August 22, 2026
Home » ଆଜିଠାରୁ ୨୦୨୬ ରଥଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା

ଆଜିଠାରୁ ୨୦୨୬ ରଥଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା

0
Screenshot 2026-01-01 161833

। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ରଥ ତତ୍ତ୍ବାବଧାରକ ଚିତ୍ତରଞ୍ଜନ ମହାପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ନୟାଗଡର ଦଶପଲ୍ଲା ରେଞ୍ଜର ବଡମୂଳର ବଡରାଉଳ ଠାକୁରାଣୀଙ୍କ ମନ୍ଦିରକୁ ଯାତ୍ରା କରିଛନ୍ତି। ଶ୍ରୀମନ୍ଦିରରୁ ମାଳ ମାହାର୍ଦ୍ଦ, ନଡିଆ, ପତନୀ, ସିନ୍ଦୁର, ଦୀପ, ନୈବେଦ୍ୟ ନେଇ ଏହି ଟିମ୍ ଯାତ୍ରା କରିଛନ୍ତି। ଏହି ଟିମ୍ ରେ ରଥ ନିର୍ମାଣର ରଥ ଅମିନ ଲକ୍ଷ୍ମଣ ମହାପାତ୍ର, ଭୋଇ ସର୍ଦ୍ଦାର ରବି ଭୋଇ ମଧ୍ୟ ରହିଛନ୍ତି। ତେବେ ଆସନ୍ତାକାଲି ବଡରାଉଳ ଠାକୁରାଣୀ ମନ୍ଦିରରେ ପୂଜାର୍ଚ୍ଚନା କରାଯିବା ପରେ ଠାକୁରାଣୀଙ୍କ ଅନୁମତି ନେଇ ରଥକାଠ ଚିହ୍ନଟ ପକ୍ରିୟା ଆରମ୍ଭ ହେବ। ରଥ ନିର୍ମାଣ ପାଇଁ ମୋଟ ୮୬୫ କାଠର ଆବଶ୍ୟକତା ରହିଛି। ୪୭ ଖଣ୍ଡ କାଠ ପୂର୍ବବର୍ଷର ବଳକା ରହିଥିବା ବେଳେ ମୋଟ ୮୧୮ ଖଣ୍ଡ ଅସନ, ଧଉରା ଏବଂ ଫାସୀ କାଠ ଆବଶ୍ୟକତା ରହିଛି। ତେବେ ଆସନ୍ତା ସରସ୍ୱତୀ ପୂଜାରେ ରଥକାଠ ଅନୁକୂଳ ହେବାସହ ଆସନ୍ତା ଅକ୍ଷୟ ତୃତୀୟାରେ ରଥନିର୍ମାଣ କାର୍ଯ୍ୟ ଆରମ୍ଭ ହେବ।

ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।