August 21, 2026
Home » ଅଳକାରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ଅଳକାରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

0
WhatsApp Image 2026-01-26 at 3.54.49 PM

ଓଡିଶା କୋପରେଟିଭି ସୋସାଇଟି(ଅଳକା)ରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି l ଅଳକାର ସଭାପତି ଶ୍ରୀ ବିଶ୍ୱଜିତ୍ ରାଉତ ପତକା ଉତ୍ତୋଳନ କରି ଉପସ୍ଥିତ ଥିବା ସମସ୍ତ ବ୍ୟକ୍ତି ବିଶେଷଙ୍କୁ ଉଦ୍‌ବୋଧନ ପ୍ରଦାନ କରିବା ସହିତ ଶେଷରେ ମିଷ୍ଟାନ୍ନ ବଣ୍ଟନ କରିଥିଲେ।

 

ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।