February 23, 2026
Home » ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌-୨ ଫୁଲନଖରା କ୍ୟାମ୍ପସ୍‌ରେ କଲ୍‌ପୋସ୍କୋପିକୁ ନେଇ କର୍ମଶାଳା ଆୟୋଜିତ

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌-୨ ଫୁଲନଖରା କ୍ୟାମ୍ପସ୍‌ରେ କଲ୍‌ପୋସ୍କୋପିକୁ ନେଇ କର୍ମଶାଳା ଆୟୋଜିତ

0
colposcopy

ଭୁବନେଶ୍ୱର, ଜାନୁଆରୀ ୩୦: ମହିଳାଙ୍କ କ୍ଷେତ୍ରରେ ଗର୍ଭାଶୟ କ୍ୟାନ୍ସର ଏକ ଚିନ୍ତାର ପ୍ରସଙ୍ଗ ଭାବେ ବଢ଼ିଚାଲିଥିବା ବେଳେ ଏହି ରୋଗକୁ ଚିହ୍ନଟ କରିବା ନିମନ୍ତେ କଲ୍‌ପୋସ୍କୋପି ପଦ୍ଧତି ଖୁବ୍ ଫଳପ୍ରଦ ହୋଇଥାଏ। ଏହି ପ୍ରସଙ୍ଗକୁ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌-୨ ଫୁଲନଖରା କ୍ୟାମ୍ପସରେ ବୁଧବାର ଏକ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ସୋଆର ଉପକୁଳପତି ପ୍ରଫେସର (ଡାକ୍ତର) ପ୍ରସେନ୍‌ଜିତ ମହାନ୍ତି ଏବଂ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌-୨ର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ରାଜେଶ ଲେଙ୍କା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବିଶିଷ୍ଟ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ତଥା ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ୧ର ପୂର୍ବତନ ଡିନ୍ ପ୍ରଫେସର (ଡାକ୍ତର) ଗଙ୍ଗାଧର ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହି ପଦ୍ଧତି କିଭଳି ରୋଗ ଚିହ୍ନଟ କରିବାରେ ଉପକାରୀ ସେ ବିଷୟରେ ମତ ବ୍ୟକ୍ତ କରିଥିଲେ। ଏହି ଅବସରରେ ସ୍ୱାଗତ ଭାଷଣ ଦେବା ପ୍ରସଙ୍ଗରେ ହସ୍ପିଟାଲ୍‌ର ସ୍ତ୍ରୀ ଓ ପ୍ରସୂତି ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ତାପସୀ ପତି କହିଥିଲେ ଯେ କଲ୍‌ପୋସ୍କୋପି ଦ୍ୱାରା କ୍ୟାନ୍ସରର ସେଲ୍ କେଉଁ ସ୍ଥାନରେ ରହିଛି ତାହା ଚିହ୍ନଟ କରି ସେହି ସ୍ଥାନରୁ ହିଁ ବାୟୋପ୍ସି କରାଯାଇଥାଏ। ଏହି ଅବସରରେ ପ୍ରଫେସର ଲେଙ୍କା କହିଥିଲେ ଯେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ -୨ ତା’ର ଏକ ବର୍ଷ ପୂରଣ କରିସାରିଥିବା ବେଳେ ରୋଗୀ ସେବା କ୍ଷେତ୍ରରେ ଅନେକ ସଫଳତା ହାସଲ କରିଛି। ଏହି ହସ୍ପିଟାଲ୍‌ରେ କ୍ୟାନ୍ସର ଚିକିତ୍ସା ନେଇ ଉତ୍କୃଷ୍ଟ ସେବା ପ୍ରଦାନ କରାଯିବାର ଯୋଜନା ରହିଛି ବୋଲି ସେ କହିଥିଲେ। ଏହି କାର୍ଯ୍ୟକ୍ରମ ଶେଷରେ ପ୍ରଫେସର ସୁନୀତା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।