August 22, 2026
Home » ଆସନ୍ତା ୩୧ ଡିସେମ୍ବର ଓ ନବବର୍ଷ ୨୦୨୬ ପାଇଁ ପୁରୀରେ ରେଳ ଓ ପୁଲିସ୍ ବିଭାଗର ସମନ୍ୱୟ ସଭା

ଆସନ୍ତା ୩୧ ଡିସେମ୍ବର ଓ ନବବର୍ଷ ୨୦୨୬ ପାଇଁ ପୁରୀରେ ରେଳ ଓ ପୁଲିସ୍ ବିଭାଗର ସମନ୍ୱୟ ସଭା

0
WhatsApp Image 2025-12-29 at 8.09.51 PM

ଆସନ୍ତା ୩୧ ଡିସେମ୍ବର ଓ ନବବର୍ଷ ୨୦୨୬ ଅବସରରେ ପୁରୀ ଜିଲ୍ଲାକୁ ଆସୁଥିବା ଲକ୍ଷାଧିକ ସଂଖ୍ୟକ ଭକ୍ତ ଓ ପର୍ଯ୍ୟଟକଙ୍କ ସୁରକ୍ଷା, ସୁବିଧା ଓ ସୁଚାରୁ ପରିଚାଳନା ନିମନ୍ତେ ଆଜି ସିଂହଦ୍ୱାର ଫାଣ୍ଡିଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସମନ୍ୱୟ ମିଟିଙ୍ଗ ଆୟୋଜିତ ହୋଇଯାଇଛି। ଏହି ମିଟିଙ୍ଗକୁ ପୁରୀ ଏସ୍ପି ଶ୍ରୀ ପ୍ରତୀକ ସିଂ ଅଧ୍ୟକ୍ଷତା କରିଥିଲେ। ସଭାରେ ରେଳୱେ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇ ଆସନ୍ତା ପର୍ବ ଅବସରରେ ରେଳ ଯାତ୍ରୀ ଭିଡ଼, ଷ୍ଟେସନ୍ ପରିଚାଳନା, ଟ୍ରେନ୍ ଚଳାଚଳ, ସୁରକ୍ଷା ବ୍ୟବସ୍ଥା ଓ ଆପତ୍କାଳୀନ ପରିସ୍ଥିତିରେ ତ୍ୱରିତ ପଦକ୍ଷେପ ସମ୍ପର୍କରେ ଆଲୋଚନା କରାଯାଇଥିଲା। ମିଟିଂରେ ପୁରୀ ରେଳ ଷ୍ଟେସନ୍, ପୁରୀ-ସୀ ବିଚ୍ ଓ ମନ୍ଦିର ମୁଖ୍ୟ ରାସ୍ତାଗୁଡ଼ିକରେ ଭିଡ଼ ନିୟନ୍ତ୍ରଣ, ଯାତ୍ରୀ ନିର୍ଦ୍ଦେଶନା, ସିସିଟିଭି ନିରୀକ୍ଷଣ, ପୁଲିସ୍-ରେଳ ସଂଯୁକ୍ତ ପେଟ୍ରୋଲିଂ ଓ ସୂଚନା ଆଦାନ-ପ୍ରଦାନ ବ୍ୟବସ୍ଥାକୁ ଆହୁରି ମଜବୁତ କରିବା ନେଇ ସିଦ୍ଧାନ୍ତ ଗ୍ରହଣ କରାଯାଇଛି। ଏସ୍‌ପି ପୁରୀ ଶ୍ରୀ ପ୍ରତୀକ ସି, ରେଳ ଓ ପୁଲିସ୍ ବିଭାଗ ମଧ୍ୟରେ ସମନ୍ୱୟ ରଖି ଭକ୍ତ ଓ ପର୍ଯ୍ୟଟକମାନଙ୍କୁ ସୁରକ୍ଷିତ, ସୁବିଧାଜନକ ଓ ନିରାପଦ ପରିବେଶ ପ୍ରଦାନ କରିବା ପାଇଁ ସମସ୍ତ ଅଧିକାରୀଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେଇଥିଲେ। ପୁରୀ ପୁଲିସ୍ ପକ୍ଷରୁ ଆସନ୍ତା ନବବର୍ଷ ଅବସରରେ ସାଧାରଣ ଲୋକଙ୍କ ସହଯୋଗ ଓ ସଚେତନତା ଆଶା କରାଯାଉଛି।

ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।