ଅବିଭିପି ର ସାମ୍ବାଦିକ ସମ୍ବିଳନୀ
ଏବିଭିପି ସୁବର୍ଣ୍ଣପୁର ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ୬୦୦୦ ରୁ ଉର୍ଦ୍ଧ୍ୱ ସଦସ୍ୟତା କରିବା ପାଇଁ ଲକ୍ଷ୍ୟ ରଖିଛି l
ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ରାଷ୍ଟ୍ର ପ୍ରଥମ ଭାବନା ରଖି ଏବଂ ଛାତ୍ରଶକ୍ତି ରାଷ୍ଟ୍ରଶକ୍ତି ନାରାରେ ବିଶ୍ୱାସ କରି କାର୍ଯ୍ୟ କରୁଥିବା ବିଶ୍ଵର ସବୁଠାରୁ ବଡ଼ ଛାତ୍ର ସଂଗଠନ । ଏବିଭିପି ୧୯୪୯ ମସିହା ଜୁଲାଇ ୯ ତାରିଖ ରୁ ଆରମ୍ଭ ହୋଇ ଆଜି ଯାଏଁ ଅନବରତ ରାଷ୍ଟ୍ର ହିତରେ ଏବଂ ଛାତ୍ର ମାନଙ୍କ ହିତରେ କାମ କରୁଅଛି । ଏବିଭିପିର ପ୍ରତିବର୍ଷ ସଦସ୍ୟତା ଅଭିଯାନ ହୋଇଥାଏ ଏବଂ ତାର ସଦସ୍ୟତା ରୁ ହିଁ କହିଥାଏ ବିଶ୍ଵର ସବୁଠୁ ବଡ ଛାତ୍ର ସଂଗଠନ । ପ୍ରତି ବର୍ଷ ଭଳି ଏହି ଶିକ୍ଷା ବର୍ଷରେ ମଧ୍ୟ ସଦସ୍ୟତା ଅଭିଯାନ ଜୁନ ମାସରୁ ଆରମ୍ଭ ହୋଇଯିବ । ଏପ୍ରିଲ ମାସରେ ୨୫-୨୬ ତାରିଖରେ କୋରାପୁଟ ଠାରେ ହେଇଥିବା ପ୍ରାନ୍ତ ଓ ସମୀକ୍ଷା ଯୋଜନା ବୈଠକରେ ୨୦୨୬-୨୭ ଶିକ୍ଷା ବର୍ଷରେ ଓଡ଼ିଶା ପଶ୍ଚିମ ପ୍ରାନ୍ତ ରେ ତଥା ଓଡ଼ିଶା ପଶ୍ଚିମର ୧୪ ଟି ସାଂଗଠନିକ ଜିଲ୍ଲାରେ ୧ ଲକ୍ଷ ସଦସ୍ୟତା କରିବାର ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।ଏହି ଶିକ୍ଷା ବର୍ଷରେ ଏବିଭିପି ସଂପୂର୍ଣ୍ଣ ଭାବରେ ଛାତ୍ର ସଂସଦ ନିର୍ବାଚନ ଲଢିବା ପାଇଁ ମଧ୍ୟ ପ୍ରସ୍ତୁତ ଅଛି l ଓଡ଼ିଶା ପଶ୍ଚିମ ପ୍ରାନ୍ତ ରେ ୩୩୧ଟି ମହାବିଦ୍ୟାଳୟ ଓ ୭ଟି ବିଶ୍ଵବିଦ୍ୟାଳୟ ଶାଖା ଏବଂ ପ୍ରତି ବ୍ଲକ ମୁଖ୍ୟାଳୟରେ ତଥା ୧୧୮ଟି ସ୍ଥାନରେ ନଗର ଶାଖା ଘୋଷଣା କରିବ ବୋଲି ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ବିଳନୀ ରେ ସୂଚନା ପ୍ରଦାନ କରାଯାଇଛି l ସେହିପରି ସୁବର୍ଣ୍ଣପୁର ଜିଲ୍ଲା ରେ ୬ ଟି ନଗର ଶାଖା ଏବଂ ୧୬ ଟି କ୍ୟାମ୍ପସ ଶାଖା ଘୋଷଣା ଓ ୬୦୦୦ ରୁ ଉର୍ଦ୍ଦ୍ୱ ସଦସ୍ୟତା କରିବାର ମଧ୍ୟ ଲକ୍ଷ୍ୟ ରଖିଛି ।ଏହି ସାମ୍ବାଦିକ ସମ୍ମିଳନୀ ରେ ରାଜ୍ୟ ସହ ସମ୍ପାଦକ ଆକାଶ କମ୍ପ, ବିଭାଗ ସଂଯୋଜକ ମଞ୍ଜିତ କୁମାର କର୍ମୀ , ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୁରଥ ସାହୁ ପ୍ରମୁଖ ଉପସ୍ଥିତ ଥିଲେ l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ….
