ଅପାତକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଟେବୁଲ୍ ଟପ୍ ଏକ୍ସରସାଇଜ ଅନୁଷ୍ଠିତ
ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ
ବରଗଡ଼: ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାର ଯେକୌଣସି ପ୍ରକାରର ଅପାତକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଏକ ଟେବୁଲ୍ ଟପ୍ ଏକ୍ସରସାଇଜ ଅନୁଷ୍ଠିତ ହୋଇଛି ।ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମହେନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ପ୍ରସ୍ତୁତି ବୈଠକରେ ରାଜ୍ୟ ବିପର୍ଯ୍ୟୟ ନିରୀକ୍ଷକ କାହ୍ନୁ ଚରଣ ହେମ୍ବ୍ରମ, ଇନସ୍ଟ୍ରକ୍ଟର, ଏସଆଇଡ଼ିଏମ , ଡିପିଓ ପ୍ରଭାକର ଲେଙ୍କା, ଜିଲ୍ଲା ଆପତ୍ତି ବ୍ୟବସ୍ଥାପନ ଅଧିକାରୀ ଚିଲିକା ପଣ୍ଡା ଏବଂ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ପ୍ରାକୃତିକ ବିପର୍ଯୟ ତଥା ବିପଦ ପରିସ୍ଥିତିରେ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ସଂଯୁକ୍ତ କାର୍ଯ୍ୟପଦ୍ଧତିରେ ଆପାତ୍ତକାଳୀନ ପରିସ୍ଥିତି ଗୁଡ଼ିକୁ ମୁକାବିଲା କରିବା ପାଇଁ ରଣନୀତି ପ୍ରସ୍ତୁତ କରିଥିଲେ।


ସୂଚନାଯୋଗ୍ୟକୀ, ଉକ୍ତ ବୈଠକରେ ଶ୍ରୀ ମହାପାତ୍ର ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ତଥା ବନ୍ୟା ,ବାତ୍ୟା ର ମୁକାବିଲା ନିମନ୍ତେ ଆଗୁଆ ପଦକ୍ଷେପ ନେବା ସହ ଏହାର ସୁପରିଚାଳନା ନିମନ୍ତେ ବିଭାଗୀୟ ଅଧିକାରୀ ଏବଂ କ୍ଷେତ୍ର କର୍ମଚାରୀ ମାନେ ସଜାଗ ରହିବା ସହ ଜିଲ୍ଲାର ବନ୍ୟା ପ୍ରବଣ ଅଞ୍ଚଳ ବା ତଳି ଅଞ୍ଚଳ ଗୁଡିକରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ରେ ଉଦ୍ଧାର ଓ ଥଇଥାନ କରିବା ନିମନ୍ତେ ଅସ୍ଥାୟୀ ଆଶ୍ରୟ ସ୍ଥଳୀ ଗୁଡିକ ଚିହ୍ନଟ କରି ପ୍ରସ୍ତୁତ ରଖିବା ଏବଂ ପାଣି ଜମିରହୁଥିବା ସ୍ଥାନ ଗୁଡିକୁ ଚିହ୍ନଟ କରି ଯଥାଶୀଘ୍ର ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିବା ,ବର୍ଷା ପୂର୍ବରୁ ସମସ୍ତ ନାଲା ଗୁଡିକୁ ସଫା କରିବା, ସୁବ୍ୟବସ୍ଥିତ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ସହ ନିୟମିତ ସମୟ ବ୍ୟବଧାନରେ ସମସ୍ତ ନଳକୂପ ,ପାଇପ ଜଳ ଯୋଗାଣ ,କୂପ ଇତ୍ୟାଦିକୁ ବିଶୁଦ୍ଧକରଣ କରିବା, ଜିଲ୍ଲାରେ ଥିବା ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ଜିଲ୍ଲା ଓ ଉପଖଣ୍ଡ ଚିକିତ୍ସାଳୟ ଗୁଡିକରେ ଆବଶ୍ୟକ ପରିମାଣର ଔଷଧ ,ହାଲୋଜେନ ବଟିକା ,ବ୍ଲିଚିଂ ପାଉଡର ଇତ୍ୟାଦି ମହଜୁଦ କରି ରଖିବା, ପରିମଳ ନିମନ୍ତେ ଆଗୁଆ ପଦକ୍ଷେପ ଗ୍ରହଣ କରିବା, ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକରେ ସାପ କାମୁଡା ଇଂଜେକସନ ଉପଲବ୍ଧ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।ଏତଦବ୍ୟତୀତ ଜିଲ୍ଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ଓ ନଦୀବନ୍ଧ ନିକଟସ୍ତ ବନ୍ୟା ପ୍ରବଣ ସ୍ଥାନ ଚିହ୍ନଟ କରି ଆବଶ୍ୟକ ପ୍ରତିକାର ଗ୍ରହଣ କରିବା, ଏବଂ ଦୁର୍ଗମ ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ଯଥା ଚୂଡା ,ଚାଉଳ ,କିରୋସିନୀ ,ଦିଆସିଲି ,ମହମବତୀ ଇତ୍ୟାଦି ସାମଗ୍ରୀ ଯଥେଷ୍ଟ ପରିମାଣରେ ମହଜୁଦ କରି ରଖିବା ,ଗ୍ରାମାଞ୍ଚଳ ଓ ସହରାଞ୍ଚଳ ରେ ବିଶୁଦ୍ଧ ପାନୀୟଜଳ ଯୋଗାଣ ତଥା ପରିମଳ ବ୍ୟବସ୍ଥା କୁ ସୁନିଶ୍ଚିତ କରିବା ,ପୌର ପରିଷଦ ଏବଂ ଏନଏସି ଅନ୍ତର୍ଗତ ସମସ୍ତ ୱାର୍ଡ ,ବସ୍ତି ରେ ଥିବା ନାଳ ଗୁଡିକୁ ଯଥାଶୀଘ୍ର ସଫେଇ କରିବା ସହ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପ୍ରାଣୀ ସମ୍ପଦର ସୁରକ୍ଷା ନିମନ୍ତେ ଆଗୁଆ କାର୍ଯ୍ୟଖସଡା ପ୍ରସ୍ତୁତ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମନେ ତ୍ଵରିତ ପଦକ୍ଷେପ ଗ୍ରହଣ କରିବାକୁ ଉକ୍ତ ବୈଠକରେ ଆଲୋଚନା କରାଯାଇଥିଲା।
ଇପିଏରୁ ବରଗଡ଼ ଜିଲ୍ଲା ପ୍ରତିନିଧି କ୍ଷମାନି ଧି ବଣ୍ଡୁକିଙ୍କ ରିପୋର୍ଟ.
