ଆସନ୍ତା ୨୪ ତାରିଖରେ ପୁରୀ ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମ ରେ ଯୋଗଦେବେ ମୁଖ୍ୟମନ୍ତ୍ରୀ। ଏହା ପୂର୍ବରୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫ଟି ସଚିବ ଭି.କେ. ପାଣ୍ଡିଆନ ପୁରୀରେ ପହଞ୍ଚିଛନ୍ତି। ପ୍ରଥମେ ଶ୍ରୀମନ୍ଦିର ଯାଇ ରତ୍ନସିଂହାସନ ରେ ଚତୁର୍ଦ୍ଧା ବିଗ୍ରହ ଙ୍କ ଦର୍ଶନ କରିବା ପରେ ଉତ୍ତର ଦ୍ଵାର ନିକଟ ଐଶାନ୍ୟ କୋଣରେ ଚାଲିଥିବା ଯଜ୍ଞ ସ୍ଥଳ, ସଭା ସ୍ଥଳ ଓ ଶିଳାନ୍ୟାସ ସ୍ଥଳ ବୁଲି ଦେଖିଥିଲେ।
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଷନ କୁମାର, ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱର ବିଶାଳ ସିଂ ସମସ୍ତ ପ୍ରସ୍ତୁତି ବିଷୟରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବଙ୍କୁ ଅବଗତ କରାଇଥିଲେ।
ପୁରୀ ଜିଲ୍ଲା ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )