March 7, 2026
Home » ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ସାମୁହିକ ଯୋଗାଭ୍ୟାସ ଶିବିର ଅନୁଷ୍ଠିତ

ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ସାମୁହିକ ଯୋଗାଭ୍ୟାସ ଶିବିର ଅନୁଷ୍ଠିତ

0
WhatsApp Image 2026-03-06 at 6.10.07 PM

 

ବରଗଡ଼: ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ମହିଳାମାନଙ୍କ ସ୍ୱାସ୍ଥ୍ୟ ସଚେତନତା ଓ ସକ୍ରିୟ ଜୀବନଶୈଳୀକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମ ଠାରେ ସାମୁହିକ ଯୋଗାଭ୍ୟାସ ଶିବିର ଅନୁଷ୍ଠିତ ହୋଇଯାଇଅଛି ।

କ୍ରିଡା ଓ ଯୁବ ସେବା ବିଭାଗ ତଥା ବରଗଡ ଜିଲ୍ଲାପ୍ରଶାସନ ଆନୁକୂଲ୍ୟରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ସ୍ଥାନରୁ ପ୍ରାୟ ୩୦୦ ଜଣ ମହିଳା ଏବଂ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ ।

ଅତିରିକ୍ତ ଜିଲ୍ଲାପାଳ ମଧୁଛନ୍ଦା ସାହୁ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରିଣୀ ସନ୍ଧ୍ୟାରଣୀ ନେପାକ ଅତିଥି ଭାବେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିବା ସହ ମହିଳାମାନଙ୍କ ସ୍ୱାସ୍ଥ୍ୟ ସଚେତନତା ଓ ନିୟମିତ ଅଭ୍ୟାସର ଗୁରୁତ୍ୱ ବିଷୟରେ ମତ ପ୍ରକାଶ କରିଥିଲେ।

 

ଇପିଏର ଜିଲ୍ଳା ପ୍ରତିନିଧି କ୍ଷମା ନିଧି ବଣ୍ଡୁକିଙ୍କ(ଇଷ୍ଟର୍ଣ୍ଣ ପ୍ରେସ୍‌ ଏଜେନ୍‌ସୀ) ରିପୋର୍ଟ,

Leave a Reply

Your email address will not be published. Required fields are marked *