August 21, 2026
Home » ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

0
WhatsApp Image 2026-02-27 at 6.35.55 PM
ସାରା ରାଜ୍ୟରେ ଆସନ୍ତା କିଛିଦିନ ମଧ୍ୟରେ ପର୍ବପର୍ବାଣୀର ମାହୋଲ ଆରମ୍ଭ ହେବାକୁ ଯାଉଛି।  ଆସନ୍ତା ୩ ତାରିଖରେ ଦୋଳ ପୂର୍ଣିମା, ୪ ତାରିଖରେ ହୋଲି, ୨୧ ତାରିଖରେ  ଇଦ-ଉଲ-ଫିତର, ୨୭ ତାରିଖରେ ଶ୍ରୀ ରାମ ନବମୀ, ଅପ୍ରେଲ ୧୪ ତାରିଖରେ ହନୁମାନ ଜୟନ୍ତୀ  ଏବଂ ମହା ବିଷୁବ ସଂକ୍ରାନ୍ତି ପାଳିତ ହେବ। ଏହି ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କ  ନିରାପତ୍ତା ତଥା ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ରାଜ୍ୟ ପୋଲିସ ମୁଖ୍ୟା ଳୟ  ଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ସମସ୍ତ  ପର୍ବପର୍ବାଣୀ ଗୁଡିକୁ ଶୃଙ୍ଖଳିତ, ଶାନ୍ତିପୂର୍ଣ  ପରିବେଶରେ ପାଳନ କରାଯିବା ନିମନ୍ତେ ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ଅଧିକାରୀଙ୍କୁ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି।
ଉକ୍ତ ପର୍ବପର୍ବାଣୀ ଅବସରରେ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯିବା ଉପରେ ଡିଜିପି ବୈଠକରେ ଗୁରୁତ୍ଵାରୋପ କରିଥିଲେ। ବିଶେଷକରି ବିଭିନ୍ନ ସମୟରେ ସୋସିଆଲ ମିଡିଆରେ ଗୁଜବ, ବିଭ୍ରାନ୍ତିକର ଓ ଉତ୍ତେଜନାମୂଳକ ପ୍ରଚାର ରୋକିବା ପାଇଁ ତଥ୍ୟ ସଂକ୍ରାନ୍ତରେ ସଦାସର୍ବଦା ନଜର ରଖିବା ଉପରେ ଗୁରୁତ୍ଵ ଦେଇଥିଲେ। ଏଥି ନିମନ୍ତେ ଜିଲ୍ଲାଗୁଡିକରେ କାର୍ଯ୍ୟ କରୁଥିବା ସାଇବର ସେଲ ଦ୍ଵାରା ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ୨୪ ଘଣ୍ଟିଆ ପାଟ୍ରୋଲିଂ କରିବାକୁ ଡିଜିପି ପରାମର୍ଶ ଦେଇଛନ୍ତି ।
ଏହାବ୍ୟତୀତ ସମ୍ବେଦନଶୀଳ ସ୍ଥାନ ଗୁଡିକରେ ପୋଲିସ ପାଟ୍ରୋଲିଂ, କଡାକଡି ଚେକିଂ, ଶୋଭାଯାତ୍ରା ସମୟରେ ସୁରକ୍ଷା ବ୍ୟବସ୍ଥା, ସହରର ସମ୍ବେଦନଶୀଳ ସ୍ଥାନ ଗୁଡିକରେ ସିସିଟିଭି ସ୍ଥାପନ ,ଗୁଇନ୍ଦା ସୂଚନା ସଂଗ୍ରହ, ଶାନ୍ତି କମିଟି ଗଠନ ସହ ବିଭିନ୍ନ ଗୋଷ୍ଠୀ ମାନଙ୍କ ସହ ବୈଠକ, ସ୍ଥାନୀୟ ଲୋକପ୍ରତିନିଧି ମାନଙ୍କ ସହ ସୁସମ୍ପର୍କ ସ୍ଥାପନ,  ଅଭ୍ୟାସଗତ ଅପରାଧୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସମସ୍ତ ଜିଲ୍ଲା ଏସପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
 ସେହିପରି ନିଶାସକ୍ତ ଗାଡିଚାଳକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ, ଟ୍ରାଫିକ ଉଲଂଘନକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ, ଡି.ଜେ. ଶବ୍ଦ ପ୍ରଦୁଷଣ ଉପରେ କଟକଣା, ଗୁଜବକାରୀଙ୍କୁ ଚିହ୍ନଟ, ପଦଯାତ୍ରା ଏବଂ ବାଇକ ରାଲି ସମୟରେ ପୋଲିସ ପକ୍ଷରୁ ସ୍ଵତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ସମସ୍ତ ଜିଲ୍ଲାର ଏସପି ତଥା ବରିଷ୍ଠ ପୋଲିସ ଅଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ଏହାସହ ଯେକୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିର  ସମ୍ମୁଖୀନ ହେବାକୁ ସଦାସର୍ବଦା ପ୍ରସ୍ତୁତ ରହିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି।
ଉକ୍ତ ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୂନିକୀକରଣ) ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ଆଇଜିପି (ପର୍ସୋନେଲ) ଶ୍ରୀ ଏସ. ପ୍ରବୀଣ କୁମାର, ଡିଆଇଜିପି (ପ୍ରୋଭିଜନିଂ) ଶ୍ରୀ ଚରଣ ସିଂ ମିନା, ଡିଆଇଜିପି (ପର୍ସୋନେଲ) ଶ୍ରୀ ଯୁଗଳ କିଶୋର କୁମାର ବନୋଥଙ୍କ ସମେତ ଆଭାସୀ ମାଧ୍ୟମରେ ସମସ୍ତ ରେଞ୍ଜ ଆଇଜି/ ଡିଆଇଜି  ଏବଂ ଜିଲ୍ଲାର ସମସ୍ତ ଏସପି ପ୍ରମୁଖ ଉପସ୍ଥିତ ଥିଲେ ।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed