ଉମରକୋଟଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ
ଉମରକୋଟବ୍ଲକ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ) ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ,ନବରଙ୍ଗପୁର ଶ୍ରୀ ପ୍ରକାଶ ମିଶ୍ର,ବି ଡି ଓ ଲକ୍ଷ୍ମୀ ସାଗର ମାଝୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।
ରିପୋର୍ଟ: ନବରଙ୍ଗପୁର ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ