ ରଥଯାତ୍ରା ସୁରୁଖୁରୁରେ ସମାପନ ହେବ।

Leave a Reply

Your email address will not be published. Required fields are marked *

You may have missed